bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 3
2 Corinthians 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
1
ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି।
2
ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।
3
ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।
4
ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
5
ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି।
6
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
7
ନୂତନ ଚୁକ୍ତି ଅଧିକ ମହିମା ଆଣେ ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା।
8
ତା’ହେଲେ ଆତ୍ମାଙ୍କର ଜୀବନଦାୟକ ସେବା କେତେ ଅଧିକ ମହିମାଯୁକ୍ତ ନ ହେବ?
9
ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା’ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ।
10
ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ।
11
ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା’ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।
12
ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ।
13
ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ।
14
କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
15
କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ।
16
କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ।
17
ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠାରେ ପ୍ରଭୁଙ୍କର ଆତ୍ମା ବିଦ୍ୟମାନ, ସେହିଠାରେ ସ୍ୱାଧୀନତା ଅଛି।
18
ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
All chapters:
1
2
3
4
5
6
7
8
9
10
11
12
13