bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 4
2 Corinthians 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
1
ମାଟିପାତ୍ର ଭିତରେ ଆଧ୍ୟାତ୍ମିକ ଧନ ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
2
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।
3
ସୁସମାଗ୍ଭର ଯଦି ଆଚ୍ଛାଦିତ ହୋଇଥାଏ, ତେବେ ସେହି ଆଚ୍ଛାଦନ କେବଳ ସେହିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗରେ ରହିଛନ୍ତି।
4
ଅବିଶ୍ୱାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦେଇଛି। ତେଣୁ ସେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭରର ଆଲୋକ ଦେଖି ପାରନ୍ତି ନାହିଁ।
5
ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ।
6
ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।
7
ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ।
8
ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ।
9
ଆମ୍ଭେ ନିର୍ଯ୍ୟାତିତ ହେଉଛୁ, କିନ୍ତୁ ପରମେଶ୍ୱର ଆମ୍ଭକୁ ଛାଡ଼ିଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହୋଇ ନାହୁଁ।
10
ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ।
11
ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା।
12
ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।
13
ଶାସ୍ତ୍ରରେ ଲେଖାଅଛି: “ମୁଁ ବିଶ୍ୱାସ କଲି, ଏଣୁ ସ୍ପଷ୍ଟ କହିଲି।” ଆମ୍ଭର ବିଶ୍ୱାସ ମଧ୍ୟ ସେହିଭଳି ଅଟେ। ଆମ୍ଭେ ବିଶ୍ୱାସ କରୁ, ସେଥିପାଇଁ ଆମ୍ଭେ କହୁ।
14
କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ୟ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।
15
ସେ ଆମ୍ଭକୁ ମଧ୍ୟ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହା ଦ୍ୱାରା ଅନେକ ଲୋକ ଯେପରି ପରମେଶ୍ୱରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ୱରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ୟବାଦ ଅର୍ପଣ କରାଯିବ।
16
ବିଶ୍ୱାସରେ ଜୀବନ କାଟିବା ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।
17
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।
18
ଆମ୍ଭର ଆଖି ଦୃଶ୍ୟ ବିଷୟ ଗୁଡ଼ିକ ଉପରେ ନ ରହି, ଅଦୃଶ୍ୟ ବିଷୟ ଉପରେ କେନ୍ଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦେଖା ଯାଉଛି, ତାହା ଅସ୍ଥାୟୀ, ଓ ଯାହା ଅଦୃଶ୍ୟ, ତାହା ସମ୍ପୂର୍ଣ୍ଣ ଚିରସ୍ଥାୟୀ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
All chapters:
1
2
3
4
5
6
7
8
9
10
11
12
13