bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Kings 16
2 Kings 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 17 →
1
ଆହସ ଯିହୁଦାର ରାଜା ହୁଅନ୍ତି ଇସ୍ରାଏଲରେ ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଯୋଥମଙ୍କ ପୁତ୍ର ଆହସ ଯିହୁଦାରେ ରାଜା ହେଲେ।
2
ଆହାସଙ୍କୁ ଯେତେବେଳେ କୋଡ଼ିଏ ବର୍ଷ ହୋଇଥିଲା ସେ ରାଜା ହେଲେ ଓ ଯିରୁଶାଲମରେ ଷୋହଳ ବର୍ଷ ରାଜ୍ୟ କଲେ। ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ନ ଥିଲେ। ସେ କୁକର୍ମମାନ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ଉଚିତ୍ ନ ଥିଲା।
3
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପରି ବସବାସ କଲେ। ଜଘନ୍ୟ ପାପ ପ୍ରଥା ଅନୁସାରେ ସେ ତାଙ୍କର ପୁତ୍ରକୁ ଅଗ୍ନିରେ ବଳିଦାନ କଲେ। ଯାହା ଜାତିମାନଙ୍କ ଦ୍ୱାରା ଅନୁକରଣ ହୋଇଥିଲା, ତେଣୁ ସଦାପ୍ରଭୁ ଭୂମିରୁ ସେମାନଙ୍କୁ ଜୋର୍ କରି ତଡ଼ି ଦେଲେ, ଯେତେବେଳେ ଇସ୍ରାଏଲମାନେ ଆସିଲେ।
4
ପୁଣି ସେ ଉଚ୍ଚସ୍ଥଳୀରେ, ପର୍ବତ ଉପରେ ଓ ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷତଳେ ବଳିଦାନ କଲେ ଓ ଧୂପ ଜଳାଇଲେ।
5
ସେତେବେଳେ ଅରାମର ରାଜା ରତ୍ସୀନ୍ ଓ ଇସ୍ରାଏଲର ରାଜା ରମଲିୟଙ୍କ ପୁତ୍ର ପେକହ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ। ସେମାନେ ଆହସଙ୍କୁ ଚତୁର୍ଦ୍ଦିଗରେ ଘେରିଗଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
6
ସେ ସମୟରେ ଅରାମର ରାଜା ରତ୍ସୀନ୍ ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀମାନଙ୍କୁ ଏଲତ୍ରୁ ତଡ଼ି ଦେଲେ। ସେଠାରେ ଅରାମୀୟମାନେ ଆସି ଅଦ୍ୟାବଧି ବାସ କରୁଛନ୍ତି।
7
ଅଶୂରର ରାଜା ଆହସ୍ ତିଗ୍ଲତ-ପିଲେଷର ନିକଟକୁ ଦୂତ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ମୁଁ ତୁମ୍ଭର ପୁତ୍ର ତୁଲ୍ୟ। ଦୟାକରି ଏଠାକୁ ଆସ ଓ ମୋତେ ଅରାମର ରାଜା ଓ ଇସ୍ରାଏଲର ରାଜାଙ୍କ ଆକ୍ରମଣରୁ ରକ୍ଷା କର।”
8
ଆଉ ମଧ୍ୟ ଆହସ୍ ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରରେ ଥିବା ସୁବର୍ଣ୍ଣ ଓ ରୌପ୍ୟ ନେଲେ ଓ ଅଶୂରର ରାଜା ନିକଟକୁ ଉପହାର ସ୍ୱରୂପ ପଠାଇଲେ।
9
ଏଥିରେ ଅଶୂରର ରାଜା ଆହାସଙ୍କୁ ସାହାଯ୍ୟ କରିବାକୁ ରାଜି ହେଲେ ଓ ସେ ଆକ୍ରମଣ କଲେ। ଦମ୍ମେଶକ ଅଧିକାର କଲେ ଓ ସେଠିକାର ଲୋକମାନଙ୍କୁ ବନ୍ଦୀ କରି କୀର ନଗରକୁ ନେଇଗଲେ। ଆଉ ସେ ରତ୍ସୀନଙ୍କୁ ବଧ କଲେ।
10
ରାଜା ଆହାସ୍ ଅଶୂରର ରାଜା ତିଗ୍ଲତ-ପିଲେଷରଙ୍କୁ ଭେଟିବାକୁ ଦମ୍ମେଶକ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ। ତା’ପରେ ଆହାସର ରାଜା ସେହି ଯଜ୍ଞବେଦିରେ ସକଳ ଶିଳ୍ପକଳା ଅନୁସାରେ ସେହିପ୍ରକାର ଆକୃତି ଉରିୟ ଯାଜକ ନିକଟକୁ ପଠାଇଲେ।
11
ତା’ପରେ ଯାଜକ ଉରିୟ ରାଜା ଆହାସ ଦମ୍ମେଶକରୁ ପଠାଇଥିବା ଯଜ୍ଞବେଦିର ନମୁନା ଅନୁସାରେ ଏକ ଯଜ୍ଞବେଦି ନିର୍ମାଣ କଲେ। ଆହସ୍ ଆସିବା ପୂର୍ବରୁ ଯାଜକ ସମସ୍ତ କର୍ମ କଲା।
12
ରାଜା ଆହାସ୍ ଯେତେବେଳେ ଦମ୍ମେଶକରୁ ଆସିଲେ। ସେ ଯଜ୍ଞବେଦି ଦେଖିଲେ ଓ ଯଜ୍ଞବେଦି ନିକଟକୁ ଯାଇ ତା’ ଉପରେ ବଳିଦାନ କଲେ।
13
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି, ଆପଣା ପେୟନୈବେଦ୍ୟ ଢାଳି ଓ ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଯଜ୍ଞବେଦି ଉପରେ ଛିଞ୍ଚିଲେ।
14
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ଯଜ୍ଞବେଦି ଆଣିଲେ, ଯେଉଁଟାକି ଆହାସ୍ଙ୍କ ଯଜ୍ଞବେଦି ଓ ସଦାପ୍ରଭୁଙ୍କ ମନ୍ଦିରର ମଧ୍ୟସ୍ଥଳରେ ଥିଲା। ଏହା ତାଙ୍କର ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ରଖିଲେ।
15
ରାଜା ଆହସ୍ ଉରିୟ ଯାଜକଙ୍କୁ ଆଦେଶ ଦେଲେ, “ପ୍ରଭାତ କାଳୀନ ହୋମବଳି, ସନ୍ଧ୍ୟାକାଳୀନ ଭକ୍ଷ୍ୟନୈବେଦ୍ୟ, ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ଲୋକଙ୍କ ହୋମବଳି, ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ତୁମ୍ଭେ ଦଗ୍ଧ କରିବା ଉଚିତ୍ ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ଅନ୍ୟ ନୈବେଦ୍ୟ ବୃହତ୍ ଯଜ୍ଞବେଦି ଉପରେ ଛିଞ୍ଚ। କିନ୍ତୁ ମୁଁ ପରମେଶ୍ୱରଙ୍କଠାରୁ ଉତ୍ତର ପାଇବାକୁ ପିତ୍ତଳ ଯଜ୍ଞବେଦି ବ୍ୟବହାର କରିବି”
16
ଯାଜକ ଉରିୟ ରାଜା ଆହାସଙ୍କ ଆଜ୍ଞାନୁସାରେ ସମସ୍ତ କାର୍ଯ୍ୟ କଲେ।
17
ପୁଣି ଆହାସ୍ ରାଜା ବୈଠିକିଗୁଡ଼ିକ କାଟି ପ୍ରକ୍ଷାଳନ ପାତ୍ର ଓ କବାଟ ଫଳକ ଅଲଗା କଲେ। ଆଉ ବଡ଼ ଟ୍ୟାଙ୍କ୍ ତଳେ ଯେଉଁ ପିତ୍ତଳ ନିର୍ମିତ ଷଣ୍ଢ ଥିଲା, ସେସବୁର ଉପରୁ ତାକୁ ନେଇ ଏକ ପ୍ରସ୍ତର ଚଟାଣ ଉପରେ ରଖିଲେ।
18
ଆଉ ବିଶ୍ରାମ ସଭା ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ବର୍ହିଦ୍ୱାର କରିଥିଲେ ତାହା ସେ ଅଶୂରର ରାଜାଙ୍କ ଲାଗି ସଦାପ୍ରଭୁଙ୍କ ମନ୍ଦିରରୁ ନେଇଗଲେ।
19
ଏହିପରି ଆହାସଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
20
ଆହାସଙ୍କର ମୃତ୍ୟୁ ହେଲା ଓ ସେ ନିଜ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ହିଜକିୟ ଶାସନ କଲେ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25