bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ecclesiastes 12
Ecclesiastes 12
Odia Bible ERV 2004 (ପବିତ୍ର ବାଇବଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
1
ବାର୍ଦ୍ଧକ୍ୟ ଅବସ୍ଥାରେ ଅସୁବିଧାସବୁ ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ “ମୁଁ ଆଉ ଜୀବନକୁ ଉପଭୋଗ କରିବାକୁ ଗ୍ଭହେଁ ନାହିଁ।”
2
ସେ ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବ। ପୁଣି ବୃଷ୍ଟି ପରେ ପୁନର୍ବାର ମେଘ ହେବ।
3
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ସଂଖ୍ୟକ ହେବାରୁ ନିବୃତ୍ତ ହେବେ। ପୁଣି ସେହିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସେମାନେ ଅନ୍ଧ ହେବେ।
4
ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ। ସେ ସମୟରେ ପେଷେଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକେ ଜାଗି ଉଠିବେ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ।
5
ଆହୁରି ସେମାନେ ଉଚ୍ଚସ୍ଥାନ ବିଷୟରେ ଭୟ କରିବେ ଓ ପଥରେ ତ୍ରାସ ହେବେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ୟ ଧଳା ଗତିରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହେବ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା’ପରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶୋକକାରୀମାନେ ଏକତ୍ରିତ ହୋଇ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନେବେ।
6
ମୃତ୍ୟୁ ସେହି ସମୟରେ ରୂପାର ତାର ହୁଗୁଳା ହେବ ଏବଂ ସୁବର୍ଣ୍ଣ ମାଠିଆ ଭଗ୍ନ ହେବ। କୂଅରେ ଏକ ପାତ୍ର ଭାଙ୍ଗିବା ପରି ଏବଂ ଭଗ୍ନ କପି କୂଅରେ ପଡ଼ିଲାପରି।
7
ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ।
8
ଉପଦେଶକ କହଇ, ଅସାରର ଅସାର ସବୁ ହିଁ ଅସାର।
9
ସମାଧାନ ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ୟାନ କରି ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ସଂଗ୍ରହ କଲେ।
10
ଉପଦେଶକ ସଠିକ୍ ଶବ୍ଦ ଖୋଜିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ୟ ଓ ସିଦ୍ଧ, ସେଗୁଡ଼ିକ ଲେଖିଲେ।
11
ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ୟ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମେଷପାଳକମାନଙ୍କର ପାଞ୍ଚଣ ବାଡ଼ିରେ ଥିବା କଣ୍ଟା ତୁଲ୍ୟ।
12
କିନ୍ତୁ ମୋର ପୁତ୍ର, ସେଥିରେ ଯାହା ଯୋଗ କରାଯାଇଛି ତା’ ପାଇଁ ଯତ୍ନବାନ୍ ହୁଅ। ପୁସ୍ତକଗୁଡ଼ିକ ଲେଖିବାର ଅନ୍ତ ନାହିଁ ଏବଂ ଅତ୍ୟଧିକ ପଠନ ତୁମ୍ଭକୁ ଅତ୍ୟନ୍ତ କ୍ଳାନ୍ତ ପ୍ରଦାନ କରିବ।
13
ସାରକଥା ଏହି, ଆମ୍ଭେମାନେ ସବୁ ଶୁଣିଛୁ। ପରମେଶ୍ୱରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ ଅଟେ।
14
ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଗ୍ଭରରେ ଆଣିବେ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
All chapters:
1
2
3
4
5
6
7
8
9
10
11
12