bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Samuel 31
1 Samuel 31
Odia Bible ERV 2004 (ପବିତ୍ର ବାଇବଲ)
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
1
ଶାଉଲଙ୍କର ମୃତ୍ୟୁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ଇସ୍ରାଏଲୀୟମାନେ ଭୟରେ ସେଠାରୁ ଦୌଡ଼ି ପଳାୟନ କଲେ। ଗିଲ୍ବୋୟ ପର୍ବତ ଉପରେ ବହୁତ ଇସ୍ରାଏଲୀୟମାନଙ୍କୁ ମାରି ଦିଆଗଲା।
2
ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ର ବିରୁଦ୍ଧରେ ଭୟଙ୍କର ଯୁଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂୟଙ୍କୁ ହତ୍ୟା କଲେ।
3
ଯୁଦ୍ଧ ଭୟଙ୍କର ରୂପ ଧାରଣ କଲା, ଶାଉଲଙ୍କ ବିରୁଦ୍ଧରେ ଧନୁର୍ଦ୍ଧାରିମାନେ ଅତି ଦୟନୀୟ ଭାବେ ତୀରମାରି ଶାଉଲକୁ ଆଘାତ କଲେ।
4
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।
5
ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିଯାଇଛନ୍ତି। ତେଣୁ ସେ ତା’ର ଖଣ୍ତା ବାହାର କରି ନିଜ ଖଣ୍ଡାରେ ଶାଉଲଙ୍କ ନିକଟରେ ମୃତ୍ୟୁବରଣ କଲା।
6
ତେଣୁ ଶାଉଲ, ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ସମସ୍ତେ ସେଦିନ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ମଲେ।
7
ପଲେଷ୍ଟୀୟମାନେ ଶାଉଲଙ୍କ ମୃତ୍ୟୁରେ ଆନନ୍ଦ କଲେ ଇସ୍ରାଏଲୀୟମାନେ ଯେଉଁମାନେ ଯିଷ୍ରିୟେଲ ଉପତ୍ୟକାର ଅପରପାର୍ଶ୍ୱରେ ଓ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱରେ ବାସ କରୁଥିଲେ। ସେମାନେ ଦେଖିଲେ, ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ି ପଳାଉଛନ୍ତି। ଏବଂ ସେମାନେ ଦେଖିଲେ, ଶାଉଲ ଓ ତାଙ୍କର ପୁତ୍ରମାନେ ମରିଛନ୍ତି। ତେଣୁ ସେମାନେ ସମସ୍ତେ ସେ ସହର ପରିତ୍ୟାଗ କରି ଦୌଡ଼ି ପଳାଇଲେ। ତା’ପରେ ପଲେଷ୍ଟୀୟମାନେ ସେହି ସହରକୁ ଆସିଲେ, ଓ ସେଠାରେ ବାସ କଲେ।
8
ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗିଲ୍ବୋୟ ପର୍ବତ ଉପରେ ଶାଉଲ ଏବଂ ତା’ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି।
9
ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ୟାଦିକୁ ନେଇଗଲେ। ପଲେଷ୍ଟୀୟମାନେ ନିଜ ନିଜର ଦେବଗଣ ଗୃହ ବା ମନ୍ଦିରକୁ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡ଼କୁ ଖବର ଦେଇ ପଠାଇଲେ।
10
ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜୁଆ ଇତ୍ୟାଦିକୁ ଆଷ୍ଟାରୋତ୍ ଦେବୀଙ୍କ ମନ୍ଦିରରେ ରଖିଲେ। ପଲେଷ୍ଟୀୟମାନେ ମଧ୍ୟ ଶାଉଲଙ୍କ ଶରୀରକୁ ବୈଥ୍ଶାନ୍ କାନ୍ଥରେ ଟାଙ୍ଗି ରଖିଲେ।
11
ଯାବେଶ୍-ଗିଲିୟଦ ନିବାସୀମାନେ, ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଇଲେ।
12
ତେଣୁ ଯାବେଶ୍ର ସୈନ୍ୟମାନେ ବୈଥ୍ଶାନ୍କୁ ଗଲେ, ସେମାନେ ରାତ୍ରି ତମାମ ଯାତ୍ରା କଲେ, ତା’ପରେ ସେମାନେ ସେଠାରେ ପହଞ୍ଚି ଶାଉଲଙ୍କର ଶରୀରକୁ ବୈଥ୍ଶାନ୍ କାନ୍ଥରୁ ତଳକୁ କାଢ଼ିଲେ, ସେମାନେ ମଧ୍ୟ ଶାଉଲର ପୁତ୍ରମାନଙ୍କର ଶରୀରକୁ ଯାବେଶ୍କୁ ଆଣିଲେ। ଯାବେଶ୍ର ଏହିସବୁ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଶରୀରକୁ ସେହିଠାରେ ପୋଡ଼ି ଦେଲେ।
13
ତା’ପରେ ସେହି ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଅସ୍ଥି ସଂଗ୍ରହ କରି ଆଣି ଯାବେଶ୍ଠାରେ ଥିବା ଏକ ଝାଉଁ ବୃକ୍ଷ ତଳେ ତାହାକୁ ସମାଧି ଦେଲେ। ତା’ପରେ ଯାବେଶ୍ର ଲୋକମାନେ ଶୋକ ସନ୍ତାପ୍ତ ଭାବରେ ଦୁଃଖରେ ଶୋକ ପାଳନ ନିମନ୍ତେ ସାତ ଦିନ ବିନା ଆହାରରେ ଶୋକ ପାଳନ କଲେ।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31