bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Chronicles 8
2 Chronicles 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 9 →
1
ଶଲୋମନ ନିର୍ମାଣ କରିଥିବା ନଗର ସକଳ ସଦାପ୍ରଭୁଙ୍କ ମନ୍ଦିର ଓ ନିଜର ଗୃହ ନିର୍ମାଣ କରିବା ନିମନ୍ତେ ଶଲୋମନଙ୍କୁ 20 ବର୍ଷ ଲାଗିଲା।
2
ଏହା ପରେ ହୂରମ୍ ରାଜା ଦେଇଥିବା ସହରଗୁଡ଼ିକୁ ଶଲୋମନ ଆଉଥରେ ନିର୍ମାଣ କଲେ। ଆଉ ଶଲୋମନ ଏହି ସହରଗୁଡ଼ିକରେ ବାସ କରିବା ନିମନ୍ତେ କିଛି ଇସ୍ରାଏଲୀୟ ଲୋକଙ୍କୁ ଅନୁମତି ଦେଲେ।
3
ଏହା ପରେ ଶଲୋମନ ସୋବାସ୍ଥିତ ହମାତ୍କୁ ଗଲେ ଓ ତାହାକୁ ଅଧିକାର କଲେ।
4
ଶଲୋମନ ମଧ୍ୟ ମରୁଭୂମି ମଧ୍ୟରେ ତଦ୍ମୋର୍ ସହର ନିର୍ମାଣ କଲେ। ସେ ପ୍ରତିରକ୍ଷା ନିମନ୍ତେ ହମାତ୍ରେ ସମସ୍ତ ସହର ନିର୍ମାଣ କଲେ।
5
ଶଲୋମନ ଊର୍ଦ୍ଧ୍ୱସ୍ଥ ବୈଥ୍-ହୋରଣ୍ ଓ ନୀଚ୍ଚସ୍ଥ ବୈଥ୍ ହୋରଣର ସହରଗୁଡ଼ିକୁ ଆଉଥରେ ନିର୍ମାଣ କଲେ। ସେ ଏହି ସହରଗୁଡ଼ିକୁ ଦୃଢ଼ ଦୁର୍ଗରେ ପରିଣତ କଲେ। ସେହି ସହରଗୁଡ଼ିକରେ ଅତି ସୁଦୃଢ଼ ପ୍ରାଚୀର, ଦ୍ୱାର ଓ ଦ୍ୱାରଗୁଡ଼ିକରେ ଦୃଢ଼ ଅର୍ଗଳ ଥିଲା।
6
ଏବଂ ଶଲୋମନ ବାଲତ୍ ସହର ଓ ଅନ୍ୟ ନଗରଗୁଡ଼ିକୁ ସୁଦୃଢ଼ କରିଥିଲେ, ଯେଉଁଠାରେ ସେ ସୈନ୍ୟମାନଙ୍କ ଛାଉଣି ପକାଇଥିଲେ। ସେ ଆହୁରି ଅନେକ ନଗରସବୁ ନିର୍ମାଣ କଲେ, ଯେଉଁଠାରେ ଯୁଦ୍ଧରଥ ସବୁ ରଖା ଯାଉଥିଲା ଓ ଅଶ୍ୱାରୋହୀମାନେ ବାସ କରୁଥିଲେ। ଶଲୋମନ ଯିରୁଶାଲମ, ଲିବାନୋନ୍ରେ ଓ ସେ ରାଜା ଥିବା ସମସ୍ତ ଦେଶରେ ଯାହା ନିର୍ମାଣ କରିବାକୁ ଗ୍ଭହିଁଲେ, ତାହା ନିର୍ମାଣ କଲେ।
7
ସେଠାରେ ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ବାସ କରୁଥିଲେ। ସେମାନେ ଇସ୍ରାଏଲୀୟ ନୁହନ୍ତି।
8
ସେମାନେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧର, ଯେଉଁମାନେ ସେ ପର୍ଯ୍ୟନ୍ତ ସେହି ଭୂମିରେ ଥିଲେ ଏବଂ ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ବଧ କରାଯାଇ ନ ଥିଲେ। ଶଲୋମନ ସେହି ବିଦେଶୀମାନଙ୍କୁ କ୍ରୀତଦାସ ଭାବରେ କାମ କରିବାକୁ ବାଧ୍ୟ କଲେ। ସେମାନେ ଆଜି ପର୍ଯ୍ୟନ୍ତ କ୍ରୀତଦାସ ଅଛନ୍ତି।
9
ଶଲୋମନ ଇସ୍ରାଏଲର ଲୋକମାନଙ୍କୁ କ୍ରୀତଦାସ ହେବା ନିମନ୍ତେ ବାଧ୍ୟ କଲେ ନାହିଁ। ଇସ୍ରାଏଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସେମାନେ ଶଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସେମାନେ ଶଲୋମନଙ୍କର ଯୁଦ୍ଧ ରଥର ସେନାପତି ଥିଲେ।
10
ଆଉ, ଇସ୍ରାଏଲର କିଛି ଲୋକଙ୍କୁ ଶ୍ରମିକମାନଙ୍କ କାର୍ଯ୍ୟ ତଦାରଖ କରିବା ପାଇଁ ନିଯୁକ୍ତ କରିଥିଲେ। ସେଠାରେ 250 ଜଣ ତଦାରଖକାରୀ ଥିଲେ।
11
ଶଲୋମନ ଦାଉଦଙ୍କ ନଗରରୁ ଫାରୋଙ୍କର କନ୍ୟାଙ୍କୁ ତାଙ୍କ ନିମନ୍ତେ ସେ ନିର୍ମିତ କରିଥିବା ଗୃହକୁ ଆଣିଲେ। ଶଲୋମନ କହିଲେ, “ମୋର ସ୍ତ୍ରୀ ଇସ୍ରାଏଲର ରାଜା ଦାଉଦଙ୍କ ଗୃହରେ ବାସ କରିବ ନାହିଁ, କାରଣ ଯେଉଁ ସ୍ଥାନରେ ସଦାପ୍ରଭୁ ପରମେଶ୍ୱରଙ୍କର ବିଶେଷ ସିନ୍ଦୁକ ଥିଲା, ତାହା ପବିତ୍ର ସ୍ଥାନ ଅଟେ।”
12
ଏହା ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖରେ ସେହି ବଳିବେଦି ନିର୍ମାଣ କରିଥିଲେ।
13
ମୋଶା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ଶଲୋମନ ସେହି ପ୍ରକାରେ ପ୍ରତ୍ୟେକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ୟା ଉତ୍ସବ ଓ ତ୍ରୟବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରୟବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ୟ ରୋଟୀର ପର୍ବ, ସପ୍ତାହବ୍ୟାପି ପର୍ବ ଓ ଆଶ୍ରୟଦାୟକ ପର୍ବ।
14
ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦେଶାବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଶଲୋମନ ଲେବୀୟମାନଙ୍କୁ ମଧ୍ୟ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଲେବୀୟମାନଙ୍କର କାର୍ଯ୍ୟ ଥିଲା ପ୍ରଶଂସା ଗାନରେ ନେତୃତ୍ୱ ଦେବା ଓ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ଦୈନନ୍ଦିନ ଯେଉଁ ବିଷୟମାନ କରାଯାଏ, ସେଥିରେ ଯାଜକମାନଙ୍କୁ ସାହାଯ୍ୟ କରିବା। ଆଉ ଶଲୋମନ ଦ୍ୱାର ନିକଟରେ ସେବାକାର୍ଯ୍ୟ କରିବା ନିମନ୍ତେ ଦ୍ୱାରପାଳମାନଙ୍କୁ ସେମାନଙ୍କର ଦଳ ଅନୁଯାୟୀ ମନୋନୀତ କଲେ। ପରମେଶ୍ୱରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
15
ଯାଜକ ଓ ଲେବୀୟମାନେ ଠିକ୍ ସେହିପରି କଲେ, ଯାହା ଶଲୋମନ ସେମାନଙ୍କୁ ମନ୍ଦିରରେ ଏବଂ ଏହାର କୋଷାଗାରରେ କରିବା ପାଇଁ କହିଥିଲେ।
16
ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପିତ ହେବା ଦିନଠାରୁ ସଦାପ୍ରଭୁଙ୍କ ମନ୍ଦିର ଶେଷ ନ ହେଲା ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ଭଲ ଭାବରେ କରାଗଲା।
17
ଏହା ପରେ ଶଲୋମନ ଇତ୍ସିୟୋନ-ଗେବର ଓ ଏଲତ ସହରମାନଙ୍କୁ ଗଲେ। ସେହି ସହରଗୁଡ଼ିକ ଇଦୋମ ଦେଶରେ ସମୁଦ୍ର ନିକଟରେ ଥିଲା।
18
ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ୱ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସେଠାରୁ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36