bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Samuel 11
2 Samuel 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 12 →
1
ବତ୍ଶେବା ସହିତ ଦାଉଦଙ୍କର ସାକ୍ଷାତ ଯେତେବେଳେ ବସନ୍ତ ଆସିଲା, ସେତେବେଳେ ରାଜାଗଣ ଯୁଦ୍ଧକୁ ଯାଆନ୍ତି। ରାଜା ଦାଉଦ ଯୋୟାବ ଓ ତାଙ୍କର ଲୋକମାନଙ୍କୁ ଏବଂ ସମସ୍ତ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ ଏବଂ ସେମାନେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ ଓ ରବ୍ବା ନଗର ଅଧିକାର କଲେ। କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ।
2
ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା।
3
ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସେହି ସ୍ତ୍ରୀ ବିଷୟରେ ବୁଝିଲେ। ସେ ଜାଣିବାକୁ ପାଇଲେ ଯେ, “ସେ ହେଉଛନ୍ତି ଇଲିୟାମର ଝିଅ ହିତ୍ତୀୟ ଊରିୟର ସ୍ତ୍ରୀ, ବତ୍ଶେବା।”
4
ଦାଉଦ ବତ୍ଶେବାକୁ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତେବେଳେ ସେ ଆସିଲେ। ସେହି ସ୍ତ୍ରୀ ସହିତ ଶୟନ କଲେ। ସେ ସମୟରେ ସେହି ସ୍ତ୍ରୀଲୋକଟି ଋତୁସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକୁ ଫେରିଗଲା।
5
କିନ୍ତୁ ବତ୍ଶେବା ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ମୁଁ ଗର୍ଭବତୀ ହୋଇଛି।”
6
ଦାଉଦ ନିଜର ପାପକୁ ଲୁଗ୍ଭଇବାକୁ ଚେଷ୍ଟା କଲେ ତା’ପରେ ଦାଉଦ ଯୋୟାବ ନିକଟକୁ ଏକ ବାର୍ତ୍ତା ପଠାଇଲେ, “ଊରିୟ ଓ ହିତ୍ତୀୟକୁ ମୋ’ ପାଖକୁ ପଠାଅ।” ତେଣୁ ଯୋୟାବ ଊରିୟକୁ ଦାଉଦଙ୍କ ନିକଟକୁ ପଠାଇଲେ।
7
ତେଣୁ ଊରିୟ ଆସି ପହଞ୍ଚିବା ପରେ ଦାଉଦ ତାଙ୍କୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଗ୍ଭରିଲେ।
8
ତା’ପରେ ଦାଉଦ ଊରିୟକୁ କହିଲେ ଠିକ୍ ଅଛି, “ବର୍ତ୍ତମାନ ତୁମ୍ଭେ ଗୃହକୁ ଯାଇ ବିଶ୍ରାମ ନିଅ।” ତା’ପରେ ଊରିୟ ରାଜାଙ୍କ ପାଖରୁ ଗ୍ଭଲିଗଲା। ରାଜା ଊରିୟଙ୍କ ପାଖକୁ କିଛି ଉପହାର ପଠାଇଲେ।
9
କିନ୍ତୁ ଊରିୟ ଗୃହକୁ ଗଲା ନାହିଁ। ସେ ରାଜାଙ୍କର ଦାସମାନଙ୍କ ସହିତ ରାଜ ଗୃହ ଦ୍ୱାରରେ ଶୟନ କଲା।
10
ଦାସମାନେ ଦାଉଦଙ୍କୁ କହିଲେ, “ଊରିୟ ଘରକୁ ଯାଇ ନାହାନ୍ତି।” ତା’ପରେ ଦାଉଦ ଊରିୟକୁ କହିଲେ, “ତୁମ୍ଭେ ଦୂର ଯାତ୍ରାରୁ ଆସିଲ। ତୁମ୍ଭେ ଗୃହକୁ ଗଲ ନାହିଁ କାହିଁକି?”
11
ଊରିୟ ଦାଉଦଙ୍କୁ କହିଲା, “ପବିତ୍ର ସିନ୍ଦୁକ, ଇସ୍ରାଏଲ ଓ ଯିହୁଦାର ସୈନ୍ୟବାହିନୀ ଏବଂ ମୋର ରାଜାଙ୍କର ଅଧିକାରୀଗଣ ଖୋଲା ପଦାରେ ତମ୍ବୁ କରିଛନ୍ତି। ତେଣୁ ମୁଁ କିପରି ଭୋଜନ କରିବାକୁ ଘରକୁ ଯିବି ଏବଂ ତା’ପରେ ମୋର ସ୍ତ୍ରୀଙ୍କ ସହିତ ଶୟନ କରିବି? ତୁମ୍ଭେ ଓ ମୁଁ ବଞ୍ଚିଥିବା ଯାଏ ସେପରି କରିବି ନାହିଁ।”
12
ଦାଉଦ ଊରିୟକୁ କହିଲେ, “ଆଜି ତୁମ୍ଭେ ଏହିଠାରେ ରୁହ। ଆସନ୍ତା କାଲି ମୁଁ ତୁମ୍ଭକୁ ଯୁଦ୍ଧ କ୍ଷେତ୍ରକୁ ପଠାଇ ଦେବି।” ଊରିୟ ସେଦିନ ସକାଳ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ରହିଲେ।
13
ତା’ପରେ ଦାଉଦ ଊରିୟକୁ ଡାକି କହିଲେ ଏବଂ ଊରିୟ ଦାଉଦଙ୍କ ସଙ୍ଗେ ଖିଆପିଆ କଲା। ଦାଉଦ ଊରିୟକୁ ମଦ୍ୟପାନ କରାଇଲେ, ତା’ପରେ ମଧ୍ୟ ଊରିୟ ଗୃହକୁ ନ ଯାଇ ରାଜାଙ୍କର ଦାସମାନଙ୍କ ସହିତ ରାଜଗୃହର ଦ୍ୱାର ଦେଶରେ ଶୟନ କଲା।
14
ଦାଉଦ ଊରିୟଙ୍କର ମୃତ୍ୟୁ ଯୋଜନା କଲେ ତା’ପରେ ସକାଳେ ଯୋୟାବଙ୍କ ନିକଟକୁ ଏକ ପତ୍ର ଲେଖିଲେ। ଦାଉଦ ସେହି ଚିଠିକୁ ଊରିୟଙ୍କ ହାତରେ ପଠାଇଲେ।
15
ଦାଉଦ ଏହା ପତ୍ରରେ ଲେଖି ଥିଲେ, “ଯେଉଁ କ୍ଷେତ୍ରରେ ଘମାଘୋଟ ଯୁଦ୍ଧ ହୁଏ, ସେଠାରେ ଊରିୟକୁ ଆଗଧାଡ଼ିରେ ରଖ। ତା’ପରେ ତାକୁ ସେଠାରେ ଏକା ଛାଡ଼ିଦିଅ, ଯେପରି ସେ ଯୁଦ୍ଧରେ ହତ୍ୟା ହେବ।”
16
ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ଅମ୍ମୋନୀୟ ସାହସୀ ସୈନ୍ୟମାନେ ଯେଉଁଠାରେ ଥିଲେ ସେ ଦେଖିଲେ ଏବଂ ସେ ଊରିୟକୁ ସେହି ସ୍ଥାନକୁ ଯିବା ପାଇଁ ଆଦେଶ ଦେଲେ।
17
ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ୟରୁ କେତେକ ଲୋକ ମୃତ୍ୟୁବରଣ କଲେ ଓ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।
18
ତା’ପରେ ଯୋୟାବ ଯାହାସବୁ ଯୁଦ୍ଧରେ ହେଲା ସେ ଖବର ଦାଉଦଙ୍କ ନିକଟକୁ ପଠାଇଲେ।
19
ସେ ଦୂତକୁ ଆଜ୍ଞା ଦେଲେ, ଯୁଦ୍ଧରେ ଘଟୁଥିବା ସବୁ ଘଟଣା ରାଜାଙ୍କୁ କୁହ।
20
“ରାଜା ଏଥିରେ ରାଗ କରି ପାରନ୍ତି। ଏବଂ ସେ ତୁମ୍ଭକୁ କହିପାରନ୍ତି, ‘ଆମ୍ଭର ସୈନ୍ୟଗଣ କାହିଁକି ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲେ? ସେମାନେ ପ୍ରାଚୀରରୁ ତୀର ମାରିବେ ବୋଲି ତୁମ୍ଭେ ଜାଣିଥିଲ କି?
21
ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀଲୋକ ପ୍ରାଚୀରରୁ ତାହା ଉପରକୁ ଚକିର ଉପର ପଟ ପକାନ୍ତେ ସେ କ’ଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ନିଜର ଦାସ ହିତ୍ତୀୟ ଊରିୟ ମଧ୍ୟ ମରିଅଛି।’”
22
ସେ ଦୂତ ଯାଇ ଯୋୟାବ କହିଥିବା କଥା ରାଜା ଦାଉଦଙ୍କୁ ଜଣାଇଲେ।
23
ସେହି ଦୂତ ଜଣକ ରାଜା ଦାଉଦଙ୍କୁ କହିଲା, “ସେହି ଅମ୍ମୋନୀୟ ଲୋକମାନେ ଆମ୍ଭମାନଙ୍କୁ ଖୋଲା ପଡ଼ିଆରେ ଆକ୍ରମଣ କଲେ, ତା’ପରେ ଆମ୍ଭେ ନଗରର ଫାଟକ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼େଇ ନେଲୁ।
24
ଏଥିରେ ଧନୁର୍ଦ୍ଧାରୀମାନେ ପ୍ରାଚୀରରୁ ଆପଣଙ୍କର ଦାସମାନଙ୍କ ଉପରେ ତୀର ନିକ୍ଷେପ କଲେ। ତେଣୁ ମହାରାଜଙ୍କର କିଛି ଦାସ ମୃତ୍ୟୁବରଣ କଲେ ଓ ଆପଣଙ୍କର ଦାସ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।”
25
ଦାଉଦ ଦୂତକୁ କହିଲେ, “ଯୋୟାବକୁ ଏହି ବାର୍ତ୍ତା ଦିଅ: ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକୁ ଆଖିବୁଜା ଭାବରେ ହତ୍ୟା କରି ପାରିବ। ରବ୍ବା ବିରୁଦ୍ଧରେ ଏକ ଜୋର୍ଦାର ଆକ୍ରମଣ କର ଏବଂ ତୁମ୍ଭେ ଜୟଲାଭ କରିବ।’ ଏହିସବୁ ବାକ୍ୟରେ ଯୋୟାବକୁ ଉତ୍ସାହିତ କର।”
26
ଦାଉଦ ବତ୍ଶେବା ସହିତ ବିବାହ କଲେ ଏହା ପରେ ଊରିୟର ଭାର୍ଯ୍ୟା ତା’ର ସ୍ୱାମୀର ମୃତ୍ୟୁ ସମ୍ବାଦ ପାଇ କାନ୍ଦିଲା ଓ ଶୋକ କଲା।
27
ଶୋକ କରିବାର ସମୟ ଗତ ହେବାପରେ ଦାଉଦ ଲୋକ ପଠାଇ ବତ୍ଶେବାକୁ ନିଜ ଗୃହକୁ ଡକାଇଲେ। ତା’ପରେ ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲା ଓ ସେ ଦାଉଦ ପାଇଁ ଏକ ପୁତ୍ରକୁ ଜନ୍ମ ଦେଲା। ମାତ୍ର ଦାଉଦ ଏପରି ଯେଉଁ କାର୍ଯ୍ୟ କଲେ, ସେଥିରେ ସଦାପ୍ରଭୁ ସନ୍ତୁଷ୍ଟ ହେଲେ ନାହିଁ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24