bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Deuteronomy 17
Deuteronomy 17
Odia Bible ERV 2004 (ପବିତ୍ର ବାଇବଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 18 →
1
କେବଳ ନିଖୁଣ ପ୍ରାଣୀକୁ ବଳି ଉତ୍ସର୍ଗ କର “ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଉତ୍ସର୍ଗ କରିବ ବାଛୁରି ହେଉ କିଅବା ମେଷ ହେଉ, ସେମାନଙ୍କର କୌଣସି ଖୁଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାହାକୁ ଘୃଣା କରନ୍ତି।
2
ମୂର୍ତ୍ତିପୂଜା ପାଇଁ ଦଣ୍ତ “ଯଦି କେତେକ ପୁରୁଷ ଓ ସ୍ତ୍ରୀ ସଦାପ୍ରଭୁଙ୍କର ନିୟମ ଅବମାନନା କରନ୍ତି ଏବଂ ପାପ କରନ୍ତି ଏବଂ ମୋ’ ଆଦେଶ ବିରୁଦ୍ଧରେ ଯାଆନ୍ତି, ଯେକୌଣସି ନଗର ମଧ୍ୟରେ ଯେଉଁଗୁଡ଼ିକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି ଏବଂ ତାଙ୍କର ନିୟମ ଭଙ୍ଗ କରନ୍ତି।
3
ଏବଂ ଅନ୍ୟ ଦେବଗଣର ସେବା କରନ୍ତି ଓ ସୂର୍ଯ୍ୟ, ଚନ୍ଦ୍ର କିଅବା କୌଣସି ଆକାଶୀୟ ବାହିନୀକୁ ପୂଜା କରନ୍ତି ଯାହା ମୁଁ ଆଦେଶ ଦେଇ ନାହିଁ।
4
ଯଦି ତୁମ୍ଭେମାନେ ଏପରି କିଛି ଶୁଣ, ତେବେ ତୁମ୍ଭେ ଏଗୁଡ଼ିକୁ ଭଲଭାବେ ଅନୁଧ୍ୟାନ କରିବ। ଯଦି ତୁମ୍ଭେ ଜାଣିବ ଏହା ସତ୍ୟ ତେବେ ଜାଣିବ ଇସ୍ରାଏଲର ଘୋର ଅବନତୀ ଘଟିଛି। ଯଦି ତୁମ୍ଭେ ପ୍ରମାଣ କଲ ଏପରି ଘଟିଛି।
5
ତେବେ ଏପରି ଅପକର୍ମ କରିଥିବା ସେହି ଲୋକଙ୍କୁ ଦଣ୍ତିତ କରିବ। ତୁମ୍ଭେ ସେହି ଲୋକଟିକୁ ନଗରଦ୍ୱାର ବାହାରକୁ ଆଣି ପଥର ଫିଙ୍ଗି ତାକୁ ସମସ୍ତଙ୍କ ଆଗରେ ମାରିବା ଉଚିତ୍, ସେ ପୁରୁଷ କିମ୍ବା ସ୍ତ୍ରୀ ହୋଇଥାଉ
6
କେବଳ ଜଣେ ସାକ୍ଷୀ ପାଇଲେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍ ନୁହଁ। କିନ୍ତୁ ଯଦି ତା’ର ଦୁଇଟି ବା ଦୁଇଟିରୁ ଅଧିକ ସାକ୍ଷୀ ଥାଏ ତେବେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍।
7
ସାକ୍ଷୀମାନେ ପ୍ରଥମେ ସେହି ଲୋକକୁ ମାରିବା ପାଇଁ ପ୍ରଥମେ ପଥର ଫିଙ୍ଗିବେ। ଏହା ପରେ ଅନ୍ୟ ସମସ୍ତ ଲୋକେ ତାକୁ ପଥରମାନ ଫିଙ୍ଗି ମାରିବେ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଷ୍ଟ ଲୋକମାନଙ୍କୁ ବାହାର କରିବ।
8
ନ୍ୟାୟାଳୟର କଠିନ ନିଷ୍ପତ୍ତି “ଏପରି କେତେକ ଘଟିପାରେ ଯାହାକି ତୁମ୍ଭମାନଙ୍କ ବିଗ୍ଭର ପାଇଁ ତୁମ୍ଭମାନଙ୍କୁ କଷ୍ଟ ହୋଇପାରେ। ଏପରିକି ରକ୍ତପାତ, ଚୁକ୍ତି ବିବାଦ, ବିବାଦ ମଧ୍ୟରେ ଆଘାତ ଦେଖାଯାଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହୁଏ, ତେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିରୂପିତ ସ୍ଥାନକୁ ସମସ୍ତେ ଆସିବ।
9
ତୁମ୍ଭେ ଲେବୀ ପରିବାରବର୍ଗର ଯାଜକମାନଙ୍କ ପାଖକୁ ଓ ବିଗ୍ଭରକର୍ତ୍ତା ନିକଟକୁ ଯିବା ଉଚିତ୍, ଯେଉଁମାନେ ସେସମୟରେ ଉପସ୍ଥିତ ଥିଲେ। ଆଉ ତୁମ୍ଭେମାନେ ବୁଝିବ ତହିଁରେ ସେମାନେ ତୁମ୍ଭକୁ ବିଗ୍ଭରର ନିଷ୍ପତ୍ତି ଜଣାଇବେ।
10
ତେଣୁ ସଦାପ୍ରଭୁ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ।
11
ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଗ୍ଭରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ ଓ ତୁମ୍ଭେମାନେ ସେହିପରି କରିବ। ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତାହାକୁ ବଦଳାଇବ ନାହିଁ।
12
“ଯେଉଁ ବ୍ୟକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ଯିଏ କି ଛିଡ଼ା ହୁଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସେବା କରେ, ତାକୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତେଣୁ ତୁମ୍ଭେ ଇସ୍ରାଏଲରୁ କୁକର୍ମ ବାହାର କରିଦେବା ଉଚିତ୍।
13
ଇସ୍ରାଏଲର ସମସ୍ତ ଲୋକେ ଏକଥା ଶୁଣିବେ, ସେମାନେ ଭୟ କରିବେ ଓ ଆଉ ଏପରି କରିବାକୁ କେହି ସାହସ କରିବେ ନାହିଁ।
14
କିପରି ରାଜା ବାଛିବ “ତୁମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶମଧ୍ୟକୁ ପ୍ରବେଶ କରିବ। ତୁମ୍ଭେମାନେ ସେଠାରେ ବାସ କରିବ। ଏହା ପରେ ତୁମ୍ଭେମାନେ ଏପରି କହିବ ଯେ, ‘ଅନ୍ୟ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କରିବା।’
15
ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାଙ୍କୁ ହିଁ ତୁମ୍ଭେ ତୁମ୍ଭମାନଙ୍କ ଉପରେ ରାଜା କରିବ। ତୁମ୍ଭେମାନେ ଆପଣା ଭାତୃଗଣମାନଙ୍କ ମଧ୍ୟରୁ ଜଣକୁ ଆପଣା ଉପରେ ରାଜାଭାବେ ନିଯୁକ୍ତ କରିବ। ଯିଏ ତୁମ୍ଭର ଭାଇ ନୁହେଁ ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା ଭାବେ ମନୋନୀତ କରିବ ନାହିଁ।
16
କିନ୍ତୁ ସେହି ରାଜା ନିଜ ପାଇଁ ଅନେକ ଅଶ୍ୱ ରଖିବ ନାହିଁ। କିଅବା ଅନେକ ଅଶ୍ୱ ରଖିବା ନିମନ୍ତେ ଲୋକମାନଙ୍କୁ ମିଶରକୁ ପଠାଇବ ନାହିଁ। କାରଣ ସଦାପ୍ରଭୁ କହିଛନ୍ତି, ‘ଏହି ସମୟଠାରୁ ତୁମ୍ଭେମାନେ ଆଉ ଏ ପଥରେ ଫେରିବ ନାହିଁ।’
17
କିଅବା ରାଜାମାନେ ଅନେକ ସ୍ତ୍ରୀ ରଖିପାରିବେ ନାହିଁ। ଯଦି ସେ ଏପରି କରେ, ତେବେ ସେ ବିପଥଗାମୀ ହେବ। ଯେଉଁ ଲୋକ ରାଜା ହେବ, ସେ ଆପଣା ପାଇଁ ଅଧିକ ସୁନା ଓ ରୂପା ରଖିପାରିବ ନାହିଁ।
18
“ଏବଂ ସେ ଯେତେବେଳେ ଶାସନ କରିବାକୁ ସିଂହାସନରେ ବସେ, ଲେବୀୟ ଯାଜକମାନେ ରଖିଥିବା ନଳାକାର ନିୟମ ପୁସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।
19
ଏବଂ ତାହା ତାଙ୍କ ନିକଟରେ ରହିବ। ଏବଂ ସେ ତାକୁ ଯାବଜ୍ଜୀବନ ପାଠ କରିବ। ତହିଁରେ ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିକ୍ଷା କରିବ।
20
ତାଙ୍କର ହୃଦୟ ଅହଙ୍କାରି ହେବା ଉଚିତ୍ ନୁହଁ। ସେ ନିୟମରୁ ବିମୁଖ ହେବା ଉଚିତ୍ ନୁହଁ। ନିୟମକୁ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତେବେ ସେ ଓ ତା’ର ଭବିଷ୍ୟଦ୍ ବଂଶଧରମାନେ ଇସ୍ରାଏଲରେ ବହୁଦିନ ଧରି ରାଜତ୍ୱ କରିବେ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34