bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Thessalonians 5
1 Thessalonians 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
ପ୍ରଭୁଙ୍କ ଆଗମନ ପାଇଁ ପ୍ରସ୍ତୁତ ରୁହ ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ।
2
କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ।
3
ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।
4
କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ।
5
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ।
6
ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ।
7
ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି।
8
କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।
9
ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି।
10
ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।
11
ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।
12
ଶେଷ ନିର୍ଦ୍ଦେଶ ଓ ଅଭିନନ୍ଦନ ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ।
13
ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ। ପରସ୍ପର ଶାନ୍ତିରେ ରୁହ।
14
ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ।
15
ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।
16
ସଦାସର୍ବଦା ଆନନ୍ଦିତ ରୁହ।
17
କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ।
18
ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।
19
କଦାପି ପବିତ୍ରଆତ୍ମାର କାର୍ଯ୍ୟ ବନ୍ଦ କର ନାହିଁ।
20
ଭବିଷ୍ୟଦ୍ବକ୍ତାମାନଙ୍କର କଥାଗୁଡ଼ିକୁ ତୁଚ୍ଛ ବୋଲି ମନେକର ନାହିଁ।
21
କିନ୍ତୁ ପ୍ରତ୍ୟେକ କଥାର ସତ୍ୟାସତ୍ୟ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।
22
ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।
23
ପରମେଶ୍ୱରଙ୍କଠାରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସେହି ଶାନ୍ତିର ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରି ନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ୱ-ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର-ମନ୍ଦରହିତ ହୋଇ ସୁରକ୍ଷିତ ରହୁ।
24
ଯେଉଁ ପରମେଶ୍ୱର ତୁମ୍ଭମାନଙ୍କୁ ଡାକିଛନ୍ତି, ତୁମ୍ଭେମାନେ ତାହାଙ୍କ ଉପରେ ଭରସା ରଖ। ଯିଏ ତୁମ୍ଭମାନଙ୍କୁ ଡାକିଛନ୍ତି, ସେ ସବୁକିଛି କରିବେ।
25
ଭାଇ ଓ ଭଉଣୀମାନେ! ଆମ୍ଭ ପାଇଁ ପ୍ରାର୍ଥନା କର।
26
ଏକତ୍ରିତ ହେଲାବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।
27
ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି।
28
ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5