bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Deuteronomy 9
Deuteronomy 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 10 →
1
ସଦାପ୍ରଭୁ ଇସ୍ରାଏଲର ସହାୟ ହେବେ “ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ।
2
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାୟ ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାରୁ ଏହା ଶୁଣିଅଛ। ଯେ, ‘ସେମାନଙ୍କ ସମ୍ମୁଖରେ କେହି ଛିଡ଼ା ହେବାକୁ ସାହସ କରନ୍ତି ନାହିଁ।’
3
ଏଣୁ ଆଜି ଏହା ଜ୍ଞାତ ହୁଅ, ଯେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନିସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରେ ନତ କରିବେ। ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
4
“ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲାପରେ ତୁମ୍ଭେ ଏପରି କୁହ ନାହିଁ ଯେ, ‘ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।’ ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
5
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
6
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ଧାର୍ମିକତା ହେତୁରୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି। ଏହା ତୁମ୍ଭେମାନେ ଜାଣ, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।
7
ସଦାପ୍ରଭୁଙ୍କର କ୍ରୋଧକୁ ସ୍ମରଣ କର “ତୁମ୍ଭେମାନେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୋଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭେମାନେ ତାହା ପାଶୋରି ଯାଅ ନାହିଁ। ତୁମ୍ଭେ ମିଶର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇଅଛ।
8
ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୋଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
9
ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି। ସେତେବେଳେ ମୁଁ ପର୍ବତରେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲି, ମୁଁ ଖାଦ୍ୟ କିଅବା ଜଳପାନ ମଧ୍ୟ କଲି ନାହିଁ।
10
ତା’ପରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ। ସମସ୍ତ ବାକ୍ୟ ଯାହା ସଭାଦିନରେ ପର୍ବତର ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଲେ, ତାହା ସବୁ ସେଠାରେ ଲିଖିତ ହେଲା।
11
“ଆଉ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତରଫଳକ, ଅର୍ଥାତ ନିୟମର ପ୍ରସ୍ତରଫଳକ ମୋତେ ଦେଲେ।
12
ସଦାପ୍ରଭୁ ମୋତେ କହିଲେ, ‘ଉଠ, ଏସ୍ଥାନରୁ ଶୀଘ୍ର ତଳକୁ ଯାଅ, କାରଣ ତୁମ୍ଭେ ଯେଉଁ ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଅଛ। ତୁମ୍ଭର ସେହି ଲୋକମାନେ ନିଜକୁ ଦୁର୍ନୀତିଗ୍ରସ୍ତ କରିଅଛନ୍ତି। ମୁଁ ସେମାନଙ୍କୁ ଯେଉଁ ପଥ ନିର୍ଦ୍ଦେଶ ଦେଇଥିଲି ତହିଁରୁ ସେମାନେ ଶୀଘ୍ର ବିମୁଖ ହେଲେ। ସେମାନେ ସେମାନଙ୍କ ନିମନ୍ତେ ଏକ ସ୍ୱର୍ଣ୍ଣ ପ୍ରତିମା ନିର୍ମାଣ କରିଅଛନ୍ତି।’
13
“ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଏମାନେ ଶକ୍ତଗ୍ରୀବ ଲୋକ।
14
ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’
15
ସୁବର୍ଣ୍ଣ ବାଛୁରି “ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜଳୁଥିଲା। ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳ ମୋର ଦୁଇ ହସ୍ତରେ ଥିଲା।
16
ଆଉ ମୁଁ ଦେଖିବାକୁ ପାଇଲି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଅଛ। ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ। ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ।
17
ତେଣୁ ମୁଁ ସେହି ପ୍ରସ୍ତରଫଳକ ଦ୍ୱୟକୁ ତଳେ ଫିଙ୍ଗି ଦେଲି ଏବଂ ତାହା ତୁମ୍ଭମାନଙ୍କ ସମ୍ମୁଖରେ ଭାଙ୍ଗିଗଲା।
18
ତୁମ୍ଭେମାନେ କରିଥିବା ପାପର ପ୍ରାୟଶ୍ଚିତ କରିବା ପାଇଁ ଯାହାକି ସଦାପ୍ରଭୁଙ୍କୁ କ୍ରୋଧିତ କଲା, ମୁଁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁଁ ଅନ୍ନ ଭୋଜନ କିଅବା ଜଳପାନ କଲି ନାହିଁ।
19
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ତତା ଆଗରେ ମୁଁ ଭୟ କଲି, ମାତ୍ର ସଦାପ୍ରଭୁ ସେଥିରେ ମଧ୍ୟ ମୋର କଥା ଶୁଣିଲେ।
20
ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ, ମୁଁ ସେ ସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
21
ମୁଁ ତୁମ୍ଭମାନଙ୍କର ପାପପୂର୍ଣ୍ଣ ବସ୍ତୁକୁ ଦଗ୍ଧ କଲି। ତୁମ୍ଭେମାନେ ଛାଞ୍ଚରେ ଢଳାଇଥିବା ବାଛୁରିକୁ ଅଗ୍ନିରେ ଦଗ୍ଧ କଲି। ତା’ପରେ ମୁଁ ଏହାକୁ ଚୂର୍ଣ୍ଣ କଲି ଏବଂ ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ମୁଁ ଏହାକୁ ଦଳିଲି। ତା’ପରେ ଢାଞ୍ଚା ନିର୍ମିତ ବାଛୁରିର ଭସ୍ମକୁ ଜଳସ୍ରୋତରେ ନିକ୍ଷେପ କଲି। ଯାହା ପର୍ବତରୁ ଆସୁଥିଲା।
22
ଇସ୍ରାଏଲକୁ କ୍ଷମା କରିବା ପାଇଁ ମୋଶା ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ “ତୁମ୍ଭେମାନେ ତବିୟେରାରେ ଓ ମଃସାରେ ଓ କିବ୍ରୋତ୍ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୋଧ କରାଇଲ।
23
ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ।
24
ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇ ଆସିଅଛ।
25
“ଏହିପରି ମୁଁ, ମୁହଁ ମାଡ଼ି ଗ୍ଭଳିଶ୍ ଦିନ ଗ୍ଭଳିଶ୍ ରାତି ସଦାପ୍ରଭୁଙ୍କ ସମ୍ମୁଖରେ ପଡ଼ି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
26
ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ‘ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ। ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ୍ ହସ୍ତଦ୍ୱାରା ମିଶରରୁ ବାହାର କରି ଆଣିଅଛ।
27
ଅବ୍ରହାମ, ଇସ୍ହାକ ଓ ଯାକୁବ ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର। ଏହି ଲୋକମାନଙ୍କର ଅବାଧ୍ୟତା ପ୍ରତି କି ସେମାନଙ୍କ ଦୁଷ୍ଟତା ପ୍ରତି କିଅବା ସେମାନଙ୍କର ପାପ ପ୍ରତି ଦୃଷ୍ଟି ଦିଅ ନାହିଁ।
28
ସେହି ଦେଶ, ଯେଉଁ ଦେଶରୁ ତୁମ୍ଭେ ସେମାନଙ୍କୁ ବାହାର କରି ଆଣିଛ ତୁମ୍ଭ ବିଷୟରେ କହିବ। ସେମାନେ କହିବେ, “ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯିବାକୁ ସମର୍ଥ ହେଲେ ନାହିଁ ଏବଂ ସେ ସେମାନଙ୍କୁ ଯେହେତୁ ଘୃଣା କଲେ। ତେଣୁ ସେ ଏହି ପ୍ରାନ୍ତରରେ ସେମାନଙ୍କୁ ହତ୍ୟା କରିବାକୁ ବାହାର କରି ଆଣିଛନ୍ତି।”
29
ତଥାପି ସେମାନେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସେମାନଙ୍କ ଉପରେ ଅଛି। ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁଦ୍ୱାରା ବାହାର କରି ଆଣିଅଛ।’
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
Recommended Reading
Commentary
Deuteronomy Commentaries
→
Devotional
Deuteronomy Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→