bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Daniel 3
Daniel 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 4 →
1
ସୁବର୍ଣ୍ଣ ପ୍ରତିମା ଓ ଉତ୍ତପ୍ତ ଅଗ୍ନିକୁଣ୍ତ ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା।
2
ସେହି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦେଶାଧ୍ୟକ୍ଷ ବିଗ୍ଭରକର୍ତ୍ତା, କୋଷଧ୍ୟକ୍ଷ, ବ୍ୟବସ୍ଥାପକ, ବେବର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ରେରଣ କଲା।
3
ତେଣୁ ସେମାନେ ରାଜାଙ୍କ ଆହ୍ୱାନରେ ସମସ୍ତେ ଆସିଲେ ଓ ସ୍ଥାପିତ ପ୍ରତିମାର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ। ଆଉ ସେମାନେ ସେହି ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।
4
ତା’ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।
5
ଯେତେବେଳେ ତୁମ୍ଭେମାନେ ସମସ୍ତେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ଦ୍ୱାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚୟ ପୂଜା କରିବ।
6
ପୁଣି ଯେକେହି ମୁଣ୍ତ ନୁଆଁଇ ପ୍ରଣାମ ନ କରିବ, ସେ ସେହି ମୁହୂର୍ତ୍ତରେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।”
7
ଏଣୁ ଯେତେବେଳେ ସମସ୍ତ ଲୋକ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।
8
ସେହି ସମୟରେ କେତେକ କଲ୍ଦୀୟ ଲୋକ ରାଜାଙ୍କ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
9
ସେମାନେ ନବୂଖଦ୍ନିତ୍ସରଙ୍କୁ ଆଶୀର୍ବାଦ କରି କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ।
10
ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେକେହି ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ।
11
ପୁଣି ଯେକୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନ କରିବ ସେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।
12
ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”
13
ଏହି ସମ୍ବାଦ ଶୁଣି ନବୂଖଦ୍ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ।
14
ଆଉ ନବୂଖଦ୍ନିତ୍ସର ସେମାନଙ୍କୁ ପଗ୍ଭରିଲେ, “ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ଏହା କ’ଣ ସତ୍ୟ, ତୁମ୍ଭେମାନେ ମୋର ଦେବତାଗଣର ପୂଜା କରୁ ନାହିଁ ଓ ମୋର ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହିଁ।
15
ଯେତେବେଳେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣ, ତୁମ୍ଭେମାନେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭେମାନେ ପୂଜା ନ କର ତେବେ ତୁମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନି କୁଣ୍ଡରେ ଫିଙ୍ଗା ଯିବ। ଆଉ ଏପରି କୌଣସି ଦେବତା ନାହାନ୍ତି ଯେ କି ମୋ’ଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବ।”
16
ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, “ହେ ନବୂଖଦ୍ନିତ୍ସର, ଏ ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
17
ଯଦି ଆପଣ ଆମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷେପ କରନ୍ତି ତେବେ ଯାହାଙ୍କୁ ଆମ୍ଭେମାନେ ସେବା କରୁଅଛୁ ସେହି ପରମେଶ୍ୱର ଆମ୍ଭମାନଙ୍କୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି, ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
18
ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।”
19
ଏଥିରେ ନବୂଖଦ୍ନିତ୍ସର ଅତ୍ୟନ୍ତ କ୍ରୋଧାନ୍ୱିତ ହେଲା। ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳରେ ତା’ର ମୁଖ ବିକଟାକାର ହେଲା। ତେଣୁ ସେ ଅଗ୍ନିକୁଣ୍ତକୁ ସାଧାରଣ ଉତ୍ତାପଠାରୁ ସାତଗୁଣ ଉତ୍ତପ୍ତ କରିବାକୁ ଆଜ୍ଞା ଦେଲା।
20
ତା’ପରେ ନବୂଖଦ୍ନିତ୍ସର ଆପଣା ସୈନ୍ୟବାହିନୀ ମଧ୍ୟରୁ କେତେକ ବଳବାନ ସୈନ୍ୟକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପକାଇବାକୁ ଆଜ୍ଞା ଦେଲେ।
21
ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତେବେଳେ ସେମାନେ ସେମାନଙ୍କର ପ୍ୟାଣ୍ଟ, ସାର୍ଟ, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ପରିଧାନ କରିଥିଲେ।
22
ରାଜା ଆଜ୍ଞା କଲାବେଳେ ଅତ୍ୟନ୍ତ କ୍ରୋଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶୟ ଉତ୍ତପ୍ତ କରା ଯାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋକୁ ଫିଙ୍ଗିବାକୁ ଯାଇଥିବା ସୈନ୍ୟମାନେ ଅଗ୍ନିଶିଖା ଦ୍ୱାରା ପୋଡ଼ି ମଲେ।
23
ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପଡ଼ିଲେ। ସେମାନଙ୍କୁ ଦୃଢ଼ଭାବରେ ବନ୍ଧା ଯାଇଥିଲା।
24
ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଗ୍ଭରିଲେ, “ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତରେ ପକାଇ ନ ଥିଲୁ?” ମନ୍ତ୍ରୀମାନେ ଉତ୍ତର କଲେ, “ଏହା ସତ୍ୟ ସହାରାଜ।”
25
ରାଜା ଉତ୍ତର କରି କହିଲେ, “ଦେଖ, ମୁଁ ଅଗ୍ନି କୁଣ୍ତରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସେମାନେ ଦଗ୍ଧିଭୂତ ହୋଇ ନାହାନ୍ତି ଓ ଚତୁର୍ଥ ଲୋକଟି ଦେବପୁତ୍ର ସଦୃଶ।”
26
ତା’ପରେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ତ ଆଡ଼କୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ ଅଗ୍ନିକୁଣ୍ତରୁ ବାହାରି ଆସ।” ତା’ପରେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାରି ଆସିଲେ।
27
ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରିତ ହୋଇ ସେହି ତିନି ଜଣଙ୍କୁ ଦେଖିଲେ ଯେ ଅଗ୍ନି ସେମାନଙ୍କର ଶରୀରରେ କୌଣସି ଅଂଶ ଦଗ୍ଧ କରି ନାହିଁ। ସେମାନଙ୍କ ମସ୍ତକର କେଶ କି ସେମାନଙ୍କର ପାଇଜାମା ଦଗ୍ଧ ହୋଇ ନାହିଁ କି ସେମାନଙ୍କର ଶରୀରରେ ଅଗ୍ନିର ଗନ୍ଧ ନାହିଁ।
28
ତା’ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।
29
ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ ଭ୍ରାନ୍ତିଜନକ କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟାଯିବେ ଓ ସେମାନଙ୍କର ଗୃହସବୁ ଭଙ୍ଗା ହେବ ଓ ଧୂଳିସାତ୍ ହେବ। କାରଣ ଏହିପରି ଭାବରେ କୌଣସି ଦେବତା ତାଙ୍କର ଦାସମାନକୁ ଉଦ୍ଧାର କରି ପାରିବେ ନାହିଁ।”
30
ଏହା ପରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାବିଲ ପ୍ରଦେଶରେ ପ୍ରଧାନ ପଦରେ ନିଯୁକ୍ତ କଲେ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 4 →
All chapters:
1
2
3
4
5
6
7
8
9
10
11
12