bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Samuel 17
2 Samuel 17
Odia Bible ERV 2004 (ପବିତ୍ର ବାଇବଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
1
ଦାଉଦଙ୍କ ବିଷୟରେ ଅହୀଥୋଫଲଙ୍କ ପରାମର୍ଶ ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ।
2
ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି।
3
ତା’ପରେ ମୁଁ ସମସ୍ତ ଲୋକଙ୍କୁ ଫେରାଇ ଆଣିବି। ଯଦି ଦାଉଦ ମରିଯାଏ, ତେବେ ମୁଁ ସମସ୍ତ ଲୋକଙ୍କୁ ଶାନ୍ତିରେ ଫେରାଇ ଆଣିବି।”
4
ଏ କଥା ଅବଶାଲୋମ ଓ ତାଙ୍କର ସମସ୍ତ ଇସ୍ରାଏଲର ନେତୃବର୍ଗମାନଙ୍କର ମନକୁ ପାଇଲା।
5
କିନ୍ତୁ ଅବଶାଲୋମ କହିଲେ, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହୁଅଛି ଶୁଣିବା।”
6
ହୂଶୟ ଅହୀଥୋଫଲଙ୍କର ପରାମର୍ଶକୁ ନଷ୍ଟ କଲେ ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।”
7
ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।”
8
ହୂଶୟ ପୁଣି କହିଲା, “ଆପଣ ନିଜର ବାପାଙ୍କୁ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସେମାନେ ବୀର ଓ କ୍ଷେତ୍ରରେ ଛୁଆ ହରା ବନ୍ୟ ଭଲ୍ଲୁକପରି। ପୁଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
9
ଦେଖନ୍ତୁ, ସେ ଏବେ କୌଣସି ଗୁମ୍ଫାରେ, ରାସ୍ତାରେ କି ଅନ୍ୟ କୌଣସି ସ୍ଥାନରେ ଲୁଚୁଛନ୍ତି। ଯଦି ତୁମ୍ଭର ପିତା ଲୋକମାନଙ୍କୁ ପ୍ରଥମେ ଆକ୍ରମଣ କରନ୍ତି, ଲୋକମାନେ ଏ ଖବର ଶୁଣିବେ, ସେମାନେ ଭାବିବେ, ‘ଅବଶାଲୋମର ଅନୁସରଣକାରୀମାନେ ହତାଶ ହେଉଛନ୍ତି।’
10
ତା’ପରେ ଯଦିଓ ସାହସୀ ଲୋକମାନଙ୍କ ପରି ଯେଉଁମାନେ ଗୋଟିଏ ସିଂହ ପରି ସାହସୀ ଅଟନ୍ତି, ଭୟଭୀତ ହେବେ। କାରଣ ସମସ୍ତ ଇସ୍ରାଏଲୀୟଗଣ ଜାଣନ୍ତି ଯେ, ତୁମ୍ଭର ପିତା ଗୋଟିଏ ସାହସୀ ଯୋଦ୍ଧା ଏବଂ ତାଙ୍କର ଲୋକମାନେ ମଧ୍ୟ ବଳଶାଳୀ ଅଟନ୍ତି।
11
“ମାତ୍ର ମୋର ମନ୍ତ୍ରଣା ଏହି ଯେ, ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲୀୟମାନେ ସମୁଦ୍ର ଓ ତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହୁଅନ୍ତୁ। ଆପଣ ସ୍ୱୟଂ ଯୁଦ୍ଧକୁ ଯାଆନ୍ତୁ।
12
ସେଥିପାଇଁ ସେମାନେ ଯେଉଁଠାରେ ଲୁଚନ୍ତୁ ନା, ଆମ୍ଭେମାନେ ସେଠାରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବାପରି ତାଙ୍କ ଉପରେ ପଡ଼ିବୁ। ଏବଂ ଆମ୍ଭେମାନେ ଦାଉଦ ଓ ତାଙ୍କର ଲୋକମାନଙ୍କୁ ହତ୍ୟା କରିବୁ ଜଣକୁ ବି ଜୀବନ୍ତ ଛାଡ଼ିବୁ ନାହିଁ।
13
ଆହୁରି ଯେବେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲୀୟମାନେ ସେହି ନଗରକୁ ଦଉଡ଼ି ନେଇ ପଳାୟନ କରିବେ ଓ ଆମ୍ଭେମାନେ ନଗରର ପ୍ରାଚୀରକୁ ଭାଙ୍ଗି ଦେବୁ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ଉପତ୍ୟକାକୁ ଟାଣିଦେବୁ।”
14
ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।
15
ଦାଉଦଙ୍କୁ ହୂଶୟଙ୍କର ଚେତାବନୀ ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି।
16
“ତେଣୁ ଶୀଘ୍ର ଲୋକମାନଙ୍କୁ ଦାଉଦଙ୍କ ନିକଟକୁ ପଠାଅ ଏବଂ ତାଙ୍କୁ କୁହ। ସେହିଠାରେ ରାତ୍ରି କଟାଅ ନାହିଁ, ଯେଉଁଠାରେ ଲୋକମାନେ ମରୁଭୂମି ଭିତରକୁ ପାର ହୋଇଥିଲେ। ଏକାଥରେ ଯର୍ଦ୍ଦନ ନଦୀ ପାର ହୋଇ ଗ୍ଭଲିଯାଅ। ନୋହିଲେ ମହାରାଜ ଓ ତାଙ୍କ ସାଙ୍ଗ ଲୋକମାନେ ସମସ୍ତେ ସଂହାରିତ ହେବେ।”
17
ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐନ୍ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା’ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।
18
ମାତ୍ର ଏକ ପିଲା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା। ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତା’ର ପ୍ରାଙ୍ଗଣରେ ଏକ କୂଅ ଥିବାରୁ ସେମାନେ ସେଠାରେ ଲୁଚି ଗଲେ।
19
ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣି ନେଇ କୂଅ ମୁହଁରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲେ। ଏଣୁ କିଛି ଜଣା ପଡ଼ିଲା ନାହିଁ।
20
ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।
21
ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”
22
ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।
23
ଅହୀଥୋଫଲଙ୍କର ଆତ୍ମହତ୍ୟା ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।
24
ଅବଶାଲୋମ ଯର୍ଦ୍ଦନ ନଦୀ ପାର ହେଲେ ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା’ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ।
25
ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ।
26
ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲିୟଦ ଦେଶରେ ଛାଉଣି ସ୍ଥାପନ କଲେ।
27
ଶୋବି, ମାଖୀର ଓ ବର୍ସିଲ୍ଲୟ ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ।
28
ଅମ୍ମୋନୀୟମାନେ ବିଛଣା, ମାଠିଆ, ଅନ୍ୟାନ୍ୟ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଏବଂ ଭଜା ବିରି।
29
ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
Recommended Reading
Commentary
2 Samuel Commentaries
→
Devotional
2 Samuel Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→