bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Peter 1
2 Peter 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 2 →
1
ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ, ଶିମିୟୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ୱାସ ଅତି ବହୁମୂଲ୍ୟ, ଏହି ପତ୍ରଟି ଲେଖୁଅଛି। ଆମ୍ଭର ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ହେତୁ ତୁମ୍ଭେମାନେ ଏହି ବିଶ୍ୱାସ ପାଇଅଛ। ପରମେଶ୍ୱର ଯାହା ଉତ୍ତମ, ତାହା କରନ୍ତି।
2
ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।
3
ପରମେଶ୍ୱର ସବୁ ଆବଶ୍ୟକୀୟ ବିଷୟ ଦେଇଛନ୍ତି ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି।
4
ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।
5
ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ,
6
ଜ୍ଞାନରେ ଆତ୍ମସଂଯମତା, ଆତ୍ମସଂଯମତାରେ ଧୈର୍ଯ୍ୟ ଓ ଧୈର୍ଯ୍ୟରେ ପରମେଶ୍ୱରଙ୍କ ସେବା,
7
ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର।
8
ଯଦି ଏସମସ୍ତ ବିଷୟ ତୁମ୍ଭ ଭିତରେ ଅଛି ଓ ବୃଦ୍ଧି ପାଇ ଗ୍ଭଲିଛି, ତା’ହେଲେ ତୁମ୍ଭେ କେବେ ହେଲେ ଶିଥିଳ ହେବ ନାହିଁ। ସେଗୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ପାଇବା ପାଇଁ କେବେ ହେଲେ ତୁମ୍ଭକୁ ମୂଲ୍ୟହୀନ ହେବାକୁ ଦେବ ନାହିଁ।
9
ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା’ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।
10
ମୋ’ ଭାଇ ଭଉଣୀମାନେ, ପରମେଶ୍ୱର ତୁମ୍ଭକୁ ଡାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ୱରଙ୍କ ଦ୍ୱାରା ଡକା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ଯ୍ୟ କଲେ ତୁମ୍ଭେ କେବେ ହେଲେ ଝୁଣ୍ଟିବ ନାହିଁ।
11
ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।
12
ତୁମ୍ଭେ ଏହି କଥା ଜାଣ। ତୁମ୍ଭଠାରେ ବର୍ତ୍ତମାନ ଥିବା ସତ୍ୟରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେପକାଇବା ପାଇଁ ସାହାଯ୍ୟ କରୁଥିବି।
13
ମୁଁ ଶରୀରରେ ବଞ୍ଚିଥିବା ପର୍ଯ୍ୟନ୍ତ, ଏ କଥା ତୁମ୍ଭକୁ ମନେ ପକାଉଥିବାରେ ସାହାଯ୍ୟ କରିବି, ଏହା ଉଚିତ୍ ବୋଲି ମୁଁ ମନେ କରେ।
14
ମୁଁ ଜାଣେ ଯେ, ମୁଁ ଶୀଘ୍ର ମୋର ଶରୀର ତ୍ୟାଗ କରିବି। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ତାହା ଦେଖାଇଛନ୍ତି।
15
ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ।
16
ଆମ୍ଭେ ଖ୍ରୀଷ୍ଟଙ୍କ ମହିମା ଦେଖିଲୁ ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ।
17
ଯେତେବେଳେ ପରମପିତା ପରମେଶ୍ୱରଙ୍କଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତେବେଳେ ଯୀଶୁ ପିତା ପରମେଶ୍ୱରଙ୍କ ମହାଗୌରବଯୁକ୍ତ ବାଣୀ ଶୁଣିଥିଲେ। ସେହି ସ୍ୱର କହିଥିଲା: “ଏ ମୋର ପୁତ୍ର, ମୁଁ ତାହାକୁ ପ୍ରେମ କରେ। ମୁଁ ତା’ ଉପରେ ଅତି ପ୍ରସନ୍ନ।”
18
ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।
19
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।
20
ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ।
21
କୌଣସି ଭବିଷ୍ୟଦ୍ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
Jump to:
Chapter 1
Chapter 2
Chapter 3
Chapter 2 →
All chapters:
1
2
3