bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Colossians 3
Colossians 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
1
ଯୀଶୁ ଖ୍ରୀଷ୍ଟଙ୍କଠାରେ ନୂତନ ଜୀବନ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି।
2
ସବୁବେଳେ ସେହି ସ୍ୱର୍ଗର ବିଷୟ ଗୁଡ଼ିକ ଅନ୍ୱେଷଣ କର, ମର୍ତ୍ତ୍ୟର ବିଷୟ ଗୁଡ଼ିକ ପାଇଁ ନୁହେଁ।
3
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ୱଭାବର ମୃତ୍ୟୁ ହୋଇଯାଇଛି ଓ ପରମେଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
4
ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତେବେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମାରେ ତୁମ୍ଭେମାନେ ଅଂଶ ପାଇବ।
5
ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।
6
ଏହି ବିଷୟ ଗୁଡ଼ିକ ପରମେଶ୍ୱରଙ୍କୁ କ୍ରୋଧିତ କରେ।
7
ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ।
8
କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ: କ୍ରୋଧ, ଉତ୍ତେଜନା, ଅନ୍ୟ କାହାକୁ ବାଧିଲା ଭଳି କାର୍ଯ୍ୟ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ୟବହାର କରିବା।
9
ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭେମାନେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦେଇଛ।
10
ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।
11
ଏହି ନୂତନ ଜୀବନରେ ଯିହୂଦୀ ଓ ଅଣଯିହୂଦୀମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍କୁଥୀୟମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ୱାଧୀନ ଭିତରେ ମଧ୍ୟ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠାରେ ଅଛନ୍ତି। ଯାହା ମହତ୍ତ୍ୱପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
12
ଅନ୍ୟ ଲୋକଙ୍କ ସହିତ ତୁମ୍ଭର ନୂତନ ଜୀବନ ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ।
13
ପରସ୍ପର ପ୍ରତି କ୍ରୋଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ୍ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭେମାନେ ମଧ୍ୟ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।
14
ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ।
15
ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଗ୍ଭରକୁ ସଂଯମ କରିବ। ତୁମ୍ଭେମାନେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀରରେ ଡକା ହୋଇଛ। ସବୁବେଳେ ଧନ୍ୟବାଦୀ ରୁହ।
16
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।
17
ତୁମ୍ଭେମାନେ ଯାହା କହୁଛ, ଯାହାକିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ଯ୍ୟ ମଧ୍ୟରେ ପରମପିତା ପରମେଶ୍ୱରଙ୍କୁ ଯୀଶୁଙ୍କ ମାଧ୍ୟମରେ ଧନ୍ୟବାଦ ଜଣାଅ।
18
ଆପଣଙ୍କ ନୂତନ ଜୀବନ ଆପଣଙ୍କ ଗୃହରେ ପତ୍ନୀଗଣ! ତୁମ୍ଭର ପତିଙ୍କ ପ୍ରତି ବଶୀଭୂତା ରୁହ। ପ୍ରଭୁଙ୍କ ଅନୁଗାମୀମାନଙ୍କ ଭଳି ଏହା କରିବା ଉଚିତ୍ ଅଟେ।
19
ପତିଗଣ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ଭଦ୍ର ବ୍ୟବହାର କର।
20
ସନ୍ତାନଗଣ! ପ୍ରତ୍ୟେକ କଥାରେ ପିତା-ମାତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।
21
ପିତାଗଣ! ତୁମ୍ଭମାନଙ୍କ ସନ୍ତାନମାନଙ୍କୁ ବିରକ୍ତ କର ନାହିଁ। ଯଦି ତୁମ୍ଭେ ଅଧିକ ଆଶା କର, ତା’ହେଲେ ସେମାନେ ହତାଶ ହୋଇଯିବେ।
22
ସେବକଗଣ! ଏହି ପୃଥିବୀରେ ପ୍ରତ୍ୟେକ କଥାରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତେବେଳେ ମାଲିକ ଦେଖୁ ନାହାନ୍ତି, ସେତେବେଳେ ମଧ୍ୟ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ୱାରା ତୁମ୍ଭେମାନେ ପ୍ରକୃତରେ ମନୁଷ୍ୟକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭେମାନେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।
23
ସମସ୍ତ କାମଗୁଡ଼ିକ କଲାବେଳେ ସବୁଠାରୁ ଭଲ କରିବ ପାଇଁ ଚେଷ୍ଟା କର। ପ୍ରଭୁଙ୍କର ସେବା କରୁଛ, ଲୋକମାନଙ୍କର ନୁହେଁ ବୋଲି ଭାବି କାମ କର।
24
ମନେରଖ! ତୁମ୍ଭେମାନେ ତୁମ୍ଭମାନଙ୍କର ପୁରସ୍କାର ପ୍ରଭୁଙ୍କଠାରୁ ପାଇବ। ସେ ତାଙ୍କ ଲୋକଙ୍କୁ ଯାହା ପ୍ରତିଶୃତି ଦେଇଛନ୍ତି, ତାହା ତୁମ୍ଭମାନଙ୍କୁ ଦେବେ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କ ସେବା କରୁଛ।
25
ମନେରଖ! ଭୁଲ୍ କର୍ମ ପାଇଁ, ପ୍ରତ୍ୟେକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରତ୍ୟେକ ଲୋକକୁ ସମାନ ଭାବରେ ଦେଖନ୍ତି।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
All chapters:
1
2
3
4