bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Samuel 4
1 Samuel 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 5 →
1
ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ପଲେଷ୍ଟୀୟମାନେ ଇସ୍ରାଏଲୀୟମାନଙ୍କୁ ପରାଜିତ କଲେ ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ।
2
ଏହା ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ନିଜକୁ ପ୍ରସ୍ତୁତ କଲେ। ଯୁଦ୍ଧ ସମୟରେ ଇସ୍ରାଏଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାଜିତ ହେଲେ; ଓ 4000 ସୈନ୍ୟ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ।
3
ତା’ପରେ ଇସ୍ରାଏଲୀୟ ସୈନ୍ୟଗଣ ଛାଉଣି ନିକଟକୁ ଫେରି ଆସିଲେ। ତା’ପରେ ପ୍ରାଚୀନଗଣ ପଗ୍ଭରିଲେ, “ସଦାପ୍ରଭୁ କାହିଁକି ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କଲେ? ଆସ, ଆମ୍ଭେମାନେ ଶିଲୋଠାରୁ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକକୁ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ରକ୍ଷା କରିବେ।”
4
ତା’ପରେ ସେମାନେ ଲୋକମାନଙ୍କୁ ଶୀଲୋକୁ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। ସିନ୍ଦୁକର ଉପରେ କିରୂବ ଦୂତଗଣ ଥିଲେ। ସେମାନେ ପରମେଶ୍ୱରଙ୍କ ସିଂହାସନ ପରି ଏଲିଙ୍କର ଦୁଇପୁତ୍ର ହଫ୍ନି ଓ ପୀନହସ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଆସିଲେ।
5
ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନି କଲେ, ଯେ ପୃଥିବୀ କମ୍ପିଲା।
6
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନିର ଅଭିପ୍ରାୟ କ’ଣ?” ଆଉ ସେମାନେ ଜାଣିଲେ, ଯେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଇସ୍ରାଏଲର ଛାଉଣିକି ଅଣାଗଲା।
7
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକି ଆସି ଅଛନ୍ତି, ଆହୁରି ମଧ୍ୟ ସେମାନେ କହିଲେ, ହାୟ! ଆମ୍ଭେମାନେ ଅସୁବିଧାରେ ଅଛୁ। ଏହା ପୂର୍ବରୁ ଏପରି କେବେ ହୋଇ ନାହିଁ।
8
ହାୟ! ଏହି ବଳବାନ୍ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ଭୟଙ୍କର ରୋଗ ଓ ମହାମାରୀ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।
9
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ଓ ସାହସୀ ହୁଅ। ପୁରୁଷ ପଣରେ ଯୁଦ୍ଧ କର। ତହିଁରେ ଏବ୍ରୀୟମାନେ ଆମ୍ଭର ଦାସ ହୋଇଥିଲେ, ତେଣୁ ତୁମ୍ଭେମାନେ ନିଶ୍ଚୟ ସେମାନଙ୍କର ଦାସ ହୋଇ ପାରିବ ନାହିଁ। ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
10
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ।
11
ପୁଣି ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଧରିଲେ। ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
12
ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବିନ୍ୟାମୀନିୟ ଲୋକ ଯୁଦ୍ଧଭୂମି ଛାଡ଼ି ଦେଲା ଓ ସାରା ରାସ୍ତାରେ ଶୀଲୋ ଆଡ଼କୁ ଦୌଡ଼ିଲା। ତା’ର ବସ୍ତ୍ରଗୁଡ଼ିକ ଚିରିଗଲା ଏବଂ ତା’ର ମସ୍ତକରେ ମାଟି ଥିଲା। ସେହି ଦିନ ସେ ଶୀଲୋରେ ପହଞ୍ଚିଲା
13
ସେହି ସମୟରେ ଏଲି ଫାଟକ ପାଖରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନିମନ୍ତେ ତାଙ୍କର ହୃଦୟ ଉତ୍କଣ୍ଠିତ ଥିଲା। ଇତ୍ୟବସରରେ ସେହିଲୋକ ସମ୍ବାଦ ଦେଲା ଏବଂ ନଗରଯାକ ଉଚ୍ଚସ୍ୱରରେ କାନ୍ଦି ଉଠିଲେ।
14
ତା’ପରେ ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କ’ଣ?” ତହୁଁ ସେହି ଲୋକ ଶୀଘ୍ର ଏଲିଙ୍କୁ ସମ୍ବାଦ ଦେଲା।
15
ସେ ସମୟରେ ଏଲି ଅଠାନବେ ବର୍ଷ ବୟସ୍କ ହୋଇଥିଲେ ଓ ଅନ୍ଧ ହୋଇଥିବାରୁ ସେ ଦେଖି ପାରିଲେ ନାହିଁ।
16
ତା’ପରେ ସେହି ଲୋକଟି ଏଲିଙ୍କୁ କହିଲା, “ମୁଁ ଏକ ସୈନ୍ୟ ଯିଏ କି ଏବେ ଯୁଦ୍ଧରୁ ଫେରି ଆସିଲି।” ମୁଁ ଆଜି ଯୁଦ୍ଧରୁ ଦୌଡ଼ି ପଳାଇ ଆସିଲି। ତା’ପରେ ଏଲି ତାକୁ ପଗ୍ଭରିଲେ, “ହେ ପୁତ୍ର, କ’ଣ ହେଲା?”
17
ତହୁଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦେଇ କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ଦୌଡ଼ି ପଳାଇଲେ। ଇସ୍ରାଏଲୀୟ ସୈନ୍ୟବାହିନୀ ତାଙ୍କର ବହୁତ ସୈନ୍ୟ ହରାଇଲେ। ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।”
18
ଯେତେବେଳେ ଏଲି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଗଲା ଓ ସେ ମୃତ୍ୟୁବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶ୍ ବର୍ଷ ଇସ୍ରାଏଲର ନେତୃତ୍ୱ ନେଲେ।
19
ଗୌରବ ସମାପ୍ତ ହୋଇଗଲା ସେ ସମୟରେ ଏଲିର ପୁତ୍ରବଧୂ ପୀନହସ୍ର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା’ର ପ୍ରସବକାଳ ନିକଟ ଥିଲା ଏହା ଶୁଣିବା ପରେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଧରା ପଡ଼ିଲା। ତା’ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କଲେ। ଅତି ପ୍ରସବକାଳୀନ ଯନ୍ତ୍ରଣା ଭୋଗ କରୁ କରୁ ସେ ପ୍ରସବ କଲା।
20
ତା’ପରେ ପ୍ରାୟ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ,” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ କିଅବା ତହିଁରେ ମନ ଦେଲା ନାହିଁ।
21
ସେ ସେହି ବାଳକର ନାମ ଐ-କାବୋଦ୍ ଦେଲା। ତା’ର ଅର୍ଥ, “ଇସ୍ରାଏଲରୁ ଗୌରବ ଗ୍ଭଲି ଯାଇଛି।”ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦୁକ ଧରା ପଡ଼ିଛି ଏବଂ ତା’ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କରିଥିଲେ।
22
ଏବଂ ସେ କହିଲା, “ଇସ୍ରାଏଲରୁ ଗୌରବ ଗ୍ଭଲିଯାଇଛି,” କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହି ନିଆଗଲା।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31