bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Samuel 5
2 Samuel 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
1
ଇସ୍ରାଏଲୀୟମାନେ ଦାଉଦଙ୍କୁ ରାଜା କଲେ ତା’ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର।
2
ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”
3
ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ।
4
ଯେତେବେଳେ ଦାଉଦଙ୍କୁ ତିରିଶ୍ ବର୍ଷ ବୟସ ହୋଇଥିଲା, ସେ ରାଜତ୍ୱ କରିବା ଆରମ୍ଭ କଲେ। ସେ ଗ୍ଭଳିଶ୍ ବର୍ଷ ଧରି ରାଜତ୍ୱ କଲେ।
5
ହିବ୍ରୋଣରେ ସେ ଯିହୁଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୁଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
6
ଦାଉଦ ଯିରୁଶାଲମ ନଗରକୁ ଜୟ କଲେ ଏହା ପରେ ରାଜା ଓ ତାଙ୍କର ଲୋକମାନେ ଯିରୁଶାଲମରେ ବାସ କରୁଥିବା ଯିବୂଷୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଏହି ଯିବୂଷୀୟମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ।” ସେମାନେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସେମାନଙ୍କର ନଗରରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହେବେ।
7
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ଅଧିକାର କଲେ। ତାହା ହେଲା ଦାଉଦ ନଗର।
8
ସେହି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ଯେଉଁମାନେ ଯିବୂଷୀୟମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସେମାନେ ପାଣିନଳ ମଧ୍ୟଦେଇ ଯିବା ଉଚିତ୍ ଓ ସେହିସବୁ ଛୋଟା ଓ ଅନ୍ଧ ଲୋକମାନଙ୍କ ପାଖକୁ ପହଞ୍ଚିବା ଉଚିତ୍।” ସେଥିପାଇଁ ଲୋକମାନେ କହନ୍ତି, “ଅନ୍ଧ ଓ ଛୋଟାମାନେ ଗୃହ ଭିତରକୁ ଆସି ପାରିବେ ନାହିଁ।”
9
ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ।
10
ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।
11
ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ। ହୀରମ୍ ମଧ୍ୟ ଏରସ କାଠ, ବଢ଼ାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସେମାନେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।
12
ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜା କଲେ ଓ ତାଙ୍କର ଇସ୍ରାଏଲର ଲୋକମାନଙ୍କ ପାଇଁ ରାଜ୍ୟକୁ ଅତ୍ୟଧିକ କ୍ଷମତା ଦେଲେ। ଏହା ଦାଉଦ ବୁଝି ପାରିଲେ।
13
ଦାଉଦ ହିବ୍ରୋଣରୁ ଯିରୁଶାଲମକୁ ଗଲେ। ସେଠାରେ ସେ ଅନେକ ସ୍ତ୍ରୀମାନଙ୍କୁ ଓ ଅନେକ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସେଠାରେ ତାଙ୍କଠାରୁ ଅନେକ ପିଲା ଜନ୍ମ ହେଲେ।
14
ଏହିସବୁ ପୁତ୍ର ଯେଉଁମାନେ ଯିରୁଶାଲମରେ ଦାଉଦଙ୍କ ଔରସରୁ ଜନ୍ମ ହେଲେ। ସେମାନେ ହେଲେ, ଶମ୍ମୂୟ, ଶୋବବ୍, ନାଥନ୍ ଓ ଶଲୋମନ୍।
15
ୟିଭର, ଇଲୀଶୂୟ, ନେଫଗ୍ ଓ ଯାଫିୟ,
16
ଇଲୀଶାମା, ଇଲୀୟାଦା ଓ ଇଲୀଫେଲଟ ନାମରେ ଜଣା।
17
ଦାଉଦ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ପଲେଷ୍ଟୀୟମାନେ ଜାଣିବାକୁ ପାଇଲେ ଯେ, ସମଗ୍ର ଇସ୍ରାଏଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କୁ ବଚ୍ଛା ଯାଇଛି। ତେଣୁ ଦାଉଦଙ୍କୁ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କୁ ଖୋଜିଲେ। ତେଣୁ ଦାଉଦ ଏହା ଜାଣି ପାରି ଯିରୁଶାଲମରେ ଥିବା ଗଡ଼ ଭିତରେ ଯାଇ ଲୁଚିଲେ।
18
ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ।
19
ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ପଗ୍ଭରିଲେ, “ମୋର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମୋତେ ସାହାଯ୍ୟ କରିବେ କି?” ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନିଶ୍ଚିତ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସାହାଯ୍ୟ କରିବି।”
20
ତା’ପରେ ଦାଉଦ ବାଲ୍-ପରାସୀମକୁ ଗଲେ, ଏବଂ ସେଠାରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକୁ ଭାଙ୍ଗି ବହି ନେଇଯାଏ।” ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ “ବାଲ୍-ପରାସୀମ ରଖିଥିଲେ।
21
ସେହି ସ୍ଥାନରେ ପଲେଷ୍ଟୀୟମାନେ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଛାଡ଼ି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସେହିସବୁ ମୂର୍ତ୍ତିଗୁଡ଼ିକୁ ଦୂରେଇ ଦେଲେ।
22
ଆଉଥରେ ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ଛାଉଣି ପକାଇଲେ।
23
ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା’ପରେ ସଦାପ୍ରଭୁ ତାଙ୍କୁ କହିଲେ, “ସେଠାରେ ଆଗକୁ ଯାଅ ନାହିଁ। ତୁମ୍ଭେମାନେ ସେମାନଙ୍କ ପଛରେ ଯାଅ ଏବଂ ତୂତ୍ବୃକ୍ଷ ଆର ପାର୍ଶ୍ୱରେ ସେମାନଙ୍କୁ ପଛପଟୁ ଆକ୍ରମଣ କର।
24
ତୁମ୍ଭେମାନେ ସେହି ତୂତ୍ବୃକ୍ଷ ତୋଟା ଉପରେ ସୈନ୍ୟମାନଙ୍କର ପଦାଗ୍ଭରଣର ଶବ୍ଦ ପରି ଶବ୍ଦ ଶୁଣି ପାରିବ। ତେବେ ତୁମ୍ଭେମାନେ ସେମାନଙ୍କୁ ଶୀଘ୍ର ଆକ୍ରମଣ କରିବ, କାରଣ ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଯିବେ ଏବଂ ତୁମ୍ଭମାନଙ୍କ ସକାଶେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।”
25
ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେହିପରି କଲେ ଓ ଗେବାଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24