bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Samuel 10
2 Samuel 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 11 →
1
ହାନୂନ୍ ଦାଉଦଙ୍କର ଲୋକଙ୍କୁ ଲଜ୍ଜିତ କଲେ ଏହା ପରେ ଅମ୍ମୋନ ସନ୍ତାନଗଣର ରାଜା ମରିଗଲା ପରେ ତା’ର ପୁତ୍ର ହାନୂନ୍ ରାଜ ପଦରେ ଅଭିଷିକ୍ତ ହେଲା।
2
ଦାଉଦ କହିଲେ, “ମୁଁ ହାନୂନ୍ ପ୍ରତି ବିଶେଷ କରୁଣା ପ୍ରକାଶ କରିବାକୁ ଯାଉଅଛି କାରଣ ତା’ର ପିତା ନାହଶ ମୋ’ ପ୍ରତି ବହୁତ ବିଶ୍ୱସ୍ତ ଓ ଦୟାବାନ ଥିଲା।” ତେଣୁ ତାକୁ ପିତୃ ଶୋକରୁ ସାନ୍ତ୍ୱନା ଦେବା ପାଇଁ ଦାଉଦ ନିଜର ପଦାଧିକାରୀ କର୍ମଗ୍ଭରୀମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନେ ଅମ୍ମୋନର ଭୂମିରେ ପହଞ୍ଚିଲେ।
3
କିନ୍ତୁ ଅମ୍ମୋନୀୟ ଅଧିକାରୀଗଣ ହାନୂନ୍କୁ କହିଲେ, “ତୁମ୍ଭେ ଭାବୁଛ କି ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଓ ତୁମ୍ଭର ପିତାଙ୍କୁ ସମ୍ମାନ ଦେବା ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ନଗରକୁ ଆକ୍ରମଣ କରିବା ପୂର୍ବରୁ ସେମାନଙ୍କୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।”
4
ଏଥିରେ ହାନୂନ୍ ଦାଉଦର କର୍ମଗ୍ଭରୀମାନଙ୍କର ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ଅଣ୍ଟାରୁ ତଳକୁ ଥିବା ବସ୍ତ୍ର କାଟି ଦେଲା। ତା’ପରେ ସେ ସେମାନଙ୍କୁ ବିଦା କଲା।
5
ଏହି ଲୋକମାନଙ୍କୁ ପରେ ଦାଉଦ କହିଲେ ଓ ସେ ସେମାନଙ୍କୁ ଭେଟିବା ପାଇଁ ପୁରୁଷମାନଙ୍କୁ ପଠାଇଲେ, କାରଣ ସେମାନେ ଅତି ଲଜ୍ଜିତ ହୋଇଥିଲେ। ରାଜା ସେମାନଙ୍କୁ କହିଲେ, “ତୁମ୍ଭର ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୀହୋରେ ଥାଅ। ଏହା ପରେ ଯିରୁଶାଲମକୁ ଫେରି ଆସିବ।”
6
ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଅମ୍ମୋନୀୟମାନେ ହୃଦୟଙ୍ଗମ କଲେ ଯେ, ରାଜା ଦାଉଦ ସେମାନଙ୍କୁ ବର୍ତ୍ତମାନ ତାଙ୍କର ଶତ୍ରୁ ବୋଲି ବିବେଚନା କଲେ। ତେଣୁ ସେମାନେ 20,000 ଅରାମୀୟ ସୈନ୍ୟମାନଙ୍କୁ ବୈଥ-ରହୋବ ଓ ସୋବାରୁ 1000 ଜଣ ମାଖାର ରାଜାଙ୍କଠାରୁ ଏବଂ ଟୋବରୁ 12,000 ସୈନ୍ୟ ଭଡ଼ାରେ ଆଣିଲେ।
7
ଦାଉଦ ଏହା ଶୁଣି ଯୋୟାବଙ୍କ ସହିତ ସାହସୀ ସୈନ୍ୟଦଳକୁ ଯୁଦ୍ଧ ପାଇଁ ପଠାଇଲେ।
8
ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ।
9
ଯୋୟାବ ନିଜ ଆଗେ ଶତ୍ରୁମାନଙ୍କୁ ଦେଖିଲେ, ତେଣୁ ସେ ଇସ୍ରାଏଲର କୁଶଳୀ ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସେମାନଙ୍କୁ ଅରାମୀୟମାନଙ୍କ ବିରୁଦ୍ଧରେ ପ୍ରସ୍ତୁତ କଲେ।
10
ସେ ଅବଶିଷ୍ଟ ଲୋକମାନଙ୍କୁ ନିଜର ଭାଇ ଅବୀଶୟ ହସ୍ତରେ ସମର୍ପଣ କଲେ, ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
11
ଯୋୟାବ ଅବିଶୟକୁ କହିଲେ, “ଯଦି ଅରାମୀୟମାନେ ମୋ’ ପାଇଁ ଯୁଦ୍ଧରେ ବହୁତ ଶକ୍ତିଶାଳୀ ହୁଅନ୍ତି, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ତୁମ୍ଭ ପାଇଁ ଶକ୍ତିଶାଳୀ ହୁଅନ୍ତି, ତେବେ ମୁଁ ଆସିବି ଏବଂ ତୁମ୍ଭଙ୍କୁ ସାହାଯ୍ୟ କରିବି।
12
ବଳବାନ ହୁଅ, ଏବଂ ସାହସର ସହିତ ଯୁଦ୍ଧ କର, ଆମ୍ଭର ପ୍ରଭୁଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖିରେ ଯାହା ଠିକ୍ ସେ ତାହା କରିବେ।”
13
ତା’ପରେ ଯୋୟାବ ଏବଂ ତାଙ୍କର ସୈନ୍ୟମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅରାମୀୟମାନେ ଯୋୟାବଙ୍କ ସୈନ୍ୟମାନଙ୍କଠାରୁ ପରାସ୍ତ ହୋଇ ଛାଡ଼ି ପଳାଇଲେ।
14
ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନୀୟମାନେ ଅବୀଶୟଙ୍କ ସମ୍ମୁଖରୁ ନିଜର ନଗରକୁ ପଳାୟନ କଲେ। ତା’ପରେ ଯୋୟାବ ଅମ୍ମୋନୀୟଙ୍କୁ ଆକ୍ରମଣ କରି ସାରିବା ପରେ ଯିରୁଶାଲମକୁ ଫେରି ଆସିଲା।
15
ଅରାମୀୟମାନେ ପୁନର୍ବାର ଯୁଦ୍ଧ ପାଇଁ ନିଷ୍ପତ୍ତି ନେଲେ ଏହା ପରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
16
ହଦଦେଷର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରିରେ ଅରାମୀୟମାନଙ୍କୁ ଅଣାଇଲେ। ତେଣୁ ସେମାନେ ହେଲେମକୁ ଆସିଲେ। ହଦଦେଷର ସେନାପତି ଶୋବକ ସେମାନଙ୍କର ନେତା ଥିଲା।
17
ଦାଉଦ ଏହା ଜାଣିବା ପରେ ସେ ସମୁଦାୟ ଇସ୍ରାଏଲୀୟମାନଙ୍କୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲେମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ଆଗରେ ସୈନ୍ୟ ସଜ୍ଜାଇ ତାଙ୍କ ସାଙ୍ଗରେ ଯୁଦ୍ଧ କଲେ।
18
ଅରାମୀୟମାନେ ଯୁଦ୍ଧ କରି ନ ପାରି ଇସ୍ରାଏଲୀୟମାନଙ୍କ ଆଗରୁ ପଳାୟନ କଲେ। ଦାଉଦ ଅରାମୀୟମାନଙ୍କ 700 ରଥାରୂଢ଼ ଓ 40,000 ଅଶ୍ୱାରୂଢ଼ ସୈନ୍ୟଙ୍କୁ ହତ୍ୟା କଲେ। ପୁଣି ସେ ସେମାନଙ୍କର ସେନାପତି ଶୋବକକୁ ଆଘାତ କଲେ ଓ ସେ ସେହିଠାରେ ମୃତ୍ୟୁବରଣ କଲା।
19
ହଦଦେଷରଙ୍କର ସେବା କରୁଥିବା ରାଜାମାନେ ଦେଖିଲେ ଯେ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେଣି ଓ ସେ ଇସ୍ରାଏଲୀୟମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କର ସେବକ ହେଲେ। ଅରାମୀୟମାନେ ପୁନ୍ନରାୟ ଅମ୍ମୋନୀୟମାନଙ୍କୁ ସାହାଯ୍ୟ କରିବାକୁ ଭୟ କଲେ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
Recommended Reading
Commentary
2 Samuel Commentaries
→
Devotional
2 Samuel Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→