bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Kings 4
2 Kings 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 5 →
1
ଜଣେ ଭବିଷ୍ୟଦ୍ବକ୍ତାଙ୍କ ବିଧବା ଇଲୀଶାୟଙ୍କୁ ସାହାଯ୍ୟ ଭିକ୍ଷା କରନ୍ତି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳର ମଧ୍ୟରୁ ଜଣକର ଭାର୍ଯ୍ୟା ଇଲୀଶାୟଙ୍କ ସମ୍ମୁଖରେ ଆସି କ୍ରନ୍ଦନ କରି କହିଲା, “ଆପଣଙ୍କର ଦାସ ଯିଏ ମୋର ସ୍ୱାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଏକ ମନୁଷ୍ୟଠାରୁ ଟଙ୍କା କରଜ କରିଥିଲେ ଓ ସେହି ମହାଜନ ମୋର ଦୁଇପୁତ୍ରଙ୍କୁ ଦାସ କରିନେବାକୁ ଆସିଅଛି।”
2
ତହୁଁ ଇଲୀଶାୟ କହିଲେ, “ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ଏବେ କୁହ, ତୁମ୍ଭ ଘରେ କ’ଣ ଅଛି?” ତହୁଁ ସ୍ତ୍ରୀଲୋକଟି କହିଲା, “ଏକ ତୈଳ ପାତ୍ର ଛଡ଼ା ମୋର ଘରେ ଆଉ କିଛି ନାହିଁ।”
3
ତା’ପରେ ଇଲୀଶାୟ କହିଲେ, “ଯାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡ଼ିକ ଧାର କରି ଆଣ। ସେମାନଙ୍କର ଅନେକ ଶୂନ୍ୟ ପାତ୍ର ଥିବ, ସେଗୁଡ଼ିକୁ ସବୁ ଆଣ।
4
ତା’ପରେ ତୁମ୍ଭ ଘରକୁ ଯାଇ ଦ୍ୱାର ବନ୍ଦ କର। କେବଳ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସେହି ଘରେ ରହିବ। ତା’ପରେ ସେହି ପାତ୍ରମାନଙ୍କରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।”
5
ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀଲୋକଟି ନିଜ ଘରକୁ ଆସି ଘରର ଦ୍ୱାର ବନ୍ଦ କଲା। ଘର ଭିତରେ ସେ ଓ ତା’ର ଦୁଇପୁତ୍ର ମାତ୍ର ରହିଲେ। ତା’ର ପୁତ୍ରମାନେ ପାତ୍ରଗୁଡ଼ିକୁ ଆଣିଲେ ଓ ସେ ସେଥିରେ ତୈଳ ଢାଳିଲେ।
6
ସେ ଅନେକ ପାତ୍ର ପୂର୍ଣ୍ଣ କଲା। ଶେଷରେ ତା’ର ପୁଅମାନଙ୍କୁ କହିଲା, “ମୋତେ ଆଉ ଗୋଟିଏ ପାତ୍ର ଦିଅ।” ମାତ୍ର ପୁଅମାନଙ୍କ ମଧ୍ୟରୁ ଗୋଟିଏ ପୁଅ କହିଲା ସମସ୍ତ ପାତ୍ର ପୂର୍ଣ୍ଣ ହୋଇଅଛି, “ଆଉ କୌଣସି ପାତ୍ର ନାହିଁ।” ସେହି ସମୟରେ ସେ ପାତ୍ରରୁ ତୈଳ ବନ୍ଦ ହେଲା।
7
ତା’ପରେ ସ୍ତ୍ରୀଲୋକଟି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, “ଏବେ ଯାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶୋଧ କର ଓ ଅବଶିଷ୍ଟ ଅର୍ଥରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।”
8
ଶୁନେମର ଜଣେ ସ୍ତ୍ରୀଲୋକ ଇଲୀଶାୟଙ୍କୁ ଏକ କୋଠରୀ ଦିଅନ୍ତି ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।
9
ସ୍ତ୍ରୀଲୋକଟି ଦିନେ ତା’ର ସ୍ୱାମୀକୁ କହିଲେ, “ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟ ଦେଇ ସର୍ବଦା ଯାତାୟାତ କରୁଛନ୍ତି, ସେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି।
10
ତେଣୁ ମୁଁ ତୁମ୍ଭକୁ ବିନୟ କରୁଛି, ତୁମ୍ଭେ ଆମ୍ଭର ଛାତ ଉପରେ ଗୋଟିଏ ଛୋଟ କୋଠରୀ ନିର୍ମାଣ କର ଓ ସେଥିରେ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖିବ, ତେଣୁ ସେ ଆମ୍ଭମାନଙ୍କ ନିକଟକୁ ଆସିଲା ବେଳେ ସେଠାରେ ରହିବ।”
11
ଦିନେ ଇଲୀଶାୟ ସେହି ସ୍ତ୍ରୀଲୋକର ଗୃହକୁ ଆସିଲେ ଓ ସେହି କୋଠରୀରେ ଯାଇ ଶୟନ କଲେ।
12
ପୁଣି ସେ ନିଜର ଦାସ ଗିହେଜୀକୁ କହିଲେ, “ସେହି ଶୁନେମୀୟା ସ୍ତ୍ରୀଙ୍କୁ ଡାକ।” ତହିଁରେ ଦାସ ତାହାକୁ ଡାକିଲେ ଓ ସେ ଇଲୀଶାୟଙ୍କ ସମ୍ମୁଖରେ ଛିଡ଼ା ହେଲେ।
13
ପୁଣି ଇଲୀଶାୟ ତାଙ୍କ ଦାସକୁ କହିଲେ, “ବର୍ତ୍ତମାନ ସେହି ସ୍ତ୍ରୀଲୋକକୁ ଏହା କୁହ, ‘ଦେଖ, ତୁମ୍ଭେ ଆମ୍ଭମାନଙ୍କର ବହୁ ଯତ୍ନ ନେଇ ସେବା କରିଛ। ଆମ୍ଭେମାନେ ତୁମ୍ଭ ପାଇଁ କ’ଣ କରି ପାରିବୁ? ରାଜା କିମ୍ବା ସେନାପତିଙ୍କ ନିକଟରେ ତୁମ୍ଭ ସପକ୍ଷରେ କିଛି କହିବାକୁ ଇଚ୍ଛା କରୁଛ କି?’” ତହୁଁ ସ୍ତ୍ରୀଲୋକଟି ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ଭଲରେ ବାସ କରୁଛି।”
14
ଇଲୀଶାୟ ଗିହେଜୀକୁ କହିଲେ, “ତେବେ ତା’ ପାଇଁ କ’ଣ କରାଯିବ?” ଗିହେଜୀ ଉତ୍ତର କଲେ, “ମୁଁ ଜାଣେ ତା’ର ପୁତ୍ର ନାହିଁ ଓ ତା’ର ସ୍ୱାମୀ ବୃଦ୍ଧ।”
15
ତା’ପରେ ଇଲୀଶାୟ କହିଲେ, “ତାକୁ ଡାକ।” ତେଣୁ ଗିହେଜୀ ତାହାକୁ ଡାକିଲେ ଓ ସେ ଆସି ଦ୍ୱାର ନିକଟରେ ଛିଡ଼ା ହେଲା।
16
ଇଲୀଶାୟ ସେହି ସ୍ତ୍ରୀଲୋକକୁ କହିଲେ, “ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବେଳକୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।” ସ୍ତ୍ରୀଲୋକଟି ଉତ୍ତର କଲା, “ନା, ମହାଶୟ, ହେ ମୋର ପରମେଶ୍ୱରଙ୍କର ଲୋକ, ମୋତେ ମିଥ୍ୟା କୁହନ୍ତୁ ନାହିଁ, ମୁଁ ଆପଣଙ୍କର ଦାସୀ।”
17
ଶୁନେମୀୟାର ଏକ ପୁତ୍ର ଲାଭ ସ୍ତ୍ରୀଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲା ପରି, ପର ବସନ୍ତ ଋତୁରେ ସେ ଏକ ପୁତ୍ରକୁ ଜନ୍ମ କଲା।
18
ପିଲାଟି ବଢ଼ିବାକୁ ଲାଗିଲା। ଦିନେ ସେ କ୍ଷେତକୁ ଯାଇ ଲୋକମାନେ ଓ ତା’ର ପିତା ଶସ୍ୟ କାଟୁଥିବା ବେଳେ ତାଙ୍କ ନିକଟକୁ ଗଲା।
19
ପିଲାଟି ତା’ର ପିତାଙ୍କୁ କହିଲା, “ଓଃ, ମୋ’ ମୁଣ୍ତ ମୋ’ ମୁଣ୍ତ।” ତା’ର ପିତା ଗୋଟିଏ ଦାସକୁ କହିଲା, “ପିଲାଟିକୁ ତା’ର ମାତାଙ୍କ ନିକଟକୁ ନେଇଯାଅ।”
20
ଦାସ ପିଲାଟିକୁ ତା’ର ମାତା ନିକଟକୁ ନେଇଗଲା। ପିଲାଟି ତା’ର ମାତା କୋଳରେ ମଧ୍ୟାହ୍ନ ପର୍ଯ୍ୟନ୍ତ ରହି ମରିଗଲା।
21
ସ୍ତ୍ରୀଲୋକଟି ଇଲୀଶାୟଙ୍କୁ ଦେଖା କରିବାକୁ ଯାଆନ୍ତି ଏହା ପରେ ସ୍ତ୍ରୀଲୋକଟି ଉପର କୋଠରୀକୁ ଯାଇ ପରମେଶ୍ୱରଙ୍କ ଲୋକର ଖଟ ଉପରେ ପୁଅକୁ ଶୁଆଇ ଦେଇ ଦ୍ୱାର ବନ୍ଦ କରି ବାହାରକୁ ଆସିଲା।
22
ସେ ସ୍ତ୍ରୀଲୋକଟି ତା’ର ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗୋଟିଏ ଗର୍ଦ୍ଦଭକୁ ମୋ’ ନିକଟକୁ ପଠାନ୍ତୁ। ହେଲେ ମୁଁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଶୀଘ୍ର ଆଣି ଫେରି ଆସିବି।”
23
ଏଥିରେ ତା’ର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ଆଜି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ଯିବ? ଆଜିତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ତହୁଁ ତାଙ୍କ ସ୍ତ୍ରୀ କହିଲା, “ତୁମ୍ଭେ ବ୍ୟସ୍ତ ହୁଅ ନାହିଁ, ସବୁ ଠିକ୍ ହେବ।”
24
ତା’ପରେ ସେ ଗର୍ଦ୍ଦଭ ସଜାଇ ତାଙ୍କର ସେବକକୁ କହିଲେ, “ଦ୍ରୁତଗତିରେ ଗର୍ଦ୍ଦଭକୁ ଚଲାଅ ଓ ମୋର ଆଦେଶ ନ ପାଇବା ପର୍ଯ୍ୟନ୍ତ ଗତି ଧୀର କର ନାହିଁ।”
25
ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ। ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି।
26
ମୁଁ ବିନୟ କରୁଛି, ଦୌଡ଼ିଯାଇ ତାକୁ ଭେଟି ପଗ୍ଭର ‘ସବୁ ଠିକ୍ ଅଛି କି? ତୁମ୍ଭ ସ୍ୱାମୀର ଓ ତୁମ୍ଭ ପୁତ୍ରର ମଙ୍ଗଳ କି?’” ଗିହୋଜୀ ଯେତେବେଳେ ସ୍ତ୍ରୀଲୋକକୁ ଏହିସବୁ ପଗ୍ଭରିଲେ ସେ ଉତ୍ତର କଲା, “ସମସ୍ତ ମଙ୍ଗଳ।”
27
ଅନନ୍ତର ସେ ପରମେଶ୍ୱରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡ଼ିଲା। ଏଥିରେ ଗିହେଜୀ ତାକୁ ଟାଣିବାରୁ ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ। କାରଣ ତା’ର ପ୍ରାଣ ଶୋକାକୁଳ। ମାତ୍ର ସଦାପ୍ରଭୁ ମୋତେ ଜାଣାଇଲେ ନାହିଁ କ’ଣ ବାଳକ ପ୍ରତି ଘଟିଅଛି। ସେ ଏହା ମୋ’ଠାରୁ ଗୋପନ ରଖିଲେ।”
28
ତା’ପରେ ସ୍ତ୍ରୀଲୋକଟି କହିଲା, “ଗୁରୁ, ମୁଁ କ’ଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା କର ନାହିଁ।’”
29
ଏହା ପରେ ଇଲୀଶାୟ ଗିହେଜୀକୁ କହିଲେ, “ଯିବାକୁ ପ୍ରସ୍ତୁତ ହୁଅ। ମୋର ଯଷ୍ଟିଟିକୁ ସଙ୍ଗରେ ନିଅ। ଗଲାବେଳେ କୌଣସି ସ୍ଥାନରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କର ନାହିଁ ଓ କେହି ନମସ୍କାର କଲେ ତାକୁ ଉତ୍ତର ଦିଅ ନାହିଁ। ମୋର ଯଷ୍ଟି ନେଇ ସେହି ବାଳକର ମୁଖ ଉପରେ ରଖି ଦିଅ।”
30
ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।
31
ଇଲୀଶାୟ ଓ ଶୁନେମୀୟା ପହଞ୍ଚିବା ପୂର୍ବରୁ ଗିହେଜୀ ସ୍ତ୍ରୀଲୋକଟିର ଘରେ ପହଞ୍ଚିଲା। ସେ ଆଶାବାଡ଼ିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶବ୍ଦ ହେଲା ନାହିଁ। ତା’ପରେ ଗିହେଜୀ ଫେରି ଆସି ଇଲୀଶାୟଙ୍କୁ ଭେଟି ଜଣାଇଲା, “ବାଳକଟି ଉଠିଲା ନାହିଁ।”
32
ଶୁନେମୀୟାର ପୁତ୍ର ପୁନର୍ଜୀବନ ଲାଭ କଲା ଅନନ୍ତର ଇଲୀଶାୟ ଗୃହ ମଧ୍ୟରେ ପ୍ରବେଶ କରି ଦେଖିଲେ ବାଳକଟି ମୃତ ଅବସ୍ଥାରେ ଶଯ୍ୟା ଉପରେ ଶୋଇଛି।
33
ତତ୍ପରେ ଇଲୀଶାୟ ଗୃହର ଦ୍ୱାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧ୍ୟରେ ରହିଲେ। ତା’ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
34
ଇଲୀଶାୟ ଶଯ୍ୟା ଉପରକୁ ଯାଇ ବାଳକଟିର ଉପରେ ଶୟନ କଲେ। ପୁଣି ତାହାର ମୁଖ ଉପରେ ଆପଣା ମୁଖ, ତାହାର ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହାର ହାତ ଉପରେ ଆପଣା ହାତ ରଖିଲେ। ବାଳକର ଶରୀରଟି ଉଷ୍ଣ ହେବା ପର୍ଯ୍ୟନ୍ତ ସେ ତାହା ଉପରେ ନିଜକୁ ଲମ୍ବେଇ ରଖିଲେ।
35
ତା’ପରେ ଇଲୀଶାୟ ଉଠିପଡ଼ି ଗୃହ ମଧ୍ୟରେ ଏଣେ ତେଣେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡ଼ିଲେ। ଏଥିରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖୋଲିଲା।
36
ଇଲୀଶାୟ ତାଙ୍କର ଦାସ ଗିହେଜୀକୁ ଡାକି କହିଲେ, “ଶୁନେମୀୟାକୁ ଡାକ।” ଗିହେଜୀ ଶୁନେମୀୟାକୁ ଡାକିବାରୁ ସେ ଇଲୀଶାୟ ନିକଟକୁ ଆସିଲେ। ତହୁଁ ଇଲୀଶାୟ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
37
ତତ୍ପରେ ଶୁନେମୀୟା ଗୃହ ମଧ୍ୟରେ ପ୍ରବେଶ କରି ଇଲୀଶାୟଙ୍କ ପାଦ ତଳେ ପଡ଼ିଲେ ଓ ତା’ପରେ ପୁଅକୁ ଧରି ବାହାରକୁ ଆସିଲେ।
38
ଇଲୀଶାୟ ଓ ବିଷାକ୍ତ ପାକ ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫେରିଗଲେ। ସେହି ସମୟରେ ସେଠାରେ ସେହି ଭୂମିରେ ଦୁର୍ଭିକ୍ଷ ପଡ଼ିଥିଲା। ଯେତେବେଳେ ଭବିଷ୍ୟଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, “ହଣ୍ତା ଚୁଲିରେ ବସାଅ ଓ ଭବିଷ୍ୟଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ୟଞ୍ଜନ ପାକ କର।”
39
ତହୁଁ ଜଣେ ଲୋକ ଶାକ ସଂଗ୍ରହ କରିବାକୁ କ୍ଷେତକୁ ଗଲା। ମାତ୍ର ସେ ଏକ ବନ୍ୟଲତା ପାଇ ତାହାର ଫଳରେ ଅଣ୍ଟି ପୂର୍ଣ୍ଣ କଲା। ସେହି ଫଳକୁ ଆଣି କାଟି ପାତ୍ରରେ ଭରିଲା। କିନ୍ତୁ ସେମାନେ କି ଫଳ ବୋଲି ଜାଣି ପାରିଲେ ନାହିଁ।
40
ତହୁଁ ସେମାନେ ପାକ ପରେ ଲୋକମାନଙ୍କ ଭୋଜନ ନିମନ୍ତେ ତାହା ଢାଳିଲେ। ଯେତେବେଳେ ସେମାନେ ଭୋଜନ କରିବାକୁ ଆରମ୍ଭ କଲେ, ସେମାନେ ଇଲୀଶାୟଙ୍କୁ ଚିତ୍କାର କରି ଡାକିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ବିଷ ଅଛି।” ତେଣୁ ସେମାନେ ସେ ଖାଦ୍ୟ ଖାଇ ପାରିଲେ ନାହିଁ।
41
ମାତ୍ର ଇଲୀଶାୟ କହିଲେ, “କିଛି ମଇଦା ଆଣ।” ସେମାନେ କିଛି ମଇଦା ଆଣିଲେ ଓ ଇଲୀଶାୟ ସେହି ପାତ୍ରରେ ପକାଇଲେ। ତା’ପରେ ସେ କହିଲେ, “ଲୋକମାନଙ୍କୁ ପରସ, ବର୍ତ୍ତମାନ ସେମାନେ ଖାଇ ପାରନ୍ତି।” ବାସ୍ତବରେ ହଣ୍ଡାରେ ଏହି ସମୟରେ କିଛି ମନ୍ଦ ରହିଲା ନାହିଁ।
42
ଇଲୀଶାୟ ଭବିଷ୍ୟଦ୍ବକ୍ତାଗଣଙ୍କୁ ଖୁଆଇଲେ ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳରେ ରୋଟୀ ଅର୍ଥାତ୍ କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶୀଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
43
ତହୁଁ ଇଲୀଶାୟଙ୍କ ସେବକ କହିଲା, “ଏଠାରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦେବି?” ମାତ୍ର ଇଲୀଶାୟ କହିଲେ, “ଏହି ଖାଦ୍ୟ ସେମାନଙ୍କୁ ଦିଅ। କାରଣ ସଦାପ୍ରଭୁ କହନ୍ତି, ‘ସେମାନେ ଭୋଜନ କରିବେ, ତଥାପି ଖାଦ୍ୟ ବଳିବ।’”
44
ତା’ପରେ ଇଲୀଶାୟଙ୍କ ସେବକ ସେହି ଲୋକମାନଙ୍କ ସମ୍ମୁଖରେ ଖାଦ୍ୟ ରଖିଲେ। ସେମାନେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଉଚ୍ଛିଷ୍ଟ ରଖିଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25