bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Chronicles 16
2 Chronicles 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 17 →
1
ଆସାଙ୍କର ଶେଷ ବର୍ଷଗୁଡ଼ିକ ଆସା ରାଜା ହେବାର ଛତିଶ୍ ତମ ବର୍ଷରେ, ବାଶା ଯିହୁଦା ଦେଶକୁ ଆକ୍ରମଣ କଲେ। ବାଶା ଇସ୍ରାଏଲର ରାଜା ଥିଲେ। ସେ ରାମା ସହରକୁ ଗଲେ ଓ ତାହାକୁ ଏକ ଦୁର୍ଗରେ ପରିଣତ କଲେ। ଯିହୁଦାର ରାଜା ଆସାଙ୍କ ନିକଟକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସ୍ଥଗିତ କରାଇବାର ଏକ ସ୍ଥାନରୂପେ ବାଶା ରାମା ସହରକୁ ବ୍ୟବହାର କଲେ।
2
ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧ୍ୟରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହା ପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହରରେ ବାସ କରୁଥିଲେ।
3
ଆସାଙ୍କ ବାର୍ତ୍ତା ଥିଲା: “ତୁମ୍ଭର ପିତା ଓ ମୋର ପିତାଙ୍କ ମଧ୍ୟରେ ଯେପରି ଚୁକ୍ତି ସ୍ୱାକ୍ଷର ହୋଇଥିଲା, ଆମ୍ଭ ମଧ୍ୟରେ ମଧ୍ୟ ସେହିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇସ୍ରାଏଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତେବେ ସେ ମୋତେ ଏକା ଛାଡ଼ି ଗ୍ଭଲିଯିବ ଓ ମୋତେ ଆଉ ବ୍ୟସ୍ତ କରିବ ନାହିଁ।”
4
ବିନ୍ହଦଦ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇସ୍ରାଏଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ୟଦଳର ସେନାପତିମାନଙ୍କୁ ପଠାଇଲେ। ସେହି ସେନାପତିମାନେ ଇୟୋନ, ଦାନ ଓ ଆବେଲମୟିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସେମାନେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ, ଯେଉଁଠାରେ ଜିନିଷ ଠୁଳ କରି ରଖାଯାଇଥିଲା।
5
ବାଶା ଇସ୍ରାଏଲର ଏହି ସହରଗୁଡ଼ିକ ଉପରେ ଆକ୍ରମଣର ଖବର ଶୁଣିଲା। ତେଣୁ ସେ ରାମା ସହରକୁ ଏକ ଦୁର୍ଗରେ ପରିଣତ କରିବା କାର୍ଯ୍ୟ ବନ୍ଦ କଲା ଏବଂ ସେ ନିଜ ରାଜ୍ୟକୁ ଫେରିଗଲା।
6
ଏହା ପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସେମାନେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ୟବହାର କରୁଥିଲା, ତାହା ନେଇଗଲେ। ଆସା ଓ ଯିହୁଦାର ଲୋକମାନେ ଗେବା ଓ ମିସ୍ପା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସେହି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ୟବହାର କଲେ।
7
ସେହି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, “ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାଯ୍ୟ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେହେତୁ ତୁମ୍ଭେ ସାହାଯ୍ୟ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ୟଦଳ ତୁମ୍ଭଠାରୁ ଖସି ପଳାଇଗଲେ।
8
କୂଶୀୟ ଓ ଲେବୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଥିଲା। ସେମାନଙ୍କର ଅନେକ ରଥ ଓ ରଥଗ୍ଭଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାଯ୍ୟ ନିମନ୍ତେ ଓ ସେହି ବୃହତ୍ ପରାକ୍ରମୀ ସୈନ୍ୟଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାଯ୍ୟ କଲେ।”
9
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ଅଟନ୍ତି, ସେମାନଙ୍କୁ ସେ ବଳବାନ୍ କରି ପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁର୍ଦ୍ଦିଗରେ ଭ୍ରମଣ କରି ସେହି ଲୋକମାନଙ୍କୁ ତନ୍ନ ତନ୍ନ କରି ଖୋଜନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ଯ୍ୟ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
10
ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କ୍ରୋଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳାରେ ନିକ୍ଷେପ କଲେ। ସେହି ସମୟରେ ଆସା ଆଉ କେତେଜଣ ବ୍ୟକ୍ତିଙ୍କ ପ୍ରତି ମଧ୍ୟ ନିଷ୍ଠୁର ଥିଲେ।
11
ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ଯାଇଅଛି।
12
ଆସାଙ୍କ ରାଜତ୍ୱର ଅଣଗ୍ଭଳିଶତମ ବର୍ଷରେ ତାଙ୍କର ପାଦଦ୍ୱୟ ରୋଗଗ୍ରସ୍ତ ହୋଇ ପଡ଼ିଲା। ତାଙ୍କର ରୋଗ ଅତ୍ୟନ୍ତ ଭୟଙ୍କର ହୋଇ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିଲେ ନାହିଁ। ଆସା ଡାକ୍ତରମାନଙ୍କର ସାହାଯ୍ୟ ଲୋଡ଼ିଲେ।
13
ଆସା ତାଙ୍କର ରାଜତ୍ୱର ଏକଗ୍ଭଳିଶତମ ବର୍ଷରେ ମୃତ୍ୟୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ।
14
ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36