bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Acts 16
Acts 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
1
ତୀମଥି ପାଉଲ ଓ ଶୀଲାଙ୍କ ସହିତ ଗଲେ ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଶିଷ୍ୟ ଥିଲେ। ସେ ଜଣେ ବିଶ୍ୱାସିନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।
2
ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ।
3
ପାଉଲ ତୀମଥିଙ୍କୁ ନିଜ ସହିତ ନେବା ପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହେତୁ ସୁନ୍ନତ କରିଦେଲେ।
4
ସେମାନେ ନଗରରୁ ନଗର ଭ୍ରମଣ କଲାବେଳେ ଯିରୁଶାଲମରେ ଥିବା ପ୍ରେରିତ ଓ ପ୍ରାଚୀନମାନଙ୍କର ଉପଦେଶ ଓ ନିଷ୍ପତ୍ତିଗୁଡ଼ିକ ବିଷୟରେ ବିଶ୍ୱାସୀମାନଙ୍କୁ କହୁଥିଲେ ଓ ସେହି ଉପଦେଶଗୁଡ଼ିକୁ ପାଳନ କରିବାକୁ ସେମାନଙ୍କୁ ପ୍ରବର୍ତ୍ତାଉ ଥିଲେ।
5
ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସେଗୁଡ଼ିକ ବିଶ୍ୱାସରେ ଶକ୍ତିଶାଳୀ ହେଉଥିଲେ।
6
ଏସିଆରୁ ବାହାରକୁ ଯିବା ପାଇଁ ପାଉଲଙ୍କୁ ଆଦେଶ ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇଗଲେ। ସେମାନଙ୍କୁ ପବିତ୍ରଆତ୍ମା ଏସିଆରେ ପ୍ରଭୁଙ୍କର କଥା ପ୍ରଗ୍ଭର କରିବାକୁ ଅନୁମତି ଦେଲେ ନାହିଁ।
7
ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ।
8
ତା’ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।
9
ରାତିରେ ପାଉଲ ଏକ ଦର୍ଶନ ପାଇଲେ। ସେଥିରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗରେ ଠିଆ ହୋଇ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, “ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାଯ୍ୟ କର।”
10
ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।
11
ଲୂଦିଆଙ୍କ ହୃଦୟ ପରିବର୍ତ୍ତନ ଆମ୍ଭେ ତ୍ରୋୟା ନଗରରୁ ଜଳଯାତ୍ରାରେ ସାମଥ୍ରାକୀ ଉପଦ୍ୱୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିୟାପଲି ନଗରକୁ ଗଲୁ।
12
ସେଠାରୁ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସେହି ନଗରରେ କିଛି ଦିନ ରହିଲୁ।
13
ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।
14
ସେଠାରେ ଲୂଦିଆ ନାମକ ଜଣେ ସ୍ତ୍ରୀଲୋକ ଥିଲା। ସେ ଥୁୟାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ୟବସାୟୀ ଥିଲା। ସେ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖୋଲି ଦେଇଥିଲେ।
15
ସେ ଓ ତା’ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା’ର ଘରକୁ ଯିବା ପାଇଁ ରାଜି କରାଇଲା।
16
ପାଉଲ ଓ ଶୀଲା କାରାଗାରରେ ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।
17
ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋର୍ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।”
18
ସେ ଏପରି ବହୁତ ଦିନ ପର୍ଯ୍ୟନ୍ତ କଲା, ପାଉଲ ଏଥିଲେ ବିରକ୍ତ ହୋଇପଡ଼ିଲେ। ସେ ସେହି ଆତ୍ମାକୁ କହିଲେ, “ମୁଁ ଯୀଶୁଙ୍କ ନାମରେ ଆଦେଶ ଦେଉଛି, ଏହି ଝିଅଟି ଦେହରୁ ବାହାରିଯା।” ସେହି ସମୟରେ ସେ ଆତ୍ମାଟି ବାହାରକୁ ଗ୍ଭଲିଆସିଲା।
19
ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ।
20
ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।
21
ଆମ୍ଭେମାନେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସେହି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ଯୋଗ୍ୟ ନୁହେଁ। ତେଣୁ ଆମ୍ଭେ ଏସବୁ କରି ପାରିବୁ ନାହିଁ।”
22
ତା’ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ।
23
ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ।
24
ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।
25
ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ।
26
ହଠାତ୍ ଖୁବ୍ ଜୋର୍ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା।
27
କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି।
28
କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”
29
ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ।
30
ତା’ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”
31
ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।”
32
ପାଉଲ ଓ ଶୀଲା ତାକୁ ଓ ତା’ ଘରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ୟ ପ୍ରଗ୍ଭର କଲେ।
33
କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା’ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ।
34
ତା’ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।
35
ସକାଳ ହେବାରୁ ବିଗ୍ଭରକର୍ତ୍ତାମାନେ “ସେ ଲୋକମାନଙ୍କୁ ଛାଡ଼ିଦିଅ” ଏହି ବାର୍ତ୍ତା ଦେଇ କେତେକ ସୈନିକଙ୍କୁ ପଠାଇଲେ।
36
କାରାଧ୍ୟକ୍ଷ ପାଉଲଙ୍କୁ କହିଲେ ଯେ, “ବିଗ୍ଭରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦେବା ପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତିରେ ଯାଇପାରନ୍ତି।”
37
କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, “ସେମାନେ ଆମ୍ଭକୁ ବିନା ବିଗ୍ଭରରେ ଜନସାଧାରଣଙ୍କ ସାମନାରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାରରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସେମାନେ ଆମ୍ଭକୁ ଗୋପନରେ ଛାଡ଼ି ଦେବା ପାଇଁ କହୁଛନ୍ତି? ଏହା ଆଦୌ ହୋଇପାରିବ ନାହିଁ।” ତେଣୁ ସେମାନେ ନିଜେ ଆସି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ।
38
ସେମାନେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡରିଗଲେ।
39
ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା’ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ।
40
ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା’ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28