bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
2 Timothy 4
2 Timothy 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
1
ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।
2
ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।
3
ସମୟ ଆସୁଛି, ଯେତେବେଳେ ଲୋକେ ସତ୍ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ।
4
ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ।
5
କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ।
6
ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି।
7
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି।
8
ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
9
ବ୍ୟକ୍ତିଗତ ସମ୍ବାଦ ଯେତେଶୀଘ୍ର ସମ୍ଭବ ମୋ’ ସହିତ ଦେଖା କରିବାକୁ ଆସିବା ପାଇଁ ଚେଷ୍ଟା କର।
10
ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍କେନ୍ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି।
11
ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ।
12
ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।
13
ମୁଁ ଯେତେବେଳେ ତ୍ରୋୟାରେ ଥିଲି, ମୁଁ କାର୍ପଙ୍କ ପାଖରେ ମୋର ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତେବେଳେ ଆସିବ, ତାହା ମୋ’ ପାଇଁ ନେଇ ଆସିବ। ମୋ’ ବହିଗୁଡ଼ିକୁ ମଧ୍ୟ ଆଣିବ। ଚର୍ମପତ୍ର ଉପରେ ଲିଖିତ ବହିଗୁଡ଼ିକ ବିଶେଷଭାବରେ ମୋର ଦରକାର।
14
କ’ଣ ଆଲେକ୍ଜାଣ୍ଡାର ମୋର ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ଯ୍ୟଗୁଡ଼ିକ ଲାଗି ଦଣ୍ଡ ଦେବେ।
15
ତୁମ୍ଭେ ମଧ୍ୟ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘୋର ପ୍ରତିରୋଧ କରିଥିଲା।
16
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ।
17
ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
18
ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।
19
ଶେଷ ଅଭିନନ୍ଦନ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ତଥା ଅନୀସିଫରଙ୍କ ପରିବାର ଲୋକମାନଙ୍କୁ ମୋର ନମସ୍କାର ଜଣାଇବ।
20
ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।
21
ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର। ଇଉବୁଲ, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି।
22
ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
All chapters:
1
2
3
4