bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Timothy 2
1 Timothy 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
1
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ।
2
ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା।
3
ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ।
4
ପରମେଶ୍ୱର ଗ୍ଭହାନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ୟକୁ ଜାଣନ୍ତୁ।
5
କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।
6
ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି।
7
ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହୋଇଥିଲି। ମୁଁ ପ୍ରେରିତ ରୂପେ ମଧ୍ୟ ସେଥିପାଇଁ ମନୋନୀତ ହୋଇଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ୟ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହେବା ପାଇଁ ମନୋନୀତ ହୋଇଥିଲି। ବିଶ୍ୱାସ କରିବା ଓ ସତ୍ୟକୁ ଜାଣିବା ପାଇଁ ମୁଁ ସେମାନଙ୍କୁ ଶିକ୍ଷା ଦିଏ।
8
ପୁରୁଷ ଏବଂ ସ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।
9
ମୁଁ ଏହା ମଧ୍ୟ ଗ୍ଭହେଁ ଯେ ସ୍ତ୍ରୀଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସେମାନଙ୍କ ପାଇଁ ଉପଯୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦେଖାଇବା ଲାଗି ବେଣୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ୟବହାର କରନ୍ତୁ ନାହିଁ।
10
ଭଲ କାମ କରିବା ଦ୍ୱାରା ନିଜକୁ ସୁନ୍ଦର ଭାବେ ସୁଶୋଭିତ କରନ୍ତୁ। ପରମେଶ୍ୱରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହିରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ୟକ।
11
ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ୟ ହେଉ।
12
ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦେବା ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କର୍ତ୍ତୃତ୍ୱ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀଲୋକ ନୀରବ ହୋଇ ରହିବା ଦରକାର।
13
କାରଣ ଆଦମ ପ୍ରଥମରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ।
14
ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହୋଇଥିଲା। ଏବଂ ସେ ଜଣେ ପାପିନୀ ହୋଇଥିଲା।
15
କିନ୍ତୁ ସ୍ତ୍ରୀମାନେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ। ସେମାନେ ନିରନ୍ତର ବିଶ୍ୱାସ, ପ୍ରେମ, ପବିତ୍ରତା ଓ ଆତ୍ମସଂଯମ ସହିତ ଜୀବନଯାପନ କଲେ, ମୁକ୍ତି ପାଇବେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
All chapters:
1
2
3
4
5
6