bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Deuteronomy 16
Deuteronomy 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 17 →
1
ନିସ୍ତାରପର୍ବ “ଆବୀବ ମାସର ପର୍ବକୁ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସମ୍ମାନ ଦେବା ପାଇଁ ନିସ୍ତାରପର୍ବ ପାଳନ କର। କାରଣ ଆବୀବ ମାସରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ରାତ୍ରିକାଳରେ ମିଶରରୁ ବାହାର କରି ଆଣିଲେ।
2
ତୁମ୍ଭେ ନିସ୍ତାରପର୍ବୀୟ ନୈବେଦ୍ୟ ପାଇଁ ଗୋମେଷାଦି ପଲରୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ଦେବ, ଯେଉଁଠାରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।
3
ତୁମ୍ଭେମାନେ ଏହି ପର୍ବରେ ଖମିର ଭୋଜନ କରିବା ଉଚିତ୍ ନୁହଁ। ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ‘ତାଡ଼ି ଶୂନ୍ୟ ରୋଟୀ’ ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହୋଇ ତୁମ୍ଭେମାନେ ମିଶର ଦେଶ ପରିତ୍ୟାଗ କଲ। ଏହିପରି ଭାବରେ ତୁମ୍ଭ ଜୀବନ ସାରା ମିଶର ଦେଶରୁ ଆସିଥିବା କଥା ମନେ ରଖିବ।
4
ଏବଂ ସାତ ଦିନ ତୁମ୍ଭର ସବୁଆଡ଼େ ତାଡ଼ି ଦେଖା ନ ଯାଉ। ପ୍ରଥମ ଦିନର ସନ୍ଧ୍ୟା ସମୟରେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।
5
“ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦେବେ ତହିଁର କୌଣସି ନଗର ମଧ୍ୟରେ ତୁମ୍ଭେମାନେ ନିସ୍ତାରପର୍ବୀୟ ବଳି ଉତ୍ସର୍ଗ କରିବା ଉଚିତ୍ ନୁହେଁ।
6
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେଠାରେ ନିସ୍ତାରପର୍ବର ବଳି ଉତ୍ସର୍ଗ କରିବା ଉଚିତ୍। ସନ୍ଧ୍ୟା ସମୟର, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ତାହା କର। ଠିକ୍ ସେହି ସମୟରେ ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଅଣା ହୋଇଥିଲା।
7
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହୁଁ ତୁମ୍ଭେ ପ୍ରଭାତରେ ଆପଣା ତମ୍ବୁକୁ ଫେରିଯିବ।
8
ତୁମ୍ଭେମାନେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ। ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।
9
ସପ୍ତାହର ପର୍ବ “ତୁମ୍ଭେମାନେ କ୍ଷେତ୍ରର ଶସ୍ୟ ଛେଦନ କରିବାର ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।
10
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ୱେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ।
11
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣ୍ଣୟ କରିବେ, ସେହି ସ୍ଥାନରେ ତାଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ତୁମ୍ଭର କନ୍ୟା ଓ ତୁମ୍ଭର ଦାସ ଦାସୀ, ତୁମ୍ଭ ନଗର ଦ୍ୱାରର ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।
12
ପୁଣି ତୁମ୍ଭେ ଯେ ମିଶରରେ ଦାସ ଥିଲୁ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।
13
କୁଟୀର ପର୍ବ “ତୁମ୍ଭେମାନେ ଯେତେବେଳେ ଖଳାରୁ ଶସ୍ୟ ସଂଗ୍ରହ କରି ସାରିଲା ପରେ ଓ ଯେତେବେଳେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ସଂଗ୍ରହ କଲାପରେ ସାତ ଦିନ ପାଇଁ କୁଟୀରପର୍ବ ପାଳନ କରିବ।
14
ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର, କନ୍ୟା, ଦାସ, ଦାସୀ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।
15
ସଦାପ୍ରଭୁଙ୍କର ମନୋନୀତ ସ୍ଥାନରେ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ। କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ସମସ୍ତ କଠିନ କର୍ମ ପାଇଁ ତୁମ୍ଭକୁ ଆଶୀର୍ବାଦ କରିବେ। ତେଣୁ ତୁମ୍ଭେ ଆନନ୍ଦିତ ହେବା ଉଚିତ୍।
16
“ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାରପର୍ବ ଓ ସପ୍ତାହ ସମୂହର ପର୍ବ ସମୟରେ ଓ କୁଟୀର ପର୍ବ ସମୟରେ ମାତ୍ର ସେମାନେ ତୁଚ୍ଛା ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ଉଚିତ୍ ନୁହଁ।
17
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ।
18
ଲୋକମାନଙ୍କ ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀଗଣ “ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ।
19
ତୁମ୍ଭେ ସର୍ବଦା ନ୍ୟାୟବାନ ହେବ। ନ୍ୟାୟରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭେମାନେ ଉତ୍କୋଚ ନେଇ ଅନ୍ୟାୟ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
20
ଯାହା ସର୍ବୋତଭାବେ ଯଥାର୍ଥ, ତୁମ୍ଭେ ତା’ର ଅନୁଗାମୀ ହୁଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
21
ପ୍ରତିମାଗୁଡ଼ିକୁ ପରମେଶ୍ୱର ଘୃଣା କରନ୍ତି “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଠ ସ୍ଥାପନ କରିବ ନାହିଁ।
22
ମୂର୍ତ୍ତିଗୁଡ଼ିକ ସକାଶେ, କୌଣସି କୀର୍ତ୍ତୀସ୍ତମ୍ଭ ସ୍ଥାପନ କର ନାହିଁ, ଯାହାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଘୃଣା କରନ୍ତି।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34