bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Acts 10
Acts 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
1
ପିତର ଓ କର୍ଣ୍ଣୀଲିୟ କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ।
2
ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।
3
ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।”
4
କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?” ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି।
5
ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ।
6
ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।”
7
ଏହା କହି ସ୍ୱର୍ଗଦୂତ ଗ୍ଭଲିଗଲେ। ଏହା ପରେ କର୍ଣ୍ଣୀଲିୟ ନିଜର ବ୍ୟକ୍ତିଗତ ସହକାରୀ ମଧ୍ୟରୁ ତାହାଙ୍କର ଦୁଇଜଣ ସେବକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।
8
ସେ ସେମାନଙ୍କୁ ସମସ୍ତ ଘଟଣା କହି ଯାଫୋକୁ ପଠାଇଲେ।
9
ତହିଁ ଆରଦିନ ସେମାନେ ଯାଫୋ ନଗର ନିକଟରେ ପହଞ୍ଚିଲେ, ସେତେବେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବା ପାଇଁ ଯାଇଥିଲେ। ତାହା ପ୍ରାୟ ଦ୍ୱିପ୍ରହର ସମୟ ଥିଲା।
10
ତେଣୁ ପିତରଙ୍କୁ ବହୁତ ଭୋକ ଲାଗିବାରୁ ସେ ଖାଇବା ପାଇଁ ଇଚ୍ଛା କରୁଥିଲେ। ସେମାନେ ପିତରଙ୍କ ନିମନ୍ତେ ଖାଦ୍ୟ ତିଆରି କରୁଥିବା ସମୟରେ ସେ ଗୋଟିଏ ସ୍ୱପ୍ନ ଦେଖିଲେ।
11
ସେ ଦେଖିଲେ ଯେ, ସ୍ୱର୍ଗ ଖୋଲିଗଲା ଓ ତା’ ଭିତରୁ ଗୋଟିଏ ଗ୍ଭରି କୋଣ ଧରା ବଡ଼ ଗ୍ଭଦର ଭଳି କିଛି ଗୋଟାଏ ପୃଥିବୀକୁ ଖସୁଛି।
12
ତା’ଭିତରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।
13
ତା’ପରେ ତାହାଙ୍କୁ ଗୋଟିଏ ବାଣୀ ଶୁଭିଲା, “ପିତର, ଉଠ, ଏହି ପଶୁମାନଙ୍କ ମଧ୍ୟରୁ ଯେକୌଣସିଟିକୁ ମାର ଓ ଖାଅ।”
14
ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।”
15
ମାତ୍ର ସେହି ସ୍ୱର ତାଙ୍କୁ ପୁଣି କହିଲେ, “ପରମେଶ୍ୱର ଯେଉଁ ବିଷୟକୁ ପବିତ୍ର କରିଛନ୍ତି, ତୁମ୍ଭେ ତାକୁ ଅପବିତ୍ର କୁହ ନାହିଁ।”
16
ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା।
17
ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା’ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ।
18
ସେମାନେ ତାହାଙ୍କୁ ଡାକିଲେ ଓ ପିତର ନାମରେ ପରିଚିତ ଶିମୋନ ସେଠାରେ ଅତିଥି ଭାବରେ ରହିଛନ୍ତି କି ନାହିଁ ପଗ୍ଭରିଲେ।
19
ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି।
20
ତେଣୁ ଉଠ ଓ ତଳକୁ ଯାଅ। ସେହି ଲୋକମାନଙ୍କ ସହିତ ଯାଅ ଓ ସେମାନଙ୍କୁ କିଛି ପଗ୍ଭର ନାହିଁ। କାରଣ ମୁଁ ସେମାନଙ୍କୁ ପଠାଇଛି।”
21
ପିତର ତଳକୁ ଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହାକୁ ଖୋଜୁଛ ମୁଁ ସେହି ଲୋକ। ତୁମ୍ଭେମାନେ ଏଠାକୁ କାହିଁକି ଆସିଛ?”
22
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”
23
ତେଣୁ ପିତର ସେମାନଙ୍କୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ। ତହିଁ ଆରଦିନ ସେ ସେମାନଙ୍କ ସହିତ ପ୍ରସ୍ତୁତ ହୋଇ ଗ୍ଭଲିଗଲେ। ଯାଫୋର କେତେକ ଭାଇମାନେ ମଧ୍ୟ ତାହାଙ୍କ ସହିତ ଆସିଥିଲେ।
24
ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।
25
ପିତର ଘରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।
26
ପିତର ତାହାଙ୍କୁ ଉଠେଇ ଦେଇ କହିଲେ, “ଉଠ, ମୁଁ ତୁମ୍ଭପରି କେବଳ ଜଣେ ମଣିଷ।”
27
ପିତର ତାହାଙ୍କ ସହିତ କଥା ହେଉ ହେଉ ଭିତରକୁ ଗଲେ। ସେଠାରେ ସେ ବହୁତ ଲୋକମାନଙ୍କୁ ଏକତ୍ରିତ ହେବାର ଦେଖିଲେ।
28
ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।
29
ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତିରେ ଏଠାକୁ ଗ୍ଭଲିଆସିଲି। ମୋତେ ବର୍ତ୍ତମାନ କୁହ, ତୁମ୍ଭେମାନେ ମୋତେ କାହିଁକି ଡକେଇଥିଲ?”
30
କର୍ଣ୍ଣୀଲିୟ କହିଲେ, “ମୁଁ ଠିକ୍ ଗ୍ଭରି ଦିନ ଆଗରୁ ମୋ’ ଘରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥନା କରୁଥିଲି। ସେତେବେଳେ ହଠାତ୍ ଜଣେ ସ୍ୱର୍ଗଦୂତ, ଉଜ୍ଜ୍ୱଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମୋ’ ସାମନାରେ ଠିଆ ହୋଇଗଲେ।
31
ସେ କହିଲେ, ‘କର୍ଣ୍ଣୀଲିୟ, ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦେଇଥିବା ଦାନ ମନେ ରଖିଛନ୍ତି।
32
ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଏଠାକୁ ଡକାଅ। ସେ ସମୁଦ୍ର କୂଳରେ ଚମାର ଶିମୋନଙ୍କ ଘରେ ରହୁଛନ୍ତି।’
33
ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡକେଇ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦେଇଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠାରେ ପ୍ରଭୁଙ୍କ ସମ୍ମୁଖରେ ଅପେକ୍ଷା କରି ରହିଛୁ।”
34
କର୍ଣ୍ଣୀଲିୟଙ୍କ ଘରେ ପିତରଙ୍କ ଶିକ୍ଷା ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ।
35
କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି।
36
ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
37
“ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ସମ୍ପର୍କରେ ପ୍ରଗ୍ଭର ହେବାପରେ ଗାଲିଲୀଠାରୁ ଆରମ୍ଭ କରି ସାରା ଯିହୂଦାରେ ଯାହାସବୁ ଘଟିଲା, ତାହା ତୁମ୍ଭେମାନେ ଜାଣିଛ।
38
ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।
39
“ଯୀଶୁ ଯିହୂଦା ଦେଶରେ ଓ ଯିରୁଶାଲମରେ ଯାହାସବୁ କରିଥିଲେ ସେହିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସେମାନେ ତାହାଙ୍କୁ ବଧକଲେ। କାଠ ନିର୍ମିତ କ୍ରୁଶରେ ସେମାନେ ତାହାଙ୍କୁ ଚଢ଼ାଇ ହତ୍ୟା କଲେ।
40
କିନ୍ତୁ ତାହାଙ୍କ ମୃତ୍ୟୁର ତିନି ଦିନ ପରେ ପରମେଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ପୁନର୍ଜୀବିତ କରି ଉଠାଇଲେ ଓ ଲୋକଙ୍କ ନିକଟରେ ତାହାଙ୍କୁ ଦେଖାଇଲେ।
41
ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।
42
“ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଗ୍ଭରକ ହେବା ନିମନ୍ତେ କେବଳ ଏକମାତ୍ର ସେ ଯେ ନିଯୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ୟ ଦେବା ପାଇଁ ମଧ୍ୟ କହିଲେ।
43
ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।”
44
ଅଣଯିହୂଦୀମାନଙ୍କ ଉପରେ ପବିତ୍ରଆତ୍ମାଙ୍କର ଅଧିଷ୍ଠାନ ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ।
45
ଯେଉଁ ଯିହୂଦୀ ବିଶ୍ୱାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦିଆଗଲା।
46
ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ।
47
ତା’ପରେ ପିତର କହିଲେ, “ଏହି ଲୋକମାନଙ୍କୁ ବାପ୍ତିଜିତ ହେବା ନିମନ୍ତେ କେହି କ’ଣ କେବେ ଜଳ ଯୋଗଇ ଦେବା ପାଇଁ ମନା କରି ପାରିବ? ସେମାନେ ମଧ୍ୟ ଆମ୍ଭପରି ପବିତ୍ରଆତ୍ମାଙ୍କୁ ଗ୍ରହଣ କରିଛନ୍ତି!”
48
ତେଣୁ ପିତର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେବା ପାଇଁ କର୍ଣ୍ଣୀଲିୟ, ତାହାଙ୍କର ଆତ୍ମୀୟସ୍ୱଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ. ତା’ପରେ ଲୋକମାନେ ପିତରଙ୍କୁ ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ଅନୁରୋଧ କଲେ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28