bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 8
2 Corinthians 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
1
ସହଖ୍ରୀଷ୍ଟିୟାନମାନଙ୍କୁ ସାହାଯ୍ୟ କର ଭାଇ ଓ ଭଉଣୀମାନେ! ପରମେଶ୍ୱର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସେହି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।
2
ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ।
3
ମୁଁ କହିପାରେ ଯେ, ସେମାନେ ଯେତେ ଦେଇ ପାରିବା କଥା ତାହ ଦେଇଛନ୍ତି। ଏତିକି ନୁହେଁ, ସେମାନେ ସ୍ୱେଚ୍ଛାରେ ନିଜ ସାମର୍ଥ୍ୟ ଅପେକ୍ଷା ଅଧିକ ଦେଇଛନ୍ତି। କେହି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।
4
କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।
5
ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।
6
ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ।
7
ତୁମ୍ଭେମାନେ ବିଶ୍ୱାସ, ବାକ୍ୟ ପ୍ରଗ୍ଭର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭେମାନେ ଶିଖିଥିବା ପ୍ରେମ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦେବା ସେବାରେ ତୁମ୍ଭେମାନେ ଧନୀ ହୁଅ।
8
ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ।
9
ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।
10
ଏହି ବିଷୟରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ରେଷ୍ଠ। ଗତ ବର୍ଷ ତୁମ୍ଭେମାନେ ପ୍ରଥମେ ଦାନ ଦେବା ପାଇଁ ଇଚ୍ଛା କରିଥିଲ ଓ ପ୍ରକୃତରେ ପ୍ରଥମେ ଦାନ ମଧ୍ୟ ଦେଇଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭେମାନେ ଆରମ୍ଭ କରିଥିଲ ତାହାକୁ ଶେଷ କର।
11
ତା’ହେଲେ ଯାଇ ତୁମ୍ଭମାନଙ୍କର “କରିବା” ତୁମ୍ଭମାନଙ୍କର “ଇଚ୍ଛା କରିବା” ସହିତ ସମାନ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ତହିଁରୁ ଦାନ କର।
12
ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା’ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।
13
ଅନ୍ୟମାନେ ଆରାମରେ ରହୁଥିବା ବେଳେ ତୁମ୍ଭେମାନେ ଦୁର୍ଦ୍ଦଶାରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ; ବରଂ ଆମ୍ଭେ ସବୁ ବିଷୟରେ ସମାନତା ଇଚ୍ଛା କରୁ।
14
ବର୍ତ୍ତମାନ ତୁମ୍ଭମାନଙ୍କ ପାଖରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ୟକ ପୂରଣ ହେବ। ତା’ପରେ ଯେତେବେଳେ ସେମାନଙ୍କର ବୁଦ୍ଧି ହେବ, ସେମାନେ ତୁମ୍ଭମାନଙ୍କର ଆବଶ୍ୟକତାରେ ସାହାଯ୍ୟ କରିବେ।
15
ଶାସ୍ତ୍ରରେ ମଧ୍ୟ ଲେଖାଅଛି: “ଯିଏ ଅଧିକ ସଂଗ୍ରହ କଲା ତାହା ପାଖରେ ଅଧିକ ରହିଲା ନାହିଁ, ଓ ଯିଏ ଅଳ୍ପ ସଂଗ୍ରହ କଲା ତାହା ପାଖରେ ଅତି ଅଳ୍ପ ରହିଲା ନାହିଁ।”
16
ତୀତସ ଓ ତାଙ୍କର ସଙ୍ଗୀମାନେ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି।
17
ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି।
18
ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ।
19
ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।
20
ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା’ ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟରେ ଆମ୍ଭେ ସାବଧାନ ଅଛୁ।
21
ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହାସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ୍ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।
22
ସେମାନଙ୍କ ସହିତ ସର୍ବଦା ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଆଉ ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନେକ ଘଟଣାରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନରେ ଅସୀମ ବିଶ୍ୱାସ ଥିବାରୁ, ସେ ଅଧିକ ସାହାଯ୍ୟ କରିବା ପାଇଁ ଉତ୍ସାହିତ ଅଛନ୍ତି।
23
ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ।
24
ତୁମ୍ଭମାନଙ୍କ ଭିତରେ ଯେ ପ୍ରକୃତରେ ପ୍ରେମ ଅଛି ଏହା ଦେଖାଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସେମାନଙ୍କୁ ପ୍ରମାଣ କରି ଦେଖାଅ। ତା’ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
All chapters:
1
2
3
4
5
6
7
8
9
10
11
12
13