bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Daniel 10
Daniel 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 11 →
1
ଟାଇଗ୍ରୀସ୍ ନଦୀ ନିକଟରେ ଦାନିୟେଲଙ୍କ ଦର୍ଶନ ପାରସ୍ୟର ରାଜା କୋରସର ରାଜତ୍ୱର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା। ସେ ସବୁ ସତ୍ୟ ବୁଝିବାକୁ କଠି; ମାତ୍ର ଦାନିୟେଲ ତାହା ବୁଝିଲେ ଓ ଦର୍ଶନ ବିଷୟ ତାଙ୍କୁ ଗୋଚର ହେଲା।
2
ସେହି ସମୟରେ ମୁଁ, ଦାନିୟେଲ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
3
ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷ୍ୟଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମୋ’ ମୁଣ୍ତରେ ତୈଳ ଲଗାଇଲି ନାହିଁ।
4
ବର୍ଷର ପ୍ରଥମ ମାସର ଚତୁର୍ବିଂଶ ଦିବସରେ ମୁଁ ଟାଇଗ୍ରୀସ୍ ନାମକ ମହାନଦୀ ତୀରରେ ଠିଆ ହୋଇଥିଲି।
5
ସେଠାରେ ଛିଡ଼ା ହୋଇଥିଲା ବେଳେ ମୁଁ, ଶୁକ୍ଳବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟି ଦେଶରେ ଥିବା ଏକ ମନୁଷ୍ୟକୁ ଦେଖିଲି।
6
ତାହାଙ୍କ ଶରୀର ମଣି ତୁଲ୍ୟ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ୱଳ ବିଦ୍ୟୁତ୍ର ଆଲୋକ ତୁଲ୍ୟ, ଚକ୍ଷୁ ଜ୍ୱଳନ୍ତ ମଶାଲ ତୁଲ୍ୟ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ୟ ଥିଲା। ଆଉ ତାଙ୍କର ସ୍ୱର ଜନଗହଳିର ରବତୁଲ୍ୟ ଉଚ୍ଚ ଥିଲା।
7
ପୁଣି ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି। କାରଣ ମୋର ସାଥୀମାନେ ସେହି ଦର୍ଶନ ଦେଖିଲେ ନାହିଁ, ସେମାନେ ଅତ୍ୟନ୍ତ ଭୟଭୀତ ହୋଇ ଲୁଚି ପଳାୟନ କଲେ।
8
ତହିଁରେ ମୁଁ ଏକାକୀ ରହି ସେହି ମହା ଦର୍ଶନ ଦେଖିଲି। ମୁଁ ଅତ୍ୟନ୍ତ ଭୟଭୀତ ହୋଇ ମୋର ସମସ୍ତ ଶକ୍ତି ହରାଇଲି। ମୋର ମୁଖ ମୃତ ବ୍ୟକ୍ତିର ମୁଖପରି ରକ୍ତହୀନ ହୋଇଗଲା ଓ ମୁଁ ଅସହାୟ ବୋଧ କଲି।
9
ସେତେବେଳେ ମୁଁ ତାଙ୍କର ବାକ୍ୟର ସ୍ୱର ଶୁଣିଲି, ଆଉ ଯେତେବେଳେ ସେହି ବାକ୍ୟର ରବ ଶୁଣିଲି, ମୁଁ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି।
10
ତା’ପରେ ଏକ ହସ୍ତର ସ୍ପର୍ଶ ମୁଁ ଅନୁଭବ କଲି ଓ ମୁଁ ହସ୍ତପାପୁଲି ଓ ଆଣ୍ଠୁରେ ନିର୍ଭର କଲି। ତଥାପି ମୁଁ ଭୟରେ ଥରୁଥିଲି।
11
ସେ ମୋତେ କହିଲେ, “ହେ ଦାନିୟେଲ, ତୁମ୍ଭେ ପରମେଶ୍ୱରଙ୍କର ଅତି ପ୍ରିୟପାତ୍ର। ମୋ’ କଥା ଶୁଣ ଓ ମୋତେ ବୁଝିବାକୁ ଚେଷ୍ଟା କର।” ଛିଡ଼ା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି। ସେ ମୋତେ ଏହିକଥା କହିବାରୁ ମୁଁ କମ୍ପିତ ହୋଇ ଛିଡ଼ା ହେଲି।
12
ତା’ପରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ କାରଣ ତୁମ୍ଭେ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କର ସାକ୍ଷାତରେ ନିଜକୁ ନମ୍ର କଲ। ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଯାଇଛି। ମୁଁ ତୁମ୍ଭ ପାଖକୁ ଆସିଲି କାରଣ ତୁମ୍ଭେ ପ୍ରାର୍ଥନା କରି ଆସୁଅଛି।
13
ମାତ୍ର ପାରସ୍ୟ ରାଜ୍ୟର ରାଜକୁମାର ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭକୁ ବାଧା ଦେଲା, ଆଉ ଦୂତମାନଙ୍କ ମଧ୍ୟରେ ପ୍ରଧାନ ମୀଖାୟେଲ ମୋତେ ସାହାଯ୍ୟ କରିବାକୁ ଆସିଲେ। କାରଣ ପାରସ୍ୟର ରାଜକୁମାର ମୋତେ ପଛରୁ ଟାଣି ଧରିଥିଲା।
14
ଏବେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ବୁଝାଇ ଦେବା ପାଇଁ ମୁଁ ଆସିଅଛି। କାରଣ ଏହି ଦର୍ଶନ ଭବିଷ୍ୟତ ବିଷୟରେ ଅଟେ।”
15
ସେ ମୋତେ ଏହା କହିଲା ପରେ ମୁଁ ଭୂମିରେ ମୁହଁ ମାଡ଼ି ଅବାକ୍ ହୋଇ ରହିଲି।
16
ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ।
17
ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମୋର ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମୋର ଶକ୍ତି ନାହିଁ, ଏପରିକି ମୁଁ ନିଶ୍ୱାସ ନେଇ ପାରୁ ନାହିଁ।”
18
ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ପୁନର୍ବାର ମୋତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହେଲି।
19
ପୁଣି ସେ କହିଲେ, “ହେ ଦାନିୟେଲ, ପରମେଶ୍ୱର ତୁମ୍ଭକୁ ଅତ୍ୟଧିକ ପ୍ରେମ କରନ୍ତି, ତୁମ୍ଭେ ଭୟ କର ନାହିଁ। ତୁମ୍ଭର ଶାନ୍ତି ହେଉ ଓ ତୁମ୍ଭେ ସବଳ ହୁଅ।” ସେ ଏହା କହିଲା ପରେ ମୁଁ ସବଳ ହୋଇ କହିଲି, “ହେ ପ୍ରଭୁ କୁହନ୍ତୁ, କାରଣ ତୁମ୍ଭେ ମୋତେ ସବଳ କରିଅଛ।”
20
ତେଣୁ ସେ କହିଲେ, “ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବାକୁ ଫେରିଯିବା। ଆଉ ଆମ୍ଭେ ଗଲାପରେ ଗ୍ରୀସ୍ର ଅଧିପତି ଆସିବ।
21
ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କେବଳ ମୀଖାୟେଲ ମୋତେ ସେହି ଦୁଷ୍ଟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ସାହାଯ୍ୟ କରିବା ପାଇଁ ସେଠାରେ ଅଛନ୍ତି। ମୀଖାୟେଲ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 11 →
All chapters:
1
2
3
4
5
6
7
8
9
10
11
12