bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Timothy 1
2 Timothy 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
1
ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ମୁଁ ପ୍ରେରିତ ହୋଇଛି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନର ପ୍ରତିଜ୍ଞା ବିଷୟରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ୱର ମୋତେ ପଠାଇଲେ।
2
ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମୋ’ ପାଇଁ ମୋ’ ପ୍ରିୟ ପୁତ୍ର ଭଳି। ପରମପିତା ପରମେଶ୍ୱରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।
3
ଧନ୍ୟବାଦ ଓ ଆଶ୍ୱାସନା ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି।
4
ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ।
5
ପ୍ରଥମରେ ସେହି ବିଶ୍ୱାସ ତୁମ୍ଭର ମାତାମହୀ ଲୋୟୀ ଓ ମାତା ଇଉନୀକୀଙ୍କଠାରେ ଥିଲା।
6
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।
7
ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି।
8
ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହୋଇ ରହିଛି ମୋ’ ପାଇଁ ମଧ୍ୟ ଲଜ୍ଜା ବୋଧ କର ନାହିଁ। କିନ୍ତୁ ମୋ’ ସହିତ ସୁସମାଗ୍ଭର ପାଇଁ କଷ୍ଟ ସହ୍ୟ କର। ତାହା କରିବା ପାଇଁ ପରମେଶ୍ୱର ଆମ୍ଭକୁ ଶକ୍ତି ଦିଅନ୍ତି।
9
ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।
10
ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।
11
ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି।
12
ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।
13
ମୋ’ଠାରୁ ଶୁଣିଥିବା ସତ୍ଶିକ୍ଷାଗୁଡ଼ିକୁ ପାଳନ କର। ସେହି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଆମ୍ଭର ବିଶ୍ୱାସ ଓ ପ୍ରେମ। ସେହି ଉପଦେଶଗୁଡ଼ିକ ଉଦାହରଣ ସ୍ୱରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦେବା ଉଚିତ୍।
14
ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି।
15
ତୁମ୍ଭେ ଜାଣ ଯେ ଏସିଆ ପ୍ରଦେଶର ପ୍ରତ୍ୟେକ ଲୋକ ମୋତେ ପରିତ୍ୟାଗ କରିଛନ୍ତି। ଏପରିକି ଫୁଗେଲ ଓ ହର୍ମଗେନା ମଧ୍ୟ ମୋତେ ଛାଡ଼ିଗଲେ। ମୁଁ ପ୍ରାର୍ଥନା କରେ ଯେ, ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା ଦେଖାନ୍ତୁ। ଅନୀସିଫର ମୋତେ ଅନେକ ଥର ସାହାଯ୍ୟ କରିଛନ୍ତି।
16
ମୁଁ ଜେଲ୍ରେ ରହିବା ଦ୍ୱାରା ସେ ଲଜ୍ଜିତ ହୋଇ ନାହାନ୍ତି।
17
ସେ ରୋମକୁ ଯେତେବେଳେ ଆସିଲେ, ମୋତେ ପାଇବା ପର୍ଯ୍ୟନ୍ତ ସେ ଅତି ଯତ୍ନ ସହକାରେ ମୋତେ ଖୋଜି ଥିଲେ।
18
ମୁଁ ପ୍ରଭୁଙ୍କଠାରେ ପ୍ରାର୍ଥନା କରେ ଯେ ସେ ସେହି ମହାଦିନରେ ଅନୀସିଫରକୁ ଦୟା ଦାନ କରନ୍ତୁ। ଅନ୍ୟ ସମସ୍ତଙ୍କ ଅପେକ୍ଷା ତୁମ୍ଭେ ଭଲ ଭାବରେ ଜାଣ ଯେ ଏଫିସଠାରେ ଅନେକ ପ୍ରକାରେ ସେ ମୋତେ ସାହାଯ୍ୟ କରିଛନ୍ତି।
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
All chapters:
1
2
3
4