bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ecclesiastes 1
Ecclesiastes 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 2 →
1
ଏହି ବାକ୍ୟଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ଯିରୁଶାଲମର ରାଜା ଦାଉଦଙ୍କର ପୁତ୍ର।
2
ସମସ୍ତ ମୂଲ୍ୟହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ୟହୀନ, ସମସ୍ତ ମୂଲ୍ୟହୀନ ଅଟେ।
3
ମନୁଷ୍ୟ ସୂର୍ଯ୍ୟ ତଳେ, ଯାହାକିଛି ପରିଶ୍ରମ କରେ ସେଥିରୁ ସେ କ’ଣ ଲାଭ ପାଏ?
4
ପୃଥିବୀ ଚିରକାଳସ୍ଥାୟୀ ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାୟୀ।
5
ସୂର୍ଯ୍ୟ ଉଦୟ ହୁଅନ୍ତି, ସୂର୍ଯ୍ୟ ଅସ୍ତ ଯା’ନ୍ତି। ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଅନ୍ତି।
6
ପବନ ଦକ୍ଷିଣ ଦିଗକୁ ବହେ, ପବନ ଉତ୍ତର ଦିଗକୁ ବହେ। ପବନ ନିଜ ପଥରେ ଘୁରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେରେ।
7
ନଦୀ ସବୁ ସମୁଦ୍ରକୁ ବହିଯା’ନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।
8
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ। ତେଣୁ ଦର୍ଶନରେ ତୃପ୍ତ ନୁହେଁ କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
9
କୌଣସି କଥା ନୂଆ ନୁହେଁ ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇ ଅଛି, ତାହା ହିଁ କରାଯିବ। ସୂର୍ଯ୍ୟ ତଳେ କୌଣସି ବିଷୟ ନୂତନ ନୁହେଁ।
10
ଜଣେ ଲୋକ କହେ, “ଦେଖ, ଏହା ନୂଆ।” କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।
11
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ୟତକାଳରେ ଯେଉଁମାନେ ଉତ୍ପନ୍ନ ହେବେ ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
12
ଜ୍ଞାନ କ’ଣ ଆନନ୍ଦ ଦେଇପାରେ? ମୁଁ ଉପଦେଶକ ଯିରୁଶାଲମରେ ଇସ୍ରାଏଲର ଉପରେ ରାଜା ଥିଲି।
13
ମୁଁ ମନୋଯୋଗ କଲି ଅଧ୍ୟୟନ ପାଇଁ ଏବଂ ଜ୍ଞାନ ଦ୍ୱାରା ସବୁକିଛି ବୁଝିବା ପାଇଁ ଯାହା ସ୍ୱର୍ଗତଳେ ହୁଏ। ଏହି କାର୍ଯ୍ୟ, ଯାହା ପରମେଶ୍ୱର ମନୁଷ୍ୟମାନଙ୍କୁ ଦେଇଛନ୍ତି ବ୍ୟସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।
14
ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।
15
ତୁମ୍ଭେ ଏସବୁ ପରିବର୍ତ୍ତନ କରି ପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାଯାଇ ନ ପାରେ। ଯାହା ସେଠାରେ ନାହିଁ ତୁମ୍ଭେମାନେ ତାହା ଗଣି ପାରିବ ନାହିଁ।
16
ମୁଁ ନିଜକୁ ନିଜେ କହେ, “ମୁଁ ବଡ଼ ଜ୍ଞାନୀ ଯିରୁଶାଲମରେ ମୋ’ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସେମାନଙ୍କଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି। ମୋର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାନୁଭବୀ ହୋଇଅଛି?”
17
ତା’ପରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷୟରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନେଲି। ଏବଂ ଏହା ହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।
18
ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ। ଯେ ବିଦ୍ୟା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 2 →
All chapters:
1
2
3
4
5
6
7
8
9
10
11
12