bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Chronicles 36
2 Chronicles 36
Odia Bible ERV 2004 (ପବିତ୍ର ବାଇବଲ)
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
1
ଯିହୁଦାର ରାଜା ଯିହୋୟାହସ୍ ଯିହୁଦାର ଲୋକମାନେ ଯିହୋୟାହସଙ୍କୁ ଯିରୁଶାଲମରେ ନୂତନ ରାଜା ରୂପେ ମନୋନୀତ କଲେ। ଯିହୋୟାହସ୍ ଯୋଶିୟଙ୍କ ପୁତ୍ର ଥିଲେ।
2
ଯିହୋୟାହସ୍ ଯିହୁଦାର ରାଜା ହେବା ସମୟରେ ତେଇଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ତିନି ମାସ ପର୍ଯ୍ୟନ୍ତ ଯିରୁଶାଲମରେ ରାଜା ହୋଇଥିଲେ।
3
ଏହା ପରେ ମିଶରର ରାଜା ଯିହୋୟାହସଙ୍କୁ ଯିରୁଶାଲମରୁ ଗାଦିଚୁତ୍ୟ କଲେ। ସେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଜୋରିମାନା ରୂପେ ସଂଗ୍ରହ କଲେ।
4
ମିଶରର ରାଜା ଯିହୋୟାହସଙ୍କ ଭ୍ରାତା ଇଲୀୟାକୀମଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା କଲେ। ଏହା ପରେ ମିଶରର ରାଜା ଇଲୀୟାକୀମ୍ଙ୍କର ନାମକୁ ପରିବର୍ତ୍ତନ କରି ଯିହୋୟାକୀମ୍ ଦେଲେ। କିନ୍ତୁ ନଖୋ ଯିହୋୟାକୀମ୍ର ଭାଇ ଯିହୋୟାହସଙ୍କୁ ମିଶରକୁ ନେଇଗଲେ।
5
ଯିହୁଦାର ରାଜା ଯିହୋୟାକୀମ୍ ଯିହୋୟାକୀମ୍ ଯିହୁଦାର ନୂତନ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଏଗାର ବର୍ଷ ପର୍ଯ୍ୟନ୍ତ ଯିରୁଶାଲମର ରାଜା ଥିଲେ। ଯିହୋୟାକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।
6
ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହୋୟାକୀମଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହା ପରେ ନବୂଖଦ୍ନିତ୍ସର ରାଜା ଯିହୋୟାକୀମଙ୍କୁ ବାବିଲକୁ ନେଇଗଲେ।
7
ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତେକ ଦ୍ରବ୍ୟ ନେଇଗଲେ। ସେ ସେହି ବସ୍ତୁଗୁଡ଼ିକୁ ବାବିଲକୁ ନେଇଗଲେ ଓ ସେଗୁଡ଼ିକୁ ନେଇ ନିଜ ଗୃହରେ ରଖିଲେ।
8
ଯିହୋୟାକୀମ୍ ଅନ୍ୟ ଯେଉଁ ସମସ୍ତ କାର୍ଯ୍ୟ କରିଥିଲେ, ସେ ଯେଉଁ ଭୟଙ୍କର ପାପସବୁ କରିଥିଲେ ଓ ସେ ଯେଉଁସବୁ ଦୋଷ କରିଥିଲେ, ସେହିସବୁ “ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ” ଲେଖାଯାଇଅଛି। ଯିହୋୟାଖୀନ୍, ଯିହୋୟାକୀମଙ୍କ ସ୍ଥାନରେ ନୂତନ ରାଜା ହେଲେ। ଯିହୋୟାଖୀନ୍, ଯିହୋୟାକୀମଙ୍କ ପୁତ୍ର ଥିଲେ।
9
ଯିହୁଦାର ରାଜା ଯିହୋୟାଖୀନ୍ ଯିହୋୟାଖୀନ୍ ଯିହୁଦାର ରାଜା ହେବା ସମୟରେ ଅଠର ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ତିନି ମାସ ଓ ଦଶ ଦିନ ପର୍ଯ୍ୟନ୍ତ ରାଜା ହୋଇଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।
10
ବସନ୍ତ ଋତୁରେ, ରାଜା ନବୂଖଦ୍ନିତ୍ସର ଯିହୋୟାଖୀନଙ୍କୁ ଆଣିବା ନିମନ୍ତେ କେତେକ ଭୃତ୍ୟଙ୍କୁ ପଠାଇଲେ। ସେମାନେ ଯିହୋୟାଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ୟ ଧନ ସମ୍ପତ୍ତିରୁ କିଛି ବାବିଲକୁ ନେଇଗଲେ। ନବୂଖଦ୍ନିତ୍ସରର ସିଦିକିୟଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିୟ ଯିହୋୟାଖୀନଙ୍କର ଜଣେ ଆତ୍ମୀୟ ଥିଲେ।
11
ଯିହୁଦାର ରାଜା ସିଦିକିୟ ସିଦିକିୟ ଯିହୁଦାର ରାଜା ହେବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏଗାର ବର୍ଷ ପର୍ଯ୍ୟନ୍ତ ରାଜା ହେଲେ।
12
ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କର୍ମ କଲେ ନାହିଁ। ଭବିଷ୍ୟଦ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିୟ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।
13
ଯିରୁଶାଲମ ଧ୍ୱଂସ ହେଲା ସିଦିକିୟ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖଦ୍ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।
14
ଆହୁରି ମଧ୍ୟ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ୱସ୍ତ ହେଲେ। ସେମାନେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସେହି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ଯିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।
15
ସଦାପ୍ରଭୁ, ସେମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ତାଙ୍କର ଲୋକମାନଙ୍କୁ ଚେତାବନୀ ଦେବା ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
16
କିନ୍ତୁ ଲୋକମାନେ ପରମେଶ୍ୱରଙ୍କ ଦୂତମାନଙ୍କୁ ପରିହାସ କଲେ। ସେମାନେ ପରମେଶ୍ୱରଙ୍କ ବାର୍ତ୍ତାକୁ ଘୃଣା କଲେ। ସେମାନେ ପରମେଶ୍ୱରଙ୍କର ଭବିଷ୍ୟଦ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ଯ୍ୟନ୍ତ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ପ୍ରତି କ୍ରୋଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷୟ ନ ଥିଲା।
17
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।
18
ନବୂଖଦ୍ନିତ୍ସର ପରମେଶ୍ୱରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନେଇଗଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ୟ ବସ୍ତୁ ସବୁ ନେଇଗଲେ।
19
ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ୟଦଳ ମନ୍ଦିରକୁ ଜ୍ୱଳାଇ ଦେଲେ। ସେମାନେ ଯିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ୱଳାଇ ଦେଲେ। ସେମାନେ ଯିରୁଶାଲମରେ ଥିବା ପ୍ରତ୍ୟେକ ବହୁମୂଲ୍ୟ ଦ୍ରବ୍ୟକୁ ନେଇଗଲେ ନଚେତ୍ ଧ୍ୱଂସ କରିଦେଲେ।
20
ନବୂଖଦ୍ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନେଇଗଲେ ଓ ସେମାନଙ୍କୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ୟ, ବାବିଲର ରାଜ୍ୟକୁ ପରାସ୍ତ କରିବା ପର୍ଯ୍ୟନ୍ତ ସେହି ଲୋକମାନେ ବାବିଲରେ କ୍ରୀତଦାସରୂପେ ରହିଲେ।
21
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।”
22
କୋରସ୍ ପାରସ୍ୟର ରାଜା ହୋଇଥିବାର ପ୍ରଥମ ବର୍ଷରେ, ସଦାପ୍ରଭୁ କୋରସଙ୍କ ଦ୍ୱାରା ଏକ ବିଶେଷ ଘୋଷଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ୟର ପ୍ରତ୍ୟେକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସେମାନେ ଏହି ବାର୍ତ୍ତା ବହନ କରୁଥିଲେ।
23
ପାରସ୍ୟର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ମୋତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମୋତେ ଯିହୁଦାସ୍ଥିତ ଯିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାୟିତ୍ୱ ଦେଇଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ୱରଙ୍କ ଲୋକ ଅଟ, ଯିରୁଶାଲମକୁ ଫେରି ଯିବା ନିମନ୍ତେ ସ୍ୱାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପ୍ରତ୍ୟେକଙ୍କ ସହିତରେ ରୁହନ୍ତୁ।
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36