bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Chronicles 33
2 Chronicles 33
Odia Bible ERV 2004 (ପବିତ୍ର ବାଇବଲ)
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 34 →
1
ଯିହୁଦାର ରାଜା ମନଃଶି ମନଃଶି ଯିହୁଦାର ରାଜା ହେବା ସମୟରେ ବାରବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ପର୍ଯ୍ୟନ୍ତ ରାଜା ହୋଇ ରହିଲେ।
2
ଯେଉଁ ବିଷୟଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସେହିସବୁ କାର୍ଯ୍ୟ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦେଇଥିଲେ, ମନଃଶି ସେହି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।
3
ମନଃଶି ପୁନର୍ବାର ଉଚ୍ଚସ୍ଥାନ ସବୁ ନିର୍ମାଣ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ହିଜକିୟ ଭାଙ୍ଗି ଦେଇଥିଲେ, ମନଃଶି ବାଲ୍ଦେବତାଗୁଡ଼ିକ ପାଇଁ ଯଜ୍ଞବେଦିକୁ ଓ ଆଶେରା ସ୍ତମ୍ଭମାନ ନିର୍ମାଣ କଲେ। ସେ ତାରାଗଣଙ୍କ ସମ୍ମୁଖରେ ମସ୍ତକ ଅବନତ କଲେ ଓ ସେହି ଦଳର ତାରକା ଗୁଡ଼ିକୁ ପୂଜା କଲେ।
4
ମନଃଶି ସଦାପ୍ରଭୁଙ୍କ ମନ୍ଦିରରେ ଯଜ୍ଞବେଦିମାନ ନିର୍ମାଣ କଲେ। ସଦାପ୍ରଭୁ ଏହି ମନ୍ଦିର ବିଷୟରେ ଏହା କହିଲେ, “ଯିରୁଶାଲମରେ ଆମ୍ଭ ନାମ ଚିରକାଳ ରହିବ।”
5
ସଦାପ୍ରଭୁଙ୍କ ମନ୍ଦିରର ଦୁଇଟି ପ୍ରାଙ୍ଗଣରେ ମନଃଶି ସମସ୍ତ ଦଳର ତାରାଗଣଙ୍କ ନିମନ୍ତେ ଯଜ୍ଞବେଦି ସବୁ ନିର୍ମାଣ କଲେ।
6
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।
7
ମନଃଶି ଆହୁରି ମଧ୍ୟ ଏକ ଦେବତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ୱରଙ୍କ ମନ୍ଦିର ମଧ୍ୟରେ ରଖିଲେ; ସେହି ମନ୍ଦିର, ଯାହା ବିଷୟରେ ପରମେଶ୍ୱର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ୱର କହିଥିଲେ, “ମୁଁ ଏହି ଗୃହରେ ଓ ଯିରୁଶାଲମରେ ମୋର ନାମ ସ୍ଥାପନ କରିବି, ଯାହା ମୁଁ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କ ମଧ୍ୟରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସେଠାରେ ଚିରକାଳ ନିମନ୍ତେ ରହିବ।
8
ଆମ୍ଭେ ଇସ୍ରାଏଲକୁ ସେହି ଭୂମିରୁ ବାହାର କରିବା ନାହିଁ, ଯାହା ଆମ୍ଭେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଛୁ। କିନ୍ତୁ ସେମାନଙ୍କୁ ସେହି ସମସ୍ତ ଆଜ୍ଞା, ବ୍ୟବସ୍ଥା, ବିଧି ଓ ବିଧାନ ପାଳନ କରିବାକୁ ପଡ଼ିବ। ଯାହାକି ଆମ୍ଭେ ସେମାନଙ୍କୁ ମୋଶାଙ୍କ ମାଧ୍ୟମରେ ଦେଇଥିଲୁ।”
9
ମନଃଶି ଯିହୁଦାର ଲୋକ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦକାର୍ଯ୍ୟ କରିବା ନିମନ୍ତେ ଉତ୍ସାହିତ କଲେ। ଇସ୍ରାଏଲୀୟମାନଙ୍କ ପୂର୍ବରୁ ଦେଶର ଯେଉଁ ଜାତିଗଣ ଥିଲେ, ସେମାନଙ୍କଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ, ଆଉ ସଦାପ୍ରଭୁ ସେହି ଅନ୍ୟ ଜାତୀୟମାନଙ୍କୁ ବିନଷ୍ଟ କରିଥିଲେ।
10
ସଦାପ୍ରଭୁ ମନଃଶିଙ୍କୁ ଓ ତାଙ୍କର ଲୋକମାନଙ୍କୁ କଥା କହିଲେ, ମାତ୍ର ସେମାନେ ତାଙ୍କର କଥା ଶୁଣିଲେ ନାହିଁ।
11
ତେଣୁ ସଦାପ୍ରଭୁ ସୈନ୍ୟବାହିନୀର ସେନାପତିଙ୍କୁ ଆଣିଲେ, ଯିଏ କି ଅଶୂରର ରାଜାର ସେବା କରୁଥିଲେ ଏବଂ ସେମାନେ ଯିହୁଦାକୁ ଆକ୍ରମଣ କଲେ। ସେହି ସେନାପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସେମାନେ ତାଙ୍କ ଶରୀରରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନେଇଗଲେ।
12
ତାଙ୍କ ଉପରକୁ ଯେତେବେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କଠାରୁ ସାହାଯ୍ୟ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ନମ୍ର କଲେ।
13
ମନଃଶି ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାଙ୍କୁ ସାହାଯ୍ୟ କରିବା ନିମନ୍ତେ ପରମେଶ୍ୱରଙ୍କୁ ଅନୁରୋଧ କରିବାକୁ ଲାଗିଲେ। ସଦାପ୍ରଭୁ ମନଃଶିଙ୍କ ପ୍ରାର୍ଥନା ଶୁଣିଲେ ଓ ତାଙ୍କୁ ଦୟା କଲେ। ସଦାପ୍ରଭୁ ତାଙ୍କୁ ଯିରୁଶାଲମକୁ ଓ ତାଙ୍କ ସିଂହାସନକୁ ଫେରାଇ ଆଣିଲେ। ଏହା ପରେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସତ୍ୟ ଅଟନ୍ତି।
14
ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହାରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକାରେ ଥିଲା ଏବଂ ଗୀହୋନ ଝରଣାର ପଶ୍ଚିମ ପାର୍ଶ୍ୱରୁ ମତ୍ସ୍ୟ ଦ୍ୱାରର ପ୍ରବେଶ ପଥ ପର୍ଯ୍ୟନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗରେ ବେଷ୍ଟନ କରି ରହିଥିଲା। ସେ ସେହି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହା ପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ।
15
ମନଃଶି ଅଦ୍ଭୂତ ଦେବତା ମୂର୍ତ୍ତିଗୁଡ଼ିକୁ ବାହାର କରିଦେଲେ। ସେ ସଦାପ୍ରଭୁଙ୍କ ମନ୍ଦିରରୁ ମୂର୍ତ୍ତିକୁ ବାହାର କରିଦେଲେ। ସେ ମନ୍ଦିର ଥିବା ପର୍ବତ ଓ ଯିରୁଶାଲମରେ ଯେଉଁସବୁ ଯଜ୍ଞବେଦି ନିର୍ମାଣ କରିଥିଲେ, ସେଗୁଡ଼ିକୁ ନଷ୍ଟ କରିଦେଲେ। ମନଃଶି ସେହିସବୁ ବେଦିକୁ ଯିରୁଶାଲମ ନଗର ବାହାରେ ଫିଙ୍ଗି ଦେଲେ।
16
ଏହା ପରେ ସେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ସ୍ଥାପନ କଲେ ଓ ତାହା ଉପରେ ମଙ୍ଗଳାର୍ଥକ ବଳି ଓ ଧନ୍ୟବାଦର ବଳି ଉତ୍ସର୍ଗ ଗଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବାକୁ ମନଃଶି ଯିହୁଦାର ସମସ୍ତ ଲୋକଙ୍କୁ ଆଦେଶ ଦେଲେ।
17
ଲୋକମାନେ ଉଚ୍ଚସ୍ଥାନମାନଙ୍କରେ ବଳି ଉତ୍ସର୍ଗ କରିବାକୁ ଲାଗିଲେ। କିନ୍ତୁ ସେମାନେ କେବଳ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ନିକଟରେ ସେହି ବଳି ଉତ୍ସର୍ଗ କରୁଥିଲେ।
18
ମନଃଶି ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ ଓ ପରମେଶ୍ୱରଙ୍କ ନିକଟରେ ଯେଉଁ ପ୍ରାର୍ଥନା କରିଥିଲେ ଏବଂ ଭବିଷ୍ୟଦ୍ବକ୍ତାମାନେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତାଙ୍କୁ ଯେଉଁ ସମସ୍ତ କଥା କହିଥିଲେ, ସେହିସବୁ “ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ” ଲିପିବଦ୍ଧ ହୋଇ ରହିଅଛି।
19
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।
20
ଏହା ପରେ ମନଃଶି ମୃତ୍ୟୁଭୋଗ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ମନଃଶିଙ୍କୁ ତାଙ୍କର ନିଜ ରାଜଗୃହରେ କବର ଦେଲେ। ଆମୋନ୍ ମନଃଶିଙ୍କ ସ୍ଥାନରେ ନୂତନ ରାଜା ହେଲେ। ଆମୋନ୍ ମନଃଶିଙ୍କ ପୁତ୍ର ଥିଲେ।
21
ଯିହୁଦାର ରାଜା ଆମୋନ୍ ଆମୋନ୍ ଯିହୁଦାର ରାଜା ହେବା ସମୟରେ ବାଇଶ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଦୁଇ ବର୍ଷ ପର୍ଯ୍ୟନ୍ତ ରାଜା ହୋଇଥିଲେ।
22
ସଦାପ୍ରଭୁ ଯାହା ମନ୍ଦକାର୍ଯ୍ୟ ରୂପେ ବିବେଚନା କରନ୍ତି ଆମୋନ୍ ସେସବୁ କଲେ, ଠିକ୍ ତାଙ୍କ ପିତା ମନଃଶି ଯାହା କରିଥିଲେ। ଆମୋନ୍ ସମସ୍ତ ଖୋଦିତ ମୂର୍ତ୍ତି ଓ ପ୍ରତିମା ନିମନ୍ତେ ବଳି ଉତ୍ସର୍ଗ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ମନଃଶି ନିର୍ମାଣ କରିଥିଲେ।
23
ଆମୋନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମୋନ୍ ଆହୁରି ଅଧିକରୁ ଅଧିକ ପାପ କଲେ।
24
ଆମୋନଙ୍କ ଭୃତ୍ୟମାନେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ସେମାନେ ଆମୋନଙ୍କୁ ତାଙ୍କର ନିଜ ଗୃହରେ ହତ୍ୟା କଲେ।
25
କିନ୍ତୁ ଯେଉଁ ଭୃତ୍ୟମାନେ ରାଜା ଆମୋନଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିଥିଲେ, ଯିହୁଦାର ଲୋକମାନେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଲୋକମାନେ ଯୋଶିୟଙ୍କୁ ନୂତନ ରାଜା ରୂପେ ମନୋନୀତ କଲେ। ଯୋଶିୟ ଆମୋନଙ୍କ ପୁତ୍ର ଥିଲେ।
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 34 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36