bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 2
2 Corinthians 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 3 →
1
ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।
2
ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତେବେ କିଏ ମୋତେ ସୁଖୀ କରିବ। କେବଳ ତୁମ୍ଭେମାନେ ମୋତେ ସୁଖ ଦେଇ ପାରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦେଇଛି।
3
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେହେତୁ ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କଠାରୁ ମୋତେ ଆନନ୍ଦ ମିଳିବା କଥା, ସେମାନଙ୍କଠାରୁ ମୋତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ମୋର ସହିତ ଆନନ୍ଦ କରିବ।
4
ପୂର୍ବରୁ ମୁଁ ଯେତେବେଳେ ତୁମ୍ଭକୁ ଲେଖିଥିଲି, ସେତେବେଳେ ମୋ’ ହୃଦୟରେ ଅଧିକ ବେଦନା ଓ ଦୁଃଖ ଥିଲା। ମୁଁ ଆଖିରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦେବା ମୋର ଉଦ୍ଦେଶ୍ୟ ନ ଥିଲା। ତୁମ୍ଭମାନଙ୍କ ପାଇଁ ମୋର ପ୍ରେମର ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭେମାନେ ଜାଣି ପାରିବ ଏଥିପାଇଁ ଏହା ଲେଖିଲି।
5
ମନ୍ଦ କରିଥିବା ଲୋକକୁ କ୍ଷମା ଦିଅ ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମୋତେ ଦୁଃଖିତ କରିଛି, ସେ କେବଳ ମୋତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରାରେ ତୁମ୍ଭମାନଙ୍କୁ ମଧ୍ୟ କରିଛି।
6
ଏହି ଲୋକକୁ ତୁମ୍ଭେମାନେ ମିଶି ଯାହା ଦଣ୍ଡ ଦେଇଛ, ତାହା ଯଥେଷ୍ଟ ହେଲାଣି।
7
କିନ୍ତୁ ଏବେ ତୁମ୍ଭେମାନେ ତାହାକୁ କ୍ଷମା ଦେବା ଉଚିତ୍ ଓ ତାହାକୁ ସାନ୍ତ୍ୱନା ପ୍ରଦାନ କରିବା ଉଚିତ୍। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖରେ ଭାଙ୍ଗି ପଡ଼ିବ ନାହିଁ।
8
ସେଥିପାଇଁ ମୋର ଅନୁରୋଧ ଯେ, ତୁମ୍ଭେମାନେ ତା’ ପ୍ରତି ପୁନର୍ବାର ତୁମ୍ଭମାନଙ୍କର ପ୍ରେମଭାବ ଦେଖାଅ।
9
ତୁମ୍ଭେମାନେ ମୋର ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି।
10
ତୁମ୍ଭେମାନେ ଯଦି କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତିରେ କ୍ଷମା କରିଛି।
11
ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ।
12
ତ୍ରୋୟାରେ ପାଉଲଙ୍କର ଉଦ୍ବେଗ ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ତ୍ରୋୟା ନଗରକୁ ଯାଇଥିଲି। ପ୍ରଭୁ ସେଠାରେ ମୋତେ ଭଲ ସୁଯୋଗଟିଏ ଦେଲେ।
13
ସେଠାରେ ମୋ’ ଭାଇ ତୀତସକୁ ନ ପାଇ ମୁଁ ମୋ’ ମନରେ ଶାନ୍ତି ହରାଇଲି। ସେଥିପାଇଁ ସେମାନଙ୍କଠାରୁ ବିଦାୟ ନେଇ ମୁଁ ମାକିଦନିଆକୁ ଗଲି।
14
ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
15
ଆମ୍ଭର ଉତ୍ସର୍ଗ ବଳି ପରମେଶ୍ୱରଙ୍କ ପାଇଁ ହେଉଛି ଏହା: ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାନ୍ତି, ସେମାନଙ୍କ ପାଇଁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।
16
ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି ଆମ୍ଭେମାନେ ମୃତ୍ୟୁର ଦୁର୍ଗନ୍ଧ ସ୍ୱରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସେମାନଙ୍କ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ?
17
ଅନେକ ଯେପରି କରନ୍ତି, ସେହିପରି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ୱରଙ୍କ ବାକ୍ୟ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟ କହୁ। ପରମେଶ୍ୱରଙ୍କ ପ୍ରେରିତ ଲୋକ ଭଳି କଥା କହୁ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 3 →
All chapters:
1
2
3
4
5
6
7
8
9
10
11
12
13