bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Acts 4
Acts 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 5 →
1
ଯିହୂଦୀଙ୍କ ସଭା ସମ୍ମୁଖରେ ପିତର ଏବଂ ଯୋହନ ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ।
2
ସେମାନେ ରାଗି ଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ, ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ୟକ୍ତିମାନଙ୍କର ଯେ ଉତ୍ଥାନ ହେବ, ଏହି କଥା ଘୋଷଣା କରୁଥିଲେ।
3
ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ।
4
କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ।
5
ତହିଁ ଆରଦିନ ସେମାନଙ୍କର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ଯିରୁଶାଲମରେ ଏକାଠି ହେଲେ।
6
ସେଠାରେ ହାନାନ ମହାଯାଜକ, କୟାଫା, ଯୋହନ, ଆଲେକ୍ଜାଣ୍ଡାର ଓ ମହାଯାଜକୀୟ ପରିବାରର ସମସ୍ତେ ମଧ୍ୟ ଉପସ୍ଥିତ ଥିଲେ।
7
ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”
8
ତା’ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ!
9
ଏହି ଛୋଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମରେ କ’ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ’ଣ ପଗ୍ଭରୁଛନ୍ତି ଯେ କେଉଁ ବିଷୟ ଦ୍ୱାରା ସେ ସୁସ୍ଥ ହୋଇପାରିଲା?
10
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।
11
ଯୀଶୁ ହେଉଛନ୍ତି ‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ। କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’
12
ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”
13
ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ।
14
ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15
ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା’ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ।
16
ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ।
17
ଆମ୍ଭେ ସେମାନଙ୍କୁ ଯୀଶୁଙ୍କ ବିଷୟରେ କିଛି ନ କହିବା ପାଇଁ ଭୟ ଦେଖାଇବା। ଫଳରେ, ଲୋକମାନଙ୍କ ମଧ୍ୟରେ ଏ କଥା ଅଧିକ ବ୍ୟାପି ପାରିବ ନାହିଁ।”
18
ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ।
19
କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”
20
ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ।
22
ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।
23
ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ।
24
ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ।
25
ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି, ‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି? ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।
26
ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’
27
ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।
28
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।
29
ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର।
30
ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”
31
ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।
32
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ।
33
ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ।
34
ସେମାନଙ୍କ ମଧ୍ୟରେ କାହାର କିଛି ଅଭାବ ନ ଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।
35
ସେମାନେ ସେହି ଧନ ପ୍ରେରିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରତ୍ୟେକଙ୍କ ନିଜ ଆବଶ୍ୟକତା ଅନୁସାରେ ଟଙ୍କା ବଣ୍ଟାଗଲା।
36
ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣବ୍ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ।
37
ଯୋଷେଫଙ୍କର ଖଣ୍ଡିଏ କ୍ଷେତଥିଲା। ସେ ତାହାକୁ ବିକ୍ରୀ କରିଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ରେରିତମାନଙ୍କୁ ଦେଇଦେଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28