bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Acts 22
Acts 22
Odia Bible ERV 2004 (ପବିତ୍ର ବାଇବଲ)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 23 →
1
ପାଉଲଙ୍କ ଭାଷଣ ପାଉଲ କହିଲେ, “ଭାଇମାନେ ଓ ପିତାମାନେ, ଯେହେତୁ ମୁଁ ମୋର ନିଜ ସପକ୍ଷରେ କଥା କହୁଛି, ତେଣୁ ଆପଣମାନେ ମୋ’ କଥା ଶୁଣନ୍ତୁ।”
2
ସେମାନେ ପାଉଲଙ୍କୁ ଯିହୂଦୀ ଭାଷାରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହୋଇଗଲେ। ତା’ପରେ ପାଉଲ କହିଲେ,
3
“ମୁଁ ଜଣେ ଯିହୂଦୀୟ ଲୋକ। ମୋର ଜନ୍ମ କିଲିକିଆ ଦେଶର ତାର୍ଷ ନଗରରେ। କିନ୍ତୁ ଏହି ନଗରରେ ମୋର ଲାଳନପାଳନ ହୋଇଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟରେ ଗୁରୁ ଗମଲୀୟେଲଙ୍କ ପାଖରୁ ବହୁତ ଯତ୍ନ ସହକାରେ ତାଲିମ ପାଇଛି। ତୁମ୍ଭେମାନଙ୍କ ପରି, ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।
4
ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି।
5
“ମହାଯାଜକ ଓ ପ୍ରାଚୀନ ଲୋକମାନଙ୍କର ସମ୍ପୂର୍ଣ୍ଣ ପରିଷଦ ଏ କଥାର ସାକ୍ଷୀ ଅଟନ୍ତି। ମୁଁ ସେମାନଙ୍କଠାରୁ ଦମ୍ମେସକରେ ଥିବା ସେମାନଙ୍କର ଭାଇମାନଙ୍କ ପାଖକୁ ପତ୍ର ନେଇ ଯାଇଥିଲି। ସେଠାରେ ଥିବା ଯୀଶୁଙ୍କର ଶିଷ୍ୟମାନେ ଯେପରି ଦଣ୍ଡ ପାଇପାରନ୍ତି, ଏଥିନିମନ୍ତେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିବା ପାଇଁ ମୁଁ ଯାଉଥିଲି।
6
ପାଉଲ ନିଜ ମନ ପରିବର୍ତ୍ତନ ବିଷୟରେ କହିଲେ “ମୁଁ ଦମ୍ମେସକର ନିକଟବର୍ତ୍ତୀ ହେଲାବେଳେ ହଠାତ୍ ଗୋଟିଏ ଘଟଣା ଘଟିଲା। ଦମ୍ମେସକରେ ପହଞ୍ଚିବା ବେଳେ ପ୍ରାୟ ଦ୍ୱିପ୍ରହର ହୋଇଥିଲା। ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ୱଳ ଆଲୋକ ମୋ’ ଗ୍ଭରିପାଖରେ ପ୍ରକାଶିତ ହେଲା।
7
ମୁଁ ତଳେ ପଡ଼ିଗଲି। ସେତେବେଳେ ମୋତେ ଗୋଟିଏ ବାଣୀ ଶୁଭିଲା, ‘ଶାଉଲ, ଶାଉଲ, ତୁମ୍ଭେ କାହିଁକି ମୋତେ ତାଡ଼ନା କରୁଛ?’
8
“ମୁଁ ପଗ୍ଭରିଲି, ‘ଆପଣ କିଏ, ପ୍ରଭୁ?’ ସେ ମୋତେ କହିଲେ, ‘ମୁଁ ସେହି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।’
9
ମୋ’ ସହିତ ଥିବା ଲୋକମାନେ ମଧ୍ୟ ସେହି ଆଲୋକ ଦେଖି ପାରିଲେ। କିନ୍ତୁ ସେମାନେ ମୋତେ କୁହାଯିବା ବାକ୍ୟ ଶୁଣି ବୁଝି ପାରିଲେ ନାହିଁ।
10
“ମୁଁ ପଗ୍ଭରିଲି, ‘ପ୍ରଭୁ ମୁଁ କ’ଣ କରିବି?’ ପ୍ରଭୁ ମୋତେ କହିଲେ, ‘ଉଠ ଦମ୍ମେସକ ନଗରକୁ ଯାଅ।’ ଯେଉଁସବୁ କାର୍ଯ୍ୟ ନିମନ୍ତେ ତୁମ୍ଭକୁ ମନୋନୀତ କରାଯାଇଛି, ତାହା ସେଠାରେ ତୁମ୍ଭକୁ କୁହାଯିବ।
11
ମୁଁ କିଛି ଦେଖି ପାରୁ ନ ଥିଲି, କାରଣ ସେହି ଆଲୋକର ତେଜ ମୋତେ ଅନ୍ଧ କରି ପକାଇଥିଲା। ସେଥିପାଇଁ ମୋର ବନ୍ଧୁମାନେ ମୋ’ ହାତ ଧରି ଦମ୍ମେସକ ନେଇଗଲେ।
12
“ହନନିୟ ନାମକ ଜଣେ ଭକ୍ତ ଦମ୍ମେସକ ନଗରରେ ଥିଲେ। ସେ ମୋଶାଙ୍କ ବ୍ୟବସ୍ଥା ମାନୁଥିଲେ। ସେଠାରେ ରହୁଥିବା ସମସ୍ତ ଯିହୂଦୀୟମାନେ ତାହାଙ୍କୁ ସମ୍ମାନ ଦେଉଥିଲେ।
13
ହନନିୟ ମୋ’ ପାଖରେ ଆସି ଠିଆ ହୋଇ କହିଲେ, ‘ହେ ଭାଇ ଶାଉଲ, ତୁମ୍ଭେ ପୁଣି ଥରେ ଦେଖିବାକୁ ପାଅ।’ ମୁଁ ସେହି ମୁହୂର୍ତ୍ତରେ ତାହାଙ୍କୁ ଦେଖି ପାରିଲି।
14
“ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି।
15
କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।
16
ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’
17
“ତା’ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି।
18
ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’
19
“କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରତ୍ୟେକ ସମାଜଗୃହକୁ ଯାଇ ସେଠାରେ ତୁମ୍ଭକୁ ବିଶ୍ୱାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।
20
ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସେଠାରେ ଠିଆ ହୋଇ ସେହି କାର୍ଯ୍ୟକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ୟା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସେମାନେ ଜାଣନ୍ତି।’
21
“କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”
22
ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା’ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋର୍ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।”
23
ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ।
24
ତା’ପରେ ସେନାପତି ପାଉଲଙ୍କୁ ସୈନ୍ୟ ନିବାସ ଭିତରକୁ ନେଇଯିବା ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ପାଉଲଙ୍କୁ ପଗ୍ଭରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ।
25
ସେମାନେ ପାଉଲଙ୍କୁ କୋରଡ଼ା ମାରିବା ପାଇଁ ବାନ୍ଧୁଥିବା ସମୟରେ ପାଉଲ ସେଠାରେ ଠିଆ ହୋଇଥିବା ଜଣେ ସେନା ଅଧିକାରୀଙ୍କୁ କହିଲେ, “ଜଣେ ରୋମୀୟ ନାଗରିକ, ଯେ କି ଦୋଷୀ ବୋଲି ପ୍ରମାଣିତ ହୋଇ ନାହିଁ, ତାହାକୁ କୋରଡ଼ା ମାରିବା କ’ଣ ଆଇନ ସଙ୍ଗତ ଅଟେ?”
26
ଏ କଥା ଅଧିକାରୀ ଶୁଣି ସେନାଧ୍ୟକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, “ତୁମ୍ଭେ ଜାଣ, ତୁମ୍ଭେ କ’ଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?”
27
ତେଣୁ ସେନାଧ୍ୟକ୍ଷ ଯାଇ ପାଉଲଙ୍କୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ କ’ଣ ପ୍ରକୃତରେ ଜଣେ ରୋମୀୟ ନାଗରିକ?” ପାଉଲ ଉତ୍ତର ଦେଲେ, “ହଁ।”
28
ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।।” ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।”
29
ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେନାଧ୍ୟକ୍ଷ ମଧ୍ୟ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦେଇଥିବାରୁ ଡରିଗଲେ।
30
ପାଉଲ ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ହେଲେ ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା’ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28