bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Deuteronomy 26
Deuteronomy 26
Odia Bible ERV 2004 (ପବିତ୍ର ବାଇବଲ)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 27 →
1
ପ୍ରଥମ ଅମଳ “ତୁମ୍ଭେମାନେ ଖୁବ୍ ଶୀଘ୍ର ପ୍ରବେଶ କରିବ, ସେହି ଦେଶରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭଙ୍କୁ ଦେବେ। ତୁମ୍ଭେମାନେ ସେଠାରେ ବାସ କରିବ।
2
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।
3
ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’
4
“ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।
5
ତା’ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,‘ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ।
6
ସେଥିରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦେଇ କଠିନ ପରିଶ୍ରମ କରାଇଲେ।
7
ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ।
8
ତା’ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।
9
ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି।
10
ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’ “ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ।
11
ଏହା ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁସବୁ ମଙ୍ଗଳ କରିଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ ତୁମ୍ଭେମାନେ ସମସ୍ତେ ଆନନ୍ଦ କରିବ।
12
“ତୃତୀୟ ବର୍ଷରେ ଅର୍ଥାତ୍ ଦଶମାଂଶ ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟ ଆଦିର ଦଶମାଂଶ ଦେବାର ସମାପ୍ତ କଲାପରେ ତୁମ୍ଭେମାନେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ। ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
13
ତେଣୁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ନିଶ୍ଚୟ ଏହା କହିବ, ‘ତୁମ୍ଭର ସମସ୍ତ ଆଜ୍ଞା ଅନୁସାରେ ମୁଁ ଆପଣା ଗୃହରୁ ସମସ୍ତ ପବିତ୍ର ଖାଦ୍ୟ ବାହାର କରି ନେଇଛି। ଏବଂ ଲେବୀୟକୁ, ବିଦେଶୀମାନଙ୍କୁ, ପିତୃମାତୃହୀନମାନଙ୍କୁ ଓ ବିଧବାମାନଙ୍କୁ ଦେଇଅଛି। ମୁଁ ତୁମ୍ଭର କୌଣସି ଆଜ୍ଞା ଲଘଂନ କରି ନାହିଁ କିଅବା ସେଗୁଡ଼ିକ ପାଶୋରି ନାହିଁ।
14
ମୁଁ ଆପଣା ସେବା ସମୟରେ ତହିଁରୁ କିଛି ଭୋଜନ କରି ନାହିଁ। କିଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ। କିଅବା ମୃତ ଲୋକଙ୍କ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ଧ୍ୟାନ ଦେଇଅଛି। ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସବୁ ମୁଁ ପାଳନ କରିଛି।
15
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର।’
16
ସଦାପ୍ରଭୁଙ୍କର ନିର୍ଦ୍ଦେଶମାନ ପାଳନ କର “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉ ଅଛନ୍ତି। ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ପାଳନ କରିବ।
17
ତୁମ୍ଭେମାନେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ୱର ଶୁଣ।
18
ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନୁସାରେ ଘୋଷଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହେବ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।
19
ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।”
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34