bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Corinthians 9
2 Corinthians 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 10 →
1
ଖ୍ରୀଷ୍ଟିୟାନମାନଙ୍କ ଦାନ ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ।
2
ମୁଁ ଜାଣେ ଯେ, ତୁମ୍ଭେମାନେ ସାହାଯ୍ୟ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗରେ ଗର୍ବ ସହିତ ମୁଁ କୁହେ ଯେ, ଆଖାୟାର ଲୋକେ ଗତ ବର୍ଷଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହୋଇ ଦାନ ଦେବା ପାଇଁ ପ୍ରସ୍ତୁତ ଅଛନ୍ତି।
3
କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ୟ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟରେ ଆମ୍ଭର ଯେଉଁ ଗର୍ବ ତାହା ବ୍ୟର୍ଥ ନ ହେଉ।
4
ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ।
5
ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭେମାନେ ଆସିବା ପୂର୍ବରୁ ମୁଁ ସେହି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ କହିବି। ତାହାହେଲେ ତୁମ୍ଭେମାନେ ଯେଉଁ ଦାନ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲ, ତାହା ସେମାନେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସେହି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ୱଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
6
ଏହି କଥାଟି ମନେରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
7
ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି।
8
ପରମେଶ୍ୱର ତୁମ୍ଭମାନଙ୍କର ଆବଶ୍ୟକତାଠାରୁ ଅଧିକ ଆଶୀର୍ବାଦ ଦେଇ ପାରିବେ। ତହିଁରେ ତୁମ୍ଭେମାନେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରତ୍ୟେକ ଭଲ କାମ କରିବା ପାଇଁ ଦାନ ଦେବାକୁ ତୁମ୍ଭମାନଙ୍କ ପାଖରେ ପ୍ରଚୁର ଥିବ।
9
ଶାସ୍ତ୍ରରେ ଏହା ଲେଖା ଅଛି: “ଯିଏ ଉଦାର ଭାବରେ ଗରିବମାନଙ୍କୁ ଦିଏ ତା’ର ଦୟା ସର୍ବଦା ପାଇଁ ରହି ଥାଏ।”
10
ପରମେଶ୍ୱର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହେବାକୁ ଦେବେ।
11
ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରତ୍ୟେକ ବିଷୟରେ ଧନୀ କରିବେ, ଫଳ ସ୍ୱରୂପ ତୁମ୍ଭେମାନେ ସବୁବେଳେ ଉଦାର ମନରେ ଦାନ ଦେଇ ପାରିବ। ଆମ୍ଭ ମାଧ୍ୟମରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ୱରଙ୍କୁ ଲୋକେ ଧନ୍ୟବାଦ ଦେବେ।
12
ଏହି ସେବା ଯେଉଁଥିରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା’ଦ୍ୱାରା କେବଳ ଯେ ସାଧୁ ମାନଙ୍କର ଆବଶ୍ୟକତା ପୂରଣ ହୁଏ, ତା’ ନୁହେଁ ବରଂ ପରମେଶ୍ୱରଙ୍କ ପ୍ରତି ହୃଦୟ ଧନ୍ୟବାଦରେ ଉଚ୍ଛୁଳି ଉଠେ।
13
ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ।
14
ଯେତେବେଳେ ସେମାନେ ପ୍ରାର୍ଥନା କରିବେ, ସେତେବେଳେ ସେମାନେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ୱରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହେତୁରୁ ସେମାନେ ଏପରି ଅନୁଭବ କରିବେ।
15
ଆଶ୍ଚର୍ଯ୍ୟଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 10 →
All chapters:
1
2
3
4
5
6
7
8
9
10
11
12
13