bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Deuteronomy 11
Deuteronomy 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 12 →
1
ସଦାପ୍ରଭୁଙ୍କୁ ସ୍ମରଣ କର “ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବା ଉଚିତ୍। ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍।
2
ଆଜି ମନେରଖ ତୁମ୍ଭଙ୍କୁ ଶିକ୍ଷା ଦେବା ପାଇଁ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ଆଶ୍ଚର୍ଯ୍ୟଜନକ କର୍ମ କରିଛନ୍ତି। ସେ ହେଉଛି ତୁମ୍ଭେ ଏବଂ ତୁମ୍ଭର ପିଲାମାନେ ନୁହନ୍ତି ସେହି ସମସ୍ତ ବିଷୟ ଘଟିବାର ଦେଖିଲ ଏବଂ ତା’ ମାଧ୍ୟମରେ ବଞ୍ଚିଲ। ତୁମ୍ଭେ ଦେଖିଛ ସେ କେତେ ଶକ୍ତିଶାଳୀ ଏବଂ ଆଶ୍ଚର୍ଯ୍ୟ କର୍ମ ସେ କରନ୍ତି।
3
ତୁମ୍ଭେମାନେ ତାଙ୍କର ସମସ୍ତ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟସବୁ ଦେଖିଛ, ସେ ମିଶରର ରାଜା ଫାରୋଙ୍କୁ ଏବଂ ସମଗ୍ର ମିଶରକୁ କ’ଣ କଲେ, ତୁମ୍ଭେମାନେ ଦେଖିଛ।
4
ତୁମ୍ଭର ପିଲାମାନେ ଜାଣି ନାହାନ୍ତି କିନ୍ତୁ ତୁମ୍ଭେମାନେ ଜାଣିଛ ଓ ଦେଖିଛ ଯେ, ପରମେଶ୍ୱର ମିଶରର ସୈନ୍ୟ, ତାଙ୍କର ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ କିପରି ଭାବେ ସୂଫସାଗରରେ ନିକ୍ଷେପ କରିଛନ୍ତି। ତୁମ୍ଭେମାନେ ଦେଖିଛ ଯେ ସଦାପ୍ରଭୁ ସେମାନଙ୍କୁ କିଭଳି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଛନ୍ତି।
5
ଏହି ସ୍ଥାନରେ ନ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଇଁ ସେ ମରୁଭୂମିରେ ଯାହା କଲେ ତୁମ୍ଭେମାନେ ସବୁକିଛି ଦେଖିଲ।
6
ତୁମ୍ଭେମାନେ ଦେଖିଛ ରୁବେନ୍ର ପୁତ୍ର ଇଲୀୟାବର ସନ୍ତାନ ଦାଥନୁ ଓ ଅବୀରାମ ପ୍ରତି ଯାହା ଯାହାସବୁ ସେ କରିଛନ୍ତି, ପୃଥିବୀ ଯେପରି ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାତ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏ ସମସ୍ତ ତୁମ୍ଭର ପିଲାମାନେ ଦେଖି ନାହାନ୍ତି।
7
ତୁମ୍ଭେମାନେ ସଦାପ୍ରଭୁଙ୍କର ସମସ୍ତ ମହାନ କର୍ମ ଦେଖିଅଛ।
8
“ତେଣୁ ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ, ମୁଁ ଯାହାସବୁ ତୁମ୍ଭମାନଙ୍କୁ କହିବି। ତେବେ ତୁମ୍ଭେମାନେ ଶକ୍ତିଶାଳୀ ହେବ ଏବଂ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ ତହିଁରେ ପ୍ରବେଶ କରି ଅଧିକାର କରିବ।
9
ସେଥିପାଇଁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀତ ଦେଶରେ ଦୀର୍ଘ ଦିନ ବାସ କରିବ। ଏହି ଦେଶ ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଓ ସେମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।
10
ପନିପରିବା ବଗିଗ୍ଭରେ ଯେପରି ବୀଜ ବପନ କର, ସେହିପରି ମିଶର ଦେଶର ଗ୍ଭରାଗଛରେ ତୁମ୍ଭେମାନେ ପାଣି ଦେଉଥିଲ, ଯେଉଁଠାରୁ ତୁମ୍ଭେମାନେ ବାହାରି ଆସିଛ। ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଛ ତାହା ସେପରି ନୁହେଁ।
11
ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ।
12
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି। ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
13
“ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ ଯତ୍ନ ସହକାରେ ଆଜି ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି ଶୁଣ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ଅନ୍ତଃକରଣ ଓ ପ୍ରାଣ ସହିତ ସେବା କର। ଯଦି ତୁମ୍ଭେ ଏପରି କର ତେବେ,
14
ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ୟ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରି ପାରିବ।
15
ମୁଁ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭମାନଙ୍କ କ୍ଷେତ୍ରରେ ତୃଣ ଦେବି। ତୁମ୍ଭମାନଙ୍କର ଭୋଜନ କରିବାକୁ ଯଥେଷ୍ଟ ହେବ ଏବଂ ତୃପ୍ତ ହେବ।’
16
“ନିଜ ନିଜ ବିଷୟରେ ସାବଧାନ ହୁଅ। ତୁମ୍ଭମାନଙ୍କର ହୃଦୟକୁ ପ୍ରଲୋଭିତ କର ନାହିଁ ଏବଂ ବିପଥରେ ଯିବାକୁ ଏବଂ ଅନ୍ୟ ଦେବତାଗଣର ସେବା କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ।
17
ଯଦି ତୁମ୍ଭେମାନେ ଏପରି କର, ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ୱଳିତ ହେବ। ଏବଂ ସେ ଆକାଶ ରୁଦ୍ଧ କଲେ ବର୍ଷା ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
18
“ଏଣୁ ତୁମ୍ଭେମାନେ ମୋହର ସେହି ସକଳ ବାକ୍ୟ ନିଜ ନିଜ ହୃଦୟରେ ଧାରଣ କର (ହୃଦୟରେ ଲିପିବଦ୍ଧ କର)। ନିଜ ନିଜ ହସ୍ତରେ ବାନ୍ଧି ରଖ ଓ ତାହା ତୁମ୍ଭମାନଙ୍କର ଚକ୍ଷୁ ଦ୍ୱୟରେ ଭୂଷଣ ସ୍ୱରୂପ ହେଉ।
19
ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଏବଂ ବାଟରେ ଗ୍ଭଲିବା ବେଳେ ଶୋଇବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦେବ।
20
ତୁମ୍ଭେ ଆପଣା ଗୃହଦ୍ୱାରରେ ଥିବା ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
21
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତିକାଳ ଭୂମଣ୍ତଳ ଉପରେ ଆକାଶ ମଣ୍ତଳର ଅବସ୍ଥିତିକାଳ ତୁଲ୍ୟ ହେବ।
22
“କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ତାହାଙ୍କ ସମସ୍ତ ପଥରେ ଗ୍ଭଲିବାକୁ ଓ ତାହାଙ୍କଠାରେ ଦୃଢ଼ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହା ଯଦି ତୁମ୍ଭେମାନେ ଯତ୍ନପୂର୍ବକ ପାଳନ କରିବ,
23
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ, ଏବଂ ତୁମ୍ଭେମାନେ, ତୁମ୍ଭମାନଙ୍କଠାରୁ ଅଧିକ ବଳବାନ ଲୋକମାନଙ୍କୁ ପରାସ୍ତ କରିବ ଏବଂ ତାଙ୍କର ଦେଶକୁ ଅଧିକାର କରିବ।
24
ଯେଉଁଠାରେ ତୁମ୍ଭର ପାଦ ପଡ଼ିବ, ସେ ସ୍ଥାନ ତୁମ୍ଭମାନଙ୍କର ହେବ। ପ୍ରାନ୍ତରରୁ ଲିବାନୋନ ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
25
ତୁମ୍ଭମାନଙ୍କ ବିପକ୍ଷରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସକ୍ଷମ ହେବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ପ୍ରତିଜ୍ଞାନୁସାରେ ସମଗ୍ର ଦେଶରେ ତୁମ୍ଭେ ଯେଉଁଠିକୁ ଯାଅ, ତୁମ୍ଭ ପ୍ରତି ସମସ୍ତଙ୍କର ଭୟ ଓ ଆଶାଙ୍କିତ ସୃଷ୍ଟି କରିବେ।
26
ଇସ୍ରାଏଲଙ୍କର ପସନ୍ଦ: ଆଶୀର୍ବାଦ ବା ଅଭିଶାପ “ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଛି ତୁମ୍ଭେମାନେ ସେଥିରୁ ଗୋଟିଏକୁ ବାଛ।
27
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞାମାନ ଯଦି ମାନ, ଯାହା ମୁଁ ତୁମ୍ଭମାନଙ୍କୁ ଆଜି କହିବି, ତେବେ ତୁମ୍ଭେମାନେ ଆଶୀର୍ବୀଦ ପାଇବ।
28
ଯଦି ତୁମ୍ଭେମାନେ ତାହା ସବୁ ପାଳନ ନ କର ତେବେ ତୁମ୍ଭେମାନେ ଅଭିଶାପ ପାଇବ। ଯଦି ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ପାଳନ ନ କର ଓ ଅନ୍ୟ ଦେଶୀୟ ଦେବଗଣଙ୍କର ପଶ୍ଚାତ୍ଗମନ କର, ତେବେ ଅଭିଶାପ ପାଇବ।
29
“ଆଉ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ସମୟରେ ତୁମ୍ଭମାନଙ୍କୁ ପ୍ରବେଶ କରାଇବେ, ସେ ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ୍ ପର୍ବତରେ ସେହି ଅଭିଶାପ ରଖିବ।
30
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦାନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ୍ତୋଟା ନିକଟରେ ନାହିଁ।
31
କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉ ଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ। ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
32
ଏଥିପାଇଁ ତୁମ୍ଭେମାନେ ସମସ୍ତ ବ୍ୟବସ୍ଥା ଓ ବିଧି ପାଳନ କରିବ, ଯାହା ମୁଁ ତୁମ୍ଭମାନଙ୍କୁ ଆଜି କହିବି।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34