bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Samuel 7
2 Samuel 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 8 →
1
ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ।
2
ରାଜା ଦାଉଦ ଭବିଷ୍ୟଦ୍ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”
3
ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”
4
କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,
5
“ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ।
6
ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି।
7
ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’
8
“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।
9
ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି।
10
ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ ।
12
“‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା’ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି।
13
ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା’ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
14
ମୁଁ ତା’ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି।
15
ମୁଁ କେବେ ତା’ ପ୍ରତି ମୋର କରୁଣା ଓ ପ୍ରେମ ବନ୍ଦ କରିବି ନାହିଁ। ମୁଁ ଶାଉଲଠାରୁ ମୋର ପ୍ରେମ ଓ କରୁଣା ଦୂର କଲି, କିନ୍ତୁ ମୁଁ ତୁମ୍ଭକୁ ସେପରି କରିବି ନାହିଁ।
16
ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
17
ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।
18
ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ ତା’ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ, ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ?
19
ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି?
20
ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ।
21
ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ।
22
ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।
23
“ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି।
24
ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।
25
“ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର।
26
ତା’ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’
27
“ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି।
28
ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
29
ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24