bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Samuel 6
2 Samuel 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 7 →
1
ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ନିଆଗଲା ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ।
2
ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ।
3
ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।
4
ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା।
5
ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ।
6
ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ।
7
ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ।
8
ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।
9
ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।”
10
ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍ର ଓବେଦଇଦୋମର ଗୃହରେ ରଖିଲେ।
11
ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।
12
ତା’ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା’ର ପରିବାର ଓ ତା’ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ।
13
ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ।
14
ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।
15
ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ।
16
ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।
17
ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା’ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
18
ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
19
ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା’ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
20
ମୀଖଲ ରାଜା ଦାଉଦଙ୍କୁ ଗାଳି ଦେଲେ ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।”
21
ତା’ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି।
22
ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା’ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”
23
ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24