bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Thessalonians 3
1 Thessalonians 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିପାରି ନ ଥିଲୁ, କିନ୍ତୁ ଅଧିକ ଅପେକ୍ଷା କରିବା ମଧ୍ୟ ଅତ୍ୟନ୍ତ କଷ୍ଟଦାୟକ ଥିଲା।
2
ଅତଏବ ଆଥୀନୀରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ୱରଙ୍କ ଲାଗି ମୋ’ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କରନ୍ତି। ତୁମ୍ଭମାନଙ୍କ ବିଶ୍ୱାସରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।
3
ଆମ୍ଭେ ଏବେ ଯେଉଁ ଅସୁବିଧାରେ ଅଛୁ, ସେଥିରେ ତୁମ୍ଭେମାନେ କେହି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭେମାନେ ଜାଣିଥିଲ ଯେ ଆମ୍ଭେ ଭବିଷ୍ୟତରେ ଏଭଳି କଷ୍ଟ ନିଶ୍ଚୟ ପାଇବା।
4
ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ କହିଥିଲୁ ଯେ, ଆମ୍ଭେ ଅସୁବିଧାଗୁଡ଼ିକର ସମ୍ମୁଖୀନ ହେବାକୁ ବାଧ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ଯେଭଳି କହିଥିଲୁ, ସେହିଭଳି ସବୁ ଘଟିଛି।
5
ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଜାଣି ପାରିବା ଉଦ୍ଦେଶ୍ୟରେ ମୁଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଥିଲି। ଅଧିକ ଅପେକ୍ଷା କରିବାକୁ ଧୈର୍ଯ୍ୟ ନ ଥିବାରୁ, ମୁଁ ତାହାଙ୍କୁ ପଠାଇଥିଲି। ମୋର ଭୟ ଥିଲା ଯେ, କାଳେ ପ୍ରଲୋଭନକାରୀ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭନ ଦ୍ୱାରା ପରାଜିତ କରିଥିବ। ତା’ହେଲେ ଆମ୍ଭର କଠୋର ପରିଶ୍ରମ ବ୍ୟର୍ଥ ହୋଇଯିବ।
6
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫେରି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମର ସୁଖବର ଆମ୍ଭକୁ ଦେଇଛନ୍ତି। ତୁମ୍ଭେମାନେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭେମାନେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଗ୍ଭହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ୟ ସେହି ଇଚ୍ଛା। ଆମ୍ଭେମାନେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।
7
ଅତଏବ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ଆମ୍ଭେ ସାନ୍ତ୍ୱନା ଲାଭ କଲୁ। ଆମ୍ଭର ଅନେକ କଷ୍ଟ ଓ ଯାତନା ଥିଲେ ମଧ୍ୟ, ଆମ୍ଭେ ସାନ୍ତ୍ୱନା ଲାଭ କରିଛୁ।
8
ତୁମ୍ଭେମାନେ ପ୍ରଭୁଙ୍କଠାରେ ଦୃଢ଼ ରହିଲେ, ଆମ୍ଭର ଜୀବନ ପ୍ରକୃତରେ ସଫଳ ହୁଏ।
9
ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ୱରଙ୍କ ଆଗରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସେହି ଅନୁପାତରେ ଆମ୍ଭେ ତାଙ୍କୁ ଧନ୍ୟବାଦ ଦେଇ ପାରିବୁ ନାହିଁ।
10
ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଗ୍ଭଲିଛୁ। ତୁମ୍ଭମାନଙ୍କର ବିଶ୍ୱାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ୱାସରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦେବା ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।
11
ଆମ୍ଭର ପରମେଶ୍ୱର, ପରମପିତା ଓ ଆମ୍ଭର ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ପାଖରେ ପହଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।
12
ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ରେମ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯେଭଳି ତୁମ୍ଭମାନଙ୍କୁ ଭଲ ପାଉ, ସେହିଭଳି ତୁମ୍ଭେମାନେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
13
ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତେବେ ଯେତେବେଳେ ଆମ୍ଭ ପ୍ରଭୁ ଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣରେ ଆସିବେ, ତୁମ୍ଭେମାନେ ପରମପିତା ପରମେଶ୍ୱରଙ୍କ ଆଗରେ ପବିତ୍ର ଭାବରେ ଓ ଦୋଷରହିତ ହୋଇ ଠିଆ ହୋଇପାରିବ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5