bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 13
2 Corinthians 13
Odia Bible ERV 2004 (ପବିତ୍ର ବାଇବଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
1
ଶେଷ ସତର୍କବାଣୀ ଓ ଶୁଭେଚ୍ଛା ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।”
2
ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି।
3
ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି।
4
ଏହା ସତ୍ୟ ଯେ, ଯେତେବେଳେ ଖ୍ରୀଷ୍ଟ କ୍ରୁଶ ଉପରେ ଚଢ଼ିଲେ ସେତେବେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ୱରଙ୍କ ମହାଶକ୍ତିରେ ସେ ଜୀବିତ। ଆମ୍ଭେ ମଧ୍ୟ ଖ୍ରୀଷ୍ଟଙ୍କଠାରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ୱରଙ୍କ ଶକ୍ତିରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ୟ ଜୀବିତ ହୋଇ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
5
ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।
6
ମୁଁ ଆଶାକରେ ଆମ୍ଭେମାନେ ପରୀକ୍ଷାରେ ବିଫଳ ହୋଇ ନାହୁଁ ବୋଲି ତୁମ୍ଭେମାନେ ଦେଖିବ।
7
ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ।
8
ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା।
9
ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ।
10
ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତେବେଳେ ମୁଁ ଆସେ, ସେତେବେଳେ ଦଣ୍ଡ ଦେବା ପାଇଁ ମୋତେ ମୋ’ ଶକ୍ତିର ବ୍ୟବହାର କରିବାକୁ ନ ପଡ଼ୁ। ପରମେଶ୍ୱର ମୋତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
11
ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
12
ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
13
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ୱରଙ୍କ ପ୍ରେମ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
All chapters:
1
2
3
4
5
6
7
8
9
10
11
12
13