bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Timothy 2
2 Timothy 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
1
ଯୀଶୁ ଖ୍ରୀଷ୍ଟଙ୍କର ଏକ ବିଶ୍ୱସ୍ତ ସୈନିକ ତୀମଥି, ତୁମ୍ଭେ ମୋର ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭକୁ ମିଳିଥିବା ଅନୁଗ୍ରହରେ ଶକ୍ତିଶାଳୀ ହୁଅ।
2
ମୁଁ ଶିକ୍ଷା ଦେଇଥିବା କଥାସବୁ ତୁମ୍ଭେ ଶୁଣିଛ। ଅନେକ ଅନ୍ୟ ଲୋକ ମଧ୍ୟ ସେହି କଥା ଶୁଣିଛନ୍ତି। ତୁମ୍ଭେ ସେହି ବିଷୟ ଗୁଡ଼ିକ ଶିକ୍ଷାଦେବା ଉଚିତ୍। ଯେଉଁ କେତେକଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ, ସେମାନଙ୍କୁ ସେହି ଉପଦେଶଗୁଡ଼ିକ ଦିଅ। ତା’ହେଲେ ସେମାନେ ଅନ୍ୟଲୋକମାନଙ୍କୁ ସେହି ଉପଦେଶଗୁଡ଼ିକ ଦେଇ ପାରିବେ।
3
ଆମ୍ଭ ସମସ୍ତଙ୍କ କଷ୍ଟରେ ଭାଗୀ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସେହି କଷ୍ଟଗୁଡ଼ିକ ସହିଯାଅ।
4
ଜଣେ ସୈନିକ ତା’ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ।
5
ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର।
6
ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍।
7
ମୁଁ ଯେଉଁ କଥା କହୁଛି, ତାହା ବିଷୟରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦେବେ।
8
ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ।
9
ଏହି ସୁସମାଗ୍ଭର ମୁଁ ଲୋକଙ୍କୁ ଶୁଣାଏ। ସେହି ସୁସମାଗ୍ଭର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳିରେ ବନ୍ଧା ମଧ୍ୟ ହୋଇଛି।
10
ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ।
11
ଏହି ଶିକ୍ଷା ସତ୍ୟ ଅଟେ: ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା’ହେଲେ ଆମ୍ଭେ ତାହାଙ୍କ ସହିତ ବଞ୍ଚିବା।
12
ଯଦି ଆମ୍ଭେ ଯାତନା ସହିବା, ତା’ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା’ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
13
ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ, ତଥାପି ସେ ବିଶ୍ୱସ୍ତ ହୋଇ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ।
14
ଜଣେ ଅନୁମୋଦିତ କାର୍ଯ୍ୟକାରୀ ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ।
15
ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।
16
ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ।
17
ଶରୀର ଭିତରେ ରୋଗ ବ୍ୟାପିଲା ଭଳି ସେମାନଙ୍କର ମନ୍ଦ ଶିକ୍ଷା ବ୍ୟାପି ଯିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସେହିଭଳି ଲୋକ।
18
ସେମାନେ ସତ୍ଶିକ୍ଷା ତ୍ୟାଗ କରିଛନ୍ତି। ସେମାନେ କୁହନ୍ତି ଯେ ମୃତ୍ୟୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସେହି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ୱାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ୱରଙ୍କ ଦୃଢ଼ ମୂଳଦୁଆ ସେହିଭଳି ରହିଛି।
19
ସେହି ବାକ୍ୟଗୁଡ଼ିକ ସେହି ମୂଳଦୁଆ ଉପରେ ଲେଖା ହୋଇଛି: “ଯେଉଁମାନେ ପ୍ରଭୁଙ୍କର ଲୋକ, ସେମାନଙ୍କୁ ପ୍ରଭୁ ଜାଣନ୍ତି।” ନିୟମ ଲିଖିତ ଶବ୍ଦଗୁଡ଼ିକ ମଧ୍ୟ ମୂଳଦୁଆ ଉପରେ ଲେଖାଯାଇଛି: “ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ୱାସ କରେ, ସେ ମନ୍ଦ କାମ ନ କରୁ।”
20
ଗୋଟିଏ ବଡ଼ ଘରେ ସୁନା ଓ ରୂପାର ଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ୟ ଥାଏ। କେତେକ ଜିନିଷ ବିଶେଷ ଉଦ୍ଦେଶ୍ୟ ପାଇଁ ବ୍ୟବହାର ହୁଏ। କେତେକ ଜିନିଷ ନୀଚ କାର୍ଯ୍ୟ ପାଇଁ ବ୍ୟବହାର ହୁଏ।
21
ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା’ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
22
ଯୁବକମାନେ ଯେଉଁସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସେଗୁଡ଼ିକରୁ ଦୂରରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ୱାସ, ପ୍ରେମ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ୱାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସେମାନଙ୍କ ସହିତ ମିଶି ଉକ୍ତ ଆଚରଣ କର।
23
ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂରରେ ରୁହ। ତୁମ୍ଭେ ଜାଣ ଯେ ସେହି ଯୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।
24
ପ୍ରଭୁଙ୍କର ସେବକ ଯୁକ୍ତି କରିବା ଉଚିତ୍ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହେବା ଉଚିତ୍। ସେ ଜଣେ ଭଲ ଶିକ୍ଷକ ହେବା ଉଚିତ୍। ସେ ସହନଶୀଳ ହେଉ।
25
ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ।
26
ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା’ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
All chapters:
1
2
3
4