bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Amos 4
Amos 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 5 →
1
ସ୍ତ୍ରୀ ଲୋକମାନେ ଆନନ୍ଦକୁ ଭଲ ପାଆନ୍ତି ହେ ଶମରିୟାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭେମାନେ ମୋର ଏହି ବାକ୍ୟ ଶୁଣ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଆଘାତ ଦେଇ ଦରିଦ୍ରମାନଙ୍କୁ ଦଳି ଦେଇଛ ଆଉ ମଧ୍ୟ ତୁମ୍ଭର ସ୍ୱାମୀମାନଙ୍କୁ କହିଛ, “ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।”
2
ମୋର ପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ୱାରା ଶପଥ ନେଲେ ଏବଂ କହିଲେ, ଭବିଷ୍ୟତରେ ଲୋକମାନେ ତେଣ୍ଟା ବ୍ୟବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନେଇଯିବେ। ସେମାନେ ବନଶି କଣ୍ଟା ବ୍ୟବହାର କରି ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକକୁ ନେଇଯିବେ।
3
ସ୍ତ୍ରୀଲୋକମାନେ କାନ୍ଥଗୁଡ଼ିକ ଭାଙ୍ଗି ବାହାରି ଆସିବେ ଏବଂ ସେମାନେ ହର୍ମୋଣ ଭିତରକୁ ନିକ୍ଷେପ ହେବେ। ସଦାପ୍ରଭୁ ଏହା କହନ୍ତି:
4
“ବୈଥେଲ୍କୁ ଯାଅ ଏବଂ ସେଠାରେ ପାପ କର। ଗିଲ୍ଗଲ୍କୁ ଯାଅ ସେଠାରେ ଅଧିକ ପାପ କର। ପ୍ରଭାତରେ ତୁମ୍ଭର ବଳିଦାନ ଉତ୍ସର୍ଗ କର। ତିନି ଦିନରେ ଥରେ ଏକ ଦଶମାଂଶ ଶସ୍ୟ ଆଣ।
5
ଆଉ ମଧ୍ୟ ଦ୍ରାକ୍ଷାରସର ଫେଣର ନୈବେଦ୍ୟ ପାଇଁ ଧନ୍ୟବାଦ ଦିଅ। ଏହି ସ୍ୱେଚ୍ଛାଦତ୍ତ ନୈବେଦ୍ୟ ବିଷୟରେ ପ୍ରତ୍ୟେକଙ୍କୁ ଜଣାଅ। ହେ ଇସ୍ରାଏଲୀୟ, ତୁମ୍ଭେ ଏହିସବୁ କାର୍ଯ୍ୟ କରିବାକୁ ଭଲ ପାଉଛ।” ସଦାପ୍ରଭୁ ଏହା ହିଁ କହିଲେ।
6
“ଏଗୁଡ଼ିକ କରିବା ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ବାରଣ କରି ଆମ୍ଭ ପାଖକୁ ଫେରାଇ ଆଣିବାକୁ ଚେଷ୍ଟା କଲୁ। ଆମ୍ଭେ ତୁମ୍ଭମାନଙ୍କୁ କୌଣସି ଖାଦ୍ୟ ଖାଇବାକୁ ଦେଲୁ ନାହିଁ। ତୁମ୍ଭର ନଗରୀଗୁଡ଼ିକରେ କୌଣସି ଖାଦ୍ୟ ନ ଥିଲା। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ଆସିଲ ନାହିଁ।” ସଦାପ୍ରଭୁ ଏହା କହନ୍ତି।
7
“ଆମ୍ଭେ ଶସ୍ୟଅମଳର ତିନି ମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗରରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗରରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।
8
ତେଣୁ ଅନାବୃଷ୍ଟି ଯୋଗୁଁ ଦୁଇ କିମ୍ବା ତିନୋଟି ନଗରରେ ଲୋକ ବୃଷ୍ଟି ବହୁଳ ଅଞ୍ଚଳକୁ ଜଳପାନ କରିବାକୁ ଧାଇଁଲେ। କିନ୍ତୁ ସେଠାରେ ସବୁ ଲୋକଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ଆସିଲ ନାହିଁ।” ସଦାପ୍ରଭୁ ଏହା ହିଁ କହିଲେ।
9
“ଉତ୍ତାପ ଓ ରୋଗଦ୍ୱାରା ତୁମ୍ଭର ଶସ୍ୟସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷାକ୍ଷେତ୍ରକୁ ଧ୍ୱଂସ କଲୁ। ପଙ୍ଗପାଳ ତୁମ୍ଭର ଡିମ୍ବିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ୱଂସ କଲେ। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
10
“ମିଶରରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ରୋଗଗୁଡ଼ିକୁ ପ୍ରେରଣ କଲୁ। ଖଡ଼୍ଗରେ ଆମ୍ଭେ ତୁମ୍ଭର ଯୁବକମାନଙ୍କୁ ହତ୍ୟା କଲୁ। ତୁମ୍ଭମାନଙ୍କର ଘୋଡ଼ାଗୁଡ଼ିକୁ ନେଇଗଲୁ। ତୁମ୍ଭର ଶିବିରଗୁଡ଼ିକୁ ମୃତଶବର ଦୁର୍ଗନ୍ଧରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭେମାନେ ଆମ୍ଭ ସାହାଯ୍ୟ ଭିକ୍ଷା ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
11
“ସଦୋମ ଓ ହମୋରା ସହରଗୁଡ଼ିକ ଧ୍ୱଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ୱଂସ କଲୁ। ସେହି ନଗରଗୁଡ଼ିକ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲା। ତୁମ୍ଭେମାନେ ଗୋଟିଏ ପୋଡ଼ା ବାଡ଼ି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
12
“ତେଣୁ ହେ ଇସ୍ରାଏଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡ଼ିକ କହିବା। ହେ ଇସ୍ରାଏଲୀୟ! ତୁମ୍ଭେ ପରମେଶ୍ୱରଙ୍କ ସମ୍ମୁଖୀନ ହେବା ପାଇଁ ପ୍ରସ୍ତୁତ ହୁଅ।”
13
ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ୟ ଅନ୍ଧକାରକୁ ସକାଳରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପରେ ଯାତାୟାତ କରୁ। ତାହାହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସେହି ସଦାପ୍ରଭୁ ସୈନ୍ୟାଧିପତି, ସ୍ୱୟମ୍ଭୂ ପରମେଶ୍ୱର ଆମ୍ଭର ନାମ।”
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 5 →
All chapters:
1
2
3
4
5
6
7
8
9