bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Kings 22
2 Kings 22
Odia Bible ERV 2004 (ପବିତ୍ର ବାଇବଲ)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 23 →
1
ଯିହୁଦାରେ ଯୋଶିୟଙ୍କ ଶାସନ ଆରମ୍ଭ ଯୋଶିୟ ଆଠ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଦୀଦା ଓ ସେ ବସ୍କତୀୟ ଅଦାୟଙ୍କର କନ୍ୟା ଥିଲେ।
2
ଯୋଶିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ସୁକର୍ମ କଲେ ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କ ଶିକ୍ଷା ମାନ୍ୟ କଲେ। ପରମେଶ୍ୱର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହା ସବୁ କଲେ।
3
ମନ୍ଦିର ମରାମତି ପାଇଁ ଯୋଶିୟଙ୍କ ଆଦେଶ ଯୋଶିୟ ତାଙ୍କ ରାଜତ୍ୱର ଅଷ୍ଟାଦଶ ବର୍ଷରେ ମଶୁଲ୍ଲମର ପୌତ୍ର, ଅତ୍ସଲିୟର ପୁତ୍ର ଶାଫନ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ।
4
“ତୁମ୍ଭେ ମହାଯାଜକ ହିଲ୍କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ।
5
ସେ ସେହି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରୀ ଦିଅନ୍ତୁ। ଆଉ ମଧ୍ୟ ସେ ମନ୍ଦିର ମରାମତିରେ ତତ୍ତ୍ୱବଧାରକ ଯାଜକ ମୁଦ୍ରା ଦିଅନ୍ତୁ।
6
ସେହି ମୁଦ୍ରାକୁ ବଢ଼େଇ, ରାଜମିସ୍ତ୍ରି ଓ ପ୍ରସ୍ତର ଖୋଦନକାରୀଙ୍କୁ ଦେବାରେ ବ୍ୟବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣରେ ବ୍ୟବହୃତ କାଠ ଓ ଖୋଦିତ ପଥର କିଣିବାରେ ସେହି ମୁଦ୍ରାକୁ ବିନିଯୋଗ କରନ୍ତୁ।
7
ସେହି କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା’ର ହିସାବ ରଖାଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।”
8
ବ୍ୟବସ୍ଥା ପୁସ୍ତକ ମନ୍ଦିରରୁ ପ୍ରାପ୍ତ ସେତେବେଳେ ମହାଯାଜକ ହିଲ୍କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା’ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ।
9
ଏହା ପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦେଲା, “ଆପଣଙ୍କ ସେବକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ୱାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।”
10
ତା’ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, “ମହାଯାଜକ ହିଲ୍କିୟ ଏହି ପୁସ୍ତକ ମୋତେ ଦେଇଛନ୍ତି।” ତା’ପରେ ଶାଫନ୍ ରାଜାଙ୍କ ସାକ୍ଷାତରେ ତାହା ପାଠ କଲା।
11
ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକର ବାକ୍ୟ ଶ୍ରବଣ କରି ଆପଣା ଦୁଃଖ ଓ ବ୍ୟସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।
12
ତା’ପରେ ରାଜା ହିଲ୍କିୟ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ।
13
ରାଜା ଯୋଶିୟ କହିଲେ, “ତୁମ୍ଭେମାନେ ଯାଅ, ସଦାପ୍ରଭୁଙ୍କୁ ପଗ୍ଭର ମୋ’ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ’ଣ କରିବୁ। ଏହି ପୁସ୍ତକ ବିଷୟରେ ପଗ୍ଭର। ପରମେଶ୍ୱର ଆମ୍ଭ ଉପରେ ଅତ୍ୟନ୍ତ କ୍ରୋଧିତ ହୋଇଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲେଖା ଥିଲା, ଆମ୍ଭର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନ ଥିଲେ।”
14
ଯୋଶିୟ ଓ ଭବିଷ୍ୟଦ୍ବକ୍ତା ହୁଲଦା ଏଣୁ ହିଲ୍କିୟ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟଦ୍ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ।
15
ତା’ପରେ ହୁଲଦା ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ।
16
‘ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ୟ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା।
17
କାରଣ ଯିହୁଦାର ଲୋକମାନେ ମୋତେ ପରିତ୍ୟାଗ କରିଛନ୍ତି। ସେମାନେ ଅନ୍ୟ ଦେବତାଗଣଙ୍କ ପାଦରେ ଧୂପ ଜଳାଇଛନ୍ତି। ସେମାନେ ବହୁତ ପ୍ରତିମା ତିଆରି କରିଛନ୍ତି ଓ ମୋତେ ଅତି କ୍ରୋଧ କରାଇଛନ୍ତି। ତେଣୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧାଗ୍ନି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ।’
18
“ଯିହୁଦାର ରାଜା ଯୋଶିୟ ସଦାପ୍ରଭୁଙ୍କୁ ପଗ୍ଭରିବାକୁ ତୁମ୍ଭମାନଙ୍କୁ ପଠାଇଲେ। ତୁମ୍ଭେ ତାଙ୍କୁ କୁହ, ‘ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର ଏହିକଥା କହନ୍ତି, ଯାହା ତୁମ୍ଭେ ପୁସ୍ତକରୁ ପଢ଼ି ଶୁଣିଛ, ମୋର ବାକ୍ୟଗୁଡ଼ିକ ଏହି ସ୍ଥାନ ଓ ଏହାର ନିବାସୀମାନଙ୍କ ବିଷୟରେ ଥିଲା। ଭୟଙ୍କର ଜିନିଷ ଏହି ନିବାସୀ ଓ ଏହି ସ୍ଥାନରେ ଘଟିବ। ଏହା ଶୁଣି ତୁମ୍ଭର ହୃଦୟ କୋମଳ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ନିଜକୁ ନମ୍ର କଲ ଓ ନିଜ ବସ୍ତ୍ର ଚିରିଲ ଓ ମୋ’ ଛାମୁରେ କ୍ରନ୍ଦନ କଲ। ଏଣୁ ମୁଁ ତୁମ୍ଭର ବିନତି ଶୁଣିଲି।
20
ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତିରେ ସେମାନଙ୍କ ସହିତ କବରରେ ସଂଗୃହୀତ ହେବ। ତୁମ୍ଭେ ଭୟଙ୍କର କ୍ଳେଶ ଦେଖିବ ନାହିଁ। କାରଣ ମୁଁ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।’” ଏହା ପରେ ସେମାନେ ପୁନର୍ବାର ରାଜାଙ୍କୁ ଏହି ସମାଗ୍ଭର ଦେଲେ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25