bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Amos 7
Amos 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 8 →
1
ପଙ୍ଗପାଳର ଦର୍ଶନ ସଦାପ୍ରଭୁ ମୋତେ ଏହା ଦେଖାଇଲେ। ଦ୍ୱିତୀୟବାର ଶସ୍ୟ ଉତ୍ପାଦନ ଆରମ୍ଭ ହେବା ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ୟଅମଳ କଲାପରେ ଏହା ଦ୍ୱିତୀୟବାର ଶସ୍ୟ ଥିଲା।
2
ପଙ୍ଗପାଳ ଦଳ ରାଜ୍ୟର ସମସ୍ତ ତୃଣ ଖାଇଗଲେ। ତା’ପରେ ମୁଁ କହିଲି, “ହେ ମୋର ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କେବେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।”
3
ତା’ପରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, “ଏହା ଘଟିବ ନାହିଁ।”
4
ଅଗ୍ନିର ଦର୍ଶନ ମୋର ପ୍ରଭୁ ସଦାପ୍ରଭୁ ମୋତେ ଏହିସବୁ ଦେଖାଇଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସେହି ଅଗ୍ନି ମହାସାଗରକୁ ଧ୍ୱଂସ କଲା। ସେ ପୃଥିବୀକୁ ମଧ୍ୟ ଶେଷ କରିବାକୁ ଆରମ୍ଭ କଲା।
5
କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, “ହେ ମୋର ସଦାପ୍ରଭୁ ପରମେଶ୍ୱର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।”
6
ତା’ପରେ ସଦାପ୍ରଭୁ ଏବିଷୟରେ ତାଙ୍କର ମନ ପରିବର୍ତ୍ତନ କଲେ। ସଦାପ୍ରଭୁ ପରମେଶ୍ୱର କହିଲେ, “ତାହା ଘଟିବ ନାହିଁ।”
7
ଓଳମର ଦର୍ଶନ ସଦାପ୍ରଭୁ ଏହି ଜିନିଷ ମୋତେ ଦେଖାଇଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡ଼ା ହେଲେ। କାନ୍ଥ ଓଳମ ଦ୍ୱାରା ସଳଖ କରାଯାଏ।
8
ସଦାପ୍ରଭୁ ମୋତେ କହିଲେ, “ହେ ଆମୋଷ କ’ଣ ଦେଖୁଛ?” ମୁଁ ଉତ୍ତରରେ କହିଲି, “ତାହା ଏକ ଓଳମ।” ତା’ପରେ ମୋର ପ୍ରଭୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲର ଆପଣା ଲୋକମାନଙ୍କ ମଧ୍ୟରେ ଏକ ଓଳମ ରଖିବା। ଆମ୍ଭେ ସେମାନଙ୍କର ‘କୁକର୍ମ ସବୁକୁ’ ହେୟଜ୍ଞାନ କରିବା ନାହିଁ।
9
ଇସ୍ହାକର ଉଚ୍ଚସ୍ଥାନ ଧ୍ୱଂସ ହେବ। ଇସ୍ରାଏଲର ପବିତ୍ର ସ୍ଥାନଗୁଡ଼ିକ ପଥରରେ ପରିଣତ ହେବ। ଆମ୍ଭେ ଖଡ଼୍ଗ ଦ୍ୱାରା ଯାରବିୟାମର ପରିବାରକୁ ଆକ୍ରମଣ କରିବା ଏବଂ ସେମାନଙ୍କୁ ହତ୍ୟା କରିବା।”
10
ଅମତ୍ସିୟ ଆମୋଷଙ୍କୁ ନିବୃତ୍ତ କରିବାକୁ ଚେଷ୍ଟା କରନ୍ତି ବୈଥେଲ୍ର ଯାଜକ ଅମତ୍ସିୟ ଏହି ବାର୍ତ୍ତା ଇସ୍ରାଏଲର ରାଜା ଯାରବିୟାମଙ୍କୁ ପଠାଇଲେ, “ଆମୋଷ ତୁମ୍ଭ ବିରୁଦ୍ଧରେ ଇସ୍ରାଏଲୀୟମାନଙ୍କ ମଧ୍ୟରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁ ନାହିଁ।
11
ଆମୋଷ କହୁଛନ୍ତି, ‘ଯାରବିୟାମ୍ ଖଡ଼୍ଗରେ ନିହତ ହେବେ ଏବଂ ଇସ୍ରାଏଲର ଲୋକମାନଙ୍କୁ ଦେଶ ବାହାରକୁ ବନ୍ଦୀରୂପେ ନିଆଯିବ।’”
12
ଅମତ୍ସିୟ ମଧ୍ୟ ଆମୋଷକୁ କହିଥିଲେ, “ହେ ଦର୍ଶକ ଯିହୁଦାକୁ ଯାଅ ଓ ସେଠାରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।
13
କିନ୍ତୁ ଆଉ ବୈଥେଲ୍ରେ ପ୍ରଗ୍ଭର କର ନାହିଁ। ଏହା ଯାରବିୟାମ୍ଙ୍କ ପବିତ୍ର ସ୍ଥାନ। ଏହା ଇସ୍ରାଏଲର ମନ୍ଦିର।”
14
ତା’ପରେ ଆମୋଷ ଅମତ୍ସିୟଙ୍କୁ ଉତ୍ତର ଦେଲେ, “ମୁଁ ଜଣେ ପେଷାଦାର ଭବିଷ୍ୟଦ୍ବକ୍ତା ନୁହେଁ। ଆଉ ମଧ୍ୟ ମୁଁ ଭବିଷ୍ୟଦ୍ବକ୍ତାର ପରିବାରରୁ ଆସିନାହିଁ। ମୁଁ କେବଳ ମେଷପାଳନ କରେ ଓ ଡିମ୍ବିରି ବୃକ୍ଷର ଯତ୍ନ ନିଏ।
15
ମୁଁ ଜଣେ ମେଷପାଳକ ଥିଲି ଓ ସଦାପ୍ରଭୁ ମୋତେ ଆଣି କହିଲେ, ‘ଯାଅ ଓ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର।’
16
ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମୋତେ କହୁଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟତବାକ୍ୟ ପ୍ରଗ୍ଭର କର ନାହିଁ। ଇସ୍ହାକ ପରିବାର ବିରୁଦ୍ଧରେ ମଧ୍ୟ ପ୍ରଗ୍ଭର କର ନାହିଁ।’
17
କିନ୍ତୁ ସଦାପ୍ରଭୁ କୁହନ୍ତି, ‘ତୁମ୍ଭର ସ୍ତ୍ରୀ ନଗର ମଧ୍ୟରେ ଜଣେ ଗଣିକା ହେବ। ତୁମ୍ଭର ପୁତ୍ରକନ୍ୟାଗଣ ଖଡ଼୍ଗରେ ନିହତ ହେବେ। ଅନ୍ୟ ଲୋକମାନଙ୍କୁ ତୁମ୍ଭ ରାଜ୍ୟରୁ ନିଆଯିବ ଏବଂ ସେମାନଙ୍କ ନିଜ ନିଜ ମଧ୍ୟରେ ବିଭାଗ କରାଯିବ। ଆଉ ମଧ୍ୟ ତୁମ୍ଭେ ବିଦେଶରେ ମୃତ୍ୟୁବରଣ କରିବ। ଇସ୍ରାଏଲର ଲୋକମାନେ ନିଶ୍ଚିତ ଏଦେଶରୁ ବନ୍ଦୀରୂପେ ବିତାଡ଼ିତ ହେବେ।’”
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 8 →
All chapters:
1
2
3
4
5
6
7
8
9