bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Thessalonians 1
1 Thessalonians 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
1
ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।
2
ଥେସଲନୀକୀୟମାନଙ୍କ ଜୀବନ ଓ ବିଶ୍ୱାସ ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।
3
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
4
ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।
5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।
6
ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।
7
ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକମାନଙ୍କ ପାଇଁ ତୁମ୍ଭେମାନେ ଆଦର୍ଶ ହୋଇଥିଲ।
8
ମାକିଦନିଆ ଓ ଆଖାୟାରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହୋଇଥିଲା। ପ୍ରତ୍ୟେକ ସ୍ଥାନରେ ପରମେଶ୍ୱରଙ୍କଠାରେ ତୁମ୍ଭ ବିଶ୍ୱାସ ପରିଚିତ ହୋଇଛି। ଅତଏବ ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଆମ୍ଭର କିଛି କହିବାର ଆବଶ୍ୟକ ନାହିଁ।
9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି।
10
ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଙ୍କର ସ୍ୱର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ୱର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ୱରଙ୍କ ଆଗାମୀ କ୍ରୋଧପୂର୍ଣ୍ଣ ବିଗ୍ଭରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
All chapters:
1
2
3
4
5