bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Thessalonians 3
2 Thessalonians 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
1
ଆମ୍ଭ ପାଇଁ ପ୍ରାର୍ଥନା କର ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ।
2
ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।)
3
ପରମେଶ୍ୱର ହେଉଛନ୍ତି ବିଶ୍ୱସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସେହି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।
4
ତୁମ୍ଭମାନଙ୍କୁ କୁହାଯାଇଥିବା କାମସବୁ ତୁମ୍ଭେମାନେ କରୁଛ ବୋଲି ପରମେଶ୍ୱର ଆମ୍ଭକୁ ନିଶ୍ଚିତ ଭାବେ ଉପଲବ୍ଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭେମାନେ ଏହି କାମ ସବୁ କରି ଗ୍ଭଲିଥିବ।
5
ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
6
କର୍ମର ବାଧ୍ୟତା ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି।
7
ତୁମ୍ଭେମାନେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭେମାନେ ରହିବା ଉଚିତ୍। ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ କେବେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।
8
ମୂଲ୍ୟ ନ ଦେଇ ଆମ୍ଭେ କାହାରି ଘରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭେମାନେ କାହାରି ଉପରେ ଭାର ସ୍ୱରୂପ ନ ହେବୁ ବୋଲି ସର୍ବଦା କର୍ମରତ ରହୁଥିଲୁ।
9
ଆମ୍ଭେ ଦିନରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନେବା ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆମ୍ଭେ ଏପରି କରିଥିଲୁ।
10
ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ: “ଯଦି ଜଣେ କାମ ନ କରିବ, ତା’ହେଲେ ସେ ଖାଇବ ନାହିଁ।”
11
ତୁମ୍ଭମାନଙ୍କ ଦଳରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସେମାନେ କିଛି କରୁ ନାହାନ୍ତି। ସେମାନେ ଅନ୍ୟମାନଙ୍କ ଜୀବନରେ ହସ୍ତକ୍ଷେପ କରିବାରେ ସମୟ ଅତିବାହିତ କରନ୍ତି।
12
ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ।
13
ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।
14
ଆମ୍ଭେ ଏହି ପତ୍ରରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା’ହେଲେ ସେହି ଲୋକଠାରୁ ସତର୍କ ରୁହ। ତା’ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହେବ।
15
କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ।
16
ଶେଷ କଥା ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରତ୍ୟେକ କ୍ଷେତ୍ରରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
17
ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି।
18
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
← Chapter 2
Jump to:
Chapter 1
Chapter 2
Chapter 3
All chapters:
1
2
3