bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Samuel 28
1 Samuel 28
Odia Bible ERV 2004 (ପବିତ୍ର ବାଇବଲ)
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 29 →
1
ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ କିଛିଦିନ ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସୈନ୍ୟମାନଙ୍କୁ ଏକତ୍ରିତ କରୁଥିଲେ। ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭେ ବୁଝି ପାରୁଛ କି ଯେ ତୁମ୍ଭେ ଏବଂ ତୁମ୍ଭର ଲୋକମାନେ ନିଶ୍ଚିତ ମୋ’ ସହିତ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯିବ।”
2
ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କ’ଣ କରିବ ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ଠିକ୍ ଅଛି, ମୁଁ ତୁମ୍ଭକୁ ଜୀବନସାରା ମୋର ଦେହରକ୍ଷୀ ସ୍ୱରୂପେ ନିଯୁକ୍ତ କରିବି।”
3
ଶାଉଲ ଓ ଐନଠାରେ ଥିବା ସ୍ତ୍ରୀଲୋକ ଶାମୁୟେଲ ମରି ଯାଇଥିଲେ, ସମସ୍ତ ଇସ୍ରାଏଲୀୟବାସୀ ଶାମୁୟେଲଙ୍କର ମୃତ୍ୟୁ ପ୍ରତି ଦୁଃଖର ସହ ସମବେଦନା ଜଣାଇ ଶୋକ କରି ତାଙ୍କର ନିଜ ସ୍ଥାନ ରାମାଠାରେ କବର ଦେଇଥିଲେ। ଶାଉଲ ଭୂତୁଡ଼ିୟା ଓ ଗୁଣିଆମାନଙ୍କୁ ଦେଶରୁ ବିତାଡ଼ିତ କରି ଦେଇଥିଲେ।
4
ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିଲେ। ସେମାନେ ଶୂନେମରେ ତାଙ୍କର ସେନା ଛାଉଣି ପ୍ରସ୍ତୁତ କରୁଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟବାସୀଙ୍କୁ ଏକତ୍ରିତ କରି ଗିଲ୍ବୋୟରେ ସେନା ଛାଉଣି ସ୍ଥାପନ କଲେ।
5
ଶାଉଲ ପଲେଷ୍ଟୀୟମାନଙ୍କର ସେନା ଛାଉଣିକି ଦେଖି ଭୟ କଲେ। ତାଙ୍କର ହୃଦୟ ଭୟରେ ଚୁର୍ମାର ହୋଇଗଲା।
6
ଯେତେବେଳେ ଶାଉଲ ସଦାପ୍ରଭୁଙ୍କୁ ପଗ୍ଭରିଲେ, ସଦାପ୍ରଭୁ ତାଙ୍କୁ କିଛି ଉତ୍ତର କଲେ ନାହିଁ। ସଦାପ୍ରଭୁ ସ୍ୱପ୍ନଦ୍ୱାରା କିମ୍ବା ଊରୀମ୍ ଦ୍ୱାରା ନା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ତାଙ୍କୁ ଉତ୍ତର କଲେ ନାହିଁ।
7
ତା’ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, “ମୋ’ ପାଇଁ ଏକ ସ୍ତ୍ରୀଲୋକ ଖୋଜ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହୋଇ ପାରିବ। ମୁଁ ତାକୁ ପଗ୍ଭରିବି ଯାହାସବୁ ଘଟିବାକୁ ଯାଉଛି।” ତାଙ୍କର ଦାସମାନେ ତାଙ୍କୁ କହିଲେ, “ଐନ ନଗରରେ ଏହିପରି ଏକ ସ୍ତ୍ରୀଲୋକ ଅଛି।”
8
ଶାଉଲ ଛଦ୍ମ ବେଶରେ ଅଲଗା ବସ୍ତ୍ର ପିନ୍ଧି ତାଙ୍କର ଦୁଇଜଣ ଲୋକଙ୍କ ସହିତ ସେହି ସ୍ତ୍ରୀଲୋକକୁ ରାତିରେ ଦେଖା କରିବାକୁ ଗଲେ। ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ମୋ’ ପାଇଁ ଗୋଟିଏ ଆତ୍ମାକୁ ଡାକ ଯିଏ କି ଭବିଷ୍ୟତରେ କ’ଣ ହେବାକୁ ଯାଉଛି ମୋତେ କହି ପାରିବ। ତୁମ୍ଭେ ଏକ ଆତ୍ମାକୁ ଆଣ ଯାହାର ନାମ ମୁଁ କହୁଅଛି।”
9
କିନ୍ତୁ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ଜାଣ ଶାଉଲ ଯାହା କରିଅଛି। କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଇସ୍ରାଏଲ ଦେଶରୁ ବିତାଡ଼ିତ କରିଛି। ତୁମ୍ଭେ ମୋତେ ଫାନ୍ଦରେ ପକାଇ ମାରିବା ପାଇଁ ଗ୍ଭହୁଁଛ।”
10
ଶାଉଲ ସଦାପ୍ରଭୁଙ୍କର ନାମ ନେଇ ପ୍ରତିଜ୍ଞା କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।”
11
ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।” ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।”
12
ସେ ସ୍ତ୍ରୀଲୋକଟି ଶାମୁୟେଲଙ୍କୁ ଦେଖି ରଡ଼ି କରିବାକୁ ଲାଗିଲା। ସେ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ମୋତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।”
13
ରାଜା ସ୍ତ୍ରୀଲୋକଟିକୁ କହିଲେ, “ଭୟ କର ନାହିଁ, ତୁମ୍ଭେ କ’ଣ ଦେଖୁଛ?” ସ୍ତ୍ରୀଲୋକ ଜଣକ କହିଲା, “ମୁଁ ଦେଖୁଛି ଏକ ଶକ୍ତି ଭୂମିରୁ ବାହାରୁଛି।”
14
ଶାଉଲ ତାଙ୍କୁ ପଗ୍ଭରିଲେ, “ସେ କିପରି ଦେଖିବାକୁ!” ସେ ସ୍ତ୍ରୀଲୋକ ଜଣକ ଉତ୍ତର ଦେଲା, “ସେ ଜଣେ ବୃଦ୍ଧଙ୍କ ପରି ଦେଖା ଯାଉଛି ଓ ସେ ରାଜକୀୟ ପୋଷାକ ପିନ୍ଧିଛନ୍ତି।” ତେଣୁ ଶାଉଲ ଜାଣିଲେ ଏ ହେଉଛନ୍ତି ଶାମୁୟେଲ, ତେଣୁ ସେ ଶାମୁୟେଲଙ୍କୁ ଭୂମିଷ୍ଟ ପ୍ରଣାମ କଲେ।
15
ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?” ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।”
16
ଶାମୁୟେଲ କହିଲେ, “ସଦାପ୍ରଭୁ ତୁମ୍ଭକୁ ପରିତ୍ୟାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷରେ ଅଛନ୍ତି। ତେଣୁ ତୁମ୍ଭେ ମୋତେ କାହିଁକି ବ୍ୟସ୍ତ କରୁଅଛ?
17
ସଦାପ୍ରଭୁ ମୋ’ ଦ୍ୱାରା ଯେପରି କହିଥିଲେ, ସେ ନିଜ ପାଇଁ ସେହିପରି କରିଅଛନ୍ତି। ବର୍ତ୍ତମାନ ସଦାପ୍ରଭୁ ତୁମ୍ଭଠାରୁ ରାଜ୍ୟ ଛଡ଼ାଇ ନେଇ ତୁମ୍ଭର ପଡ଼ୋଶୀ ଦାଉଦଙ୍କୁ ଦେଇଛନ୍ତି।
18
ତୁମ୍ଭେ ସଦାପ୍ରଭୁଙ୍କୁ ଅମାନ୍ୟ କରିଅଛ। ତୁମ୍ଭେ ଅମାଲେକୀୟମାନଙ୍କୁ ଧ୍ୱଂସ କଲ ନାହିଁ ଏବଂ ସେମାନଙ୍କୁ ଘଟୁଥିବା ପରମେଶ୍ୱରଙ୍କ କୋପଦୃଷ୍ଟି ସେମାନଙ୍କୁ ତୁମ୍ଭେ ଦେଖାଇଲ ନାହିଁ। ସେଥିପାଇଁ ଆଜି ସଦାପ୍ରଭୁ ତୁମ୍ଭକୁ ଏପରି କରୁଛନ୍ତି।
19
ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଆସନ୍ତା କାଲି ମୋ’ ସହିତ ଏହିଠାରେ ରହିବ।”
20
ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କ କଥାରେ ତାଙ୍କର ବହୁତ ଭୟ ଜାତ ହେଲା। ଶାଉଲ ମଧ୍ୟ ବହୁତ ଦୁର୍ବଳ ଥିଲେ। କାରଣ ସେ ସେଦିନ ଓ ରାତି କିଛି ଆହାର କରି ନ ଥିଲେ।
21
ସେହି ସ୍ତ୍ରୀଲୋକଟି ଶାଉଲଙ୍କ ନିକଟକୁ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, “ଦେଖ, ମୁଁ ତୁମ୍ଭର ଦାସୀ ମୁଁ ତୁମ୍ଭକୁ ସମ୍ମାନ କରୁଛି। ମୁଁ ମୋର ଜୀବନକୁ ସଙ୍କଟାପୂର୍ଣ୍ଣ କରି ତୁମ୍ଭେ ଯାହା କହିଲ, ମୁଁ ତାହା କଲି।
22
ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା’ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।”
23
କିନ୍ତୁ ସେ କହିଲେ, ଶାଉଲ ମନା କଲେ, “ମୁଁ କିଛି ଖାଇବି ନାହିଁ।” ଶାଉଲର ଦାସମାନେ ଓ ସେହି ସ୍ତ୍ରୀଲୋକଟି ସହ ମିଶି ତାଙ୍କୁ କିଛି ଖାଇବା ପାଇଁ ପ୍ରସ୍ତୁତ କଲେ। ଶେଷରେ ଶାଉଲ ସେମାନଙ୍କର କଥା ରକ୍ଷା କଲେ ଓ ଭୂମିରୁ ଉଠିଲେ ଓ ବସିଲେ।
24
ସେହି ସ୍ତ୍ରୀଲୋକଟାର ଏକ ସୁସ୍ଥସବଳ ବାଛୁରି ତା’ର ଗୃହରେ ଥିଲା। ସେ ତାଙ୍କୁ ମାରିଲା ଓ ଅଟା ନେଇ ଦଳିଲା ଓ ତାକୁ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା।
25
ସେହି ସ୍ତ୍ରୀଲୋକଟି ଖାଦ୍ୟଦ୍ରବ୍ୟ ନେଇ ଶାଉଲ ଓ ତା’ର ଦାସମାନଙ୍କୁ ପରଷିଲା, ଶାଉଲ ଏବଂ ଦାସମାନେ ଖାଇଲେ। ସେହି ରାତ୍ରିରେ ସେମାନେ ସେ ସ୍ଥାନ ପରିତ୍ୟାଗ କଲେ।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 29 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31