bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Timothy 3
2 Timothy 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
1
ଶେଷ ଦିନଗୁଡ଼ିକରେ ଏହା ମନେରଖ ଯେ ଶେଷ ଦିନଗୁଡ଼ିକରେ ଅନେକ କଷ୍ଟକର ପରିସ୍ଥିତି ଆସିବ।
2
ସେହି ସମୟରେ ଲୋକେ କେବଳ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସେମାନେ ଅହଂକାରୀ ଓ ଉଦ୍ଧତ ହେବେ। ଅନ୍ୟ ଲୋକଙ୍କ ବିରୁଦ୍ଧରେ ନିନ୍ଦାକଥା କହିବେ। ପିତାମାତାଙ୍କୁ ମାନିବେ ନାହିଁ। ସେମାନେ ବିଶ୍ୱାସଘାତକ ହେବେ। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଜୀବନଯାପନ କରିବେ ନାହିଁ।
3
ଅନ୍ୟମାନଙ୍କ ଲାଗି ପ୍ରେମଭାବ ରଖିବେ ନାହିଁ। ସେମାନେ ଲୋକମାନଙ୍କୁ କ୍ଷମା ଦେବା ପାଇଁ ମନା କରିବେ ଓ ଅନ୍ୟମାନଙ୍କ ବିଷୟରେ ଖରାପ କଥା କହିବେ। ଆତ୍ମସଂଯମୀ ହେବେ ନାହିଁ। ସେମାନେ କ୍ରୋଧୀ ଓ ହୀନମନା ହେବେ ଓ ଉତ୍ତମ ବିଷୟ ଗୁଡ଼ିକୁ ଘୃଣା କରିବେ।
4
ଶେଷ ଦିନରେ ଲୋକେ ନିଜ ସାଙ୍ଗମାନଙ୍କ ବିରୁଦ୍ଧରେ ଯିବେ। ବିଗ୍ଭର ନ କରି ମୂର୍ଖତାପୂର୍ଣ୍ଣ କାର୍ଯ୍ୟମାନ କରିବେ। ଆତ୍ମବଡ଼ିମା କରିବେ ଓ ଗର୍ବୀ ହେବେ। ଲୋକେ ପରମେଶ୍ୱରଙ୍କୁ ଯେତେ ଭଲ ପାଆନ୍ତି, ତା’ଠାରୁ ଅଧିକ ଆମୋଦ ପ୍ରମୋଦକୁ ଭଲ ପାଇବେ।
5
ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ।
6
ଏମାନଙ୍କ ଭିତରୁ କେତେଜଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସେହି ସ୍ତ୍ରୀଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ୱାରା ପରିଗ୍ଭଳିତ ହେଉଥିବା ଯୋଗୁଁ ଏହି ସ୍ତ୍ରୀଲୋକମାନେ ପାପରେ ପଡ଼ନ୍ତି।
7
ସେହି ସ୍ତ୍ରୀମାନେ ନୂତନ ଶିକ୍ଷାଗୁଡ଼ିକୁ ଶିଖିବାକୁ ସର୍ବଦା ଚେଷ୍ଟା କରନ୍ତି, କିନ୍ତୁ ସେମାନେ କେବେ ହେଲେ ସତ୍ୟକୁ ପୂର୍ଣ୍ଣ ଭାବରେ ବୁଝି ପାରନ୍ତି ନାହିଁ। ଯନ୍ନୀସ୍ ଓ ଯମ୍ବ୍ରୀସ୍ କଥା ମନେପକାଅ।
8
ସେମାନେ ମୋଶାଙ୍କୁ ବିରୋଧ କରିଥିଲେ। ସେହିଭଳି ଏହି ଲୋକମାନେ ମଧ୍ୟ ସତ୍ୟର ବିରୋଧ କରନ୍ତି, ସେମାନଙ୍କର ମନ ବିପଥଗାମୀ। ଈଶ୍ୱର ବିଶ୍ୱାସର ଅନୁସରଣ କରିବାରେ ଏମାନେ ବିଫଳ ହୋଇଛନ୍ତି।
9
କିନ୍ତୁ ନିଜ କର୍ମରେ ସେମାନେ ସଫଳକାମ ହେବେ ନାହିଁ। ସମସ୍ତେ ଦେଖିବେ ଯେ ସେମାନଙ୍କର ମୂର୍ଖତା ପ୍ରକାଶିତ ହୋଇଛି। ଯନ୍ନୀସ୍ ଓ ଯମ୍ବ୍ରୀସ୍ ସହିତ ମଧ୍ୟ ଏହା ଘଟିଥିଲା।
10
ଶେଷ ଶିକ୍ଷା କିନ୍ତୁ ତୁମ୍ଭେ ସମସ୍ତେ ମୋତେ ଜାଣିଛ। ଏହା ମଧ୍ୟ ଜାଣିଛ ଯେ ମୁଁ କ’ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁହେ। ମୋ’ ଜୀବନର ଉଦ୍ଦେଶ୍ୟ ବିଷୟରେ ମଧ୍ୟ ତୁମ୍ଭେ ଜାଣିଛ। ତୁମ୍ଭେ ମୋର ବିଶ୍ୱାସ, ଧୈର୍ଯ୍ୟ, ପ୍ରେମ ବିଷୟରେ ଜାଣିଛ ଓ ଏହା ମଧ୍ୟ ଜାଣିଛ ଯେ ମୁଁ କେବେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।
11
ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।
12
ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ।
13
ସେମାନେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହେବେ।
14
କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ।
15
ପିଲାବେଳୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସେହି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରି ପାରିବ ଓ ସେହି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ୱାସ ମାଧ୍ୟମରେ ମୁକ୍ତି ଆଡ଼କୁ ଆଗେଇନେବ।
16
ସବୁ ଶାସ୍ତ୍ର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପଯୋଗୀ ଅଟେ।
17
ପରମେଶ୍ୱରଙ୍କ ସେବକ, ଶାସ୍ତ୍ରଗୁଡ଼ିକର ବ୍ୟବହାର ଦ୍ୱାରା ସମସ୍ତ ଉତ୍ତମ କାର୍ଯ୍ୟ କରିବା ନିମନ୍ତେ ସକ୍ଷମ ହେବ ଓ ତା’ର ପ୍ରତ୍ୟେକ ଆବଶ୍ୟକ ବିଷୟ ପାଇବ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
All chapters:
1
2
3
4