bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 7
2 Corinthians 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
1
ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା।
2
ପାଉଲଙ୍କ ଆନନ୍ଦ ନିଜ ହୃଦୟରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ୍ କରି ନାହୁଁ। ଆମ୍ଭେ କାହାରି ବିଶ୍ୱାସରେ ଆଞ୍ଚ ଆଣି ନାହୁଁ, କାହାକୁ ଘୋଷଣା କରି ନାହୁଁ।
3
ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ।
4
ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।
5
ଯେତେବେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତେବେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଗ୍ଭରି ପଟେ ଅସୁବିଧାମାନ ଘେରି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧ୍ୟରେ ଆମ୍ଭେ ଥିଲୁ।
6
କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ।
7
ସେ ଆସିବା ଦ୍ୱାରା ଆମ୍ଭେ ସାନ୍ତ୍ୱନା ପାଇଲୁ। କିନ୍ତୁ ତୁମ୍ଭେମାନେ ଦେଇଥିବା ସୁଖ ଦ୍ୱାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତୀତସ କହିଲେ ଯେ ତୁମ୍ଭେମାନେ ମୋତେ ଦେଖିବା ପାଇଁ ବ୍ୟାକୁଳ। ତୁମ୍ଭେମାନେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭେମାନେ ମୋତେ ଅତି ମାତ୍ରାରେ ଗ୍ଭହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହେଲି।
8
ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନରେ ଦୁଃଖ ଦେଲି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସେହି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦେଲା ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦେଲା।
9
ଏବେ ମୁଁ ଖୁସୀ ଅଛି। ତୁମ୍ଭେମାନେ ଦୁଃଖୀ ହୋଇଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସୀ। ପରମେଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତୁମ୍ଭେମାନେ ଦୁଃଖୀ ହେଲ। ଅତଏବ ତୁମ୍ଭେମାନେ ଆମ୍ଭ ଦ୍ୱାରା କୌଣସି ପ୍ରକାରେ ଆଘାତ ପାଇ ନାହଁ।
10
କାରଣ ଈଶ୍ୱରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ୱାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହେବା ଆବଶ୍ୟକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ୟୁ ଆଣିଥାଏ।
11
ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ଯୋଗୀ କରିଛି। ତୁମ୍ଭେମାନେ ଭୁଲ୍ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ।
12
ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହୋଇଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ୱରଙ୍କ ଆଗରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭେମାନେ ଯେପରି ଦେଖି ପାର, ସେଥିପାଇଁ ଲେଖିଥିଲି।
13
ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ। ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ।
14
ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ।
15
ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା।
16
ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
All chapters:
1
2
3
4
5
6
7
8
9
10
11
12
13