bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ecclesiastes 3
Ecclesiastes 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 4 →
1
ଗୋଟିଏ ସମୟ ଅଛି ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।
2
ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।
3
ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ୟ ସମୟ ଅଛି। ଧ୍ୱଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ୟ ସମୟ ଅଛି।
4
କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ୟ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସୀରେ ନୃତ୍ୟ କରିବାର ପାଇଁ ମଧ୍ୟ ସମୟ ଅଛି।
5
ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ୟ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହେବାର ମଧ୍ୟ ସମୟ ଅଛି।
6
ଅନ୍ୱେଷଣ କରିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି। ରଖିବାର ସମୟ ଅଛି ଓ ପକାଇବାର ମଧ୍ୟ ସମୟ ଅଛି।
7
ଚିରିବାର ସମୟ ଅଛି ଓ ସିଲେଇ କରିବାର ମଧ୍ୟ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ୟ ସମୟ ଅଛି।
8
ପ୍ରେମ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ୟ ସମୟ ଅଛି। ଯୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ୟ ସମୟ ଅଛି।
9
ପରମେଶ୍ୱର ତାଙ୍କ ସଂସାରକୁ ନିୟନ୍ତ୍ରଣ କଲେ ଜଣେ ବ୍ୟକ୍ତି ତା’ର ସମସ୍ତ ପରିଶ୍ରମରୁ କ’ଣ ଲାଭ ପାଏ?
10
ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ।
11
ପରମେଶ୍ୱର ଏହା ଠିକ୍ ସମୟରେ ପ୍ରତ୍ୟେକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ୟ ଲୋକମାନଙ୍କ ମନରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସେମାନେ କେବେହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରତ୍ୟେକ ଜିନିଷ ପରମେଶ୍ୱର କରିଅଛନ୍ତି।
12
ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନେ ଖୁସୀ ରହିବା ଓ ସେମାନେ ନିଜକୁ ଉପଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।
13
ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର।
14
ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ।
15
ଯାହାସବୁ ଏଠାରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ୱର ସେସବୁ ଜିନିଷ ଖୋଜନ୍ତି ତାହା ଅତୀତ ହୋଇଛି।
16
ପୁଣି ଥରେ ମୁଁ ସୂର୍ଯ୍ୟ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ୟାୟ ସ୍ଥାନରେ, ଦୁଷ୍ଟତା ସେଠାରେ ଥିଲା, ଏବଂ ଯେଉଁଠାରେ ଧାର୍ମିକତା ରହିବା ଉଚିତ୍ ଥିଲା, ସେଠାରେ ଜଣେ ଦୁରାଗ୍ଭର ଥିଲା।
17
ମୁଁ ମନେ ମନେ କହିଲି: “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଗ୍ଭର କରିବେ। କାରଣ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
18
ଲୋକମାନେ କ’ଣ ପଶୁମାନଙ୍କ ପରି ଅଟନ୍ତି? ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷୟରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, “ପରମେଶ୍ୱର ସେମାନଙ୍କୁ ଦେଖାଇ ଦେବାକୁ ଗ୍ଭହାନ୍ତି ଯେ, ସେମାନେ ପଶୁ ତୁଲ୍ୟ।
19
ଜଣେ ମନୁଷ୍ୟ ପଶୁଠାରୁ କ’ଣ ଉତ୍ତମ? ନାଁ! କାରଣ ମନୁଷ୍ୟ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ୟ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ‘ପ୍ରାଣବାୟୁ’ ଏକାପରି। କ’ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ୟ ମଧ୍ୟରେ କୌଣସି ଉନ୍ନତି ଅଛି କି? ପ୍ରତ୍ୟେକ ଜିନିଷ ଅବଶ୍ୟ ଅର୍ଥହୀନ।
20
ମୃତ ମନୁଷ୍ୟ ଓ ପଶୁର ଶରୀର ଏକା ପ୍ରକାରରେ ବିନାଶ ହୁଏ। ସେମାନେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀରେ ମିଶିଗଲେ।
21
ମନୁଷ୍ୟର ଆତ୍ମା ସ୍ୱର୍ଗଗାମୀ ଓ ପଶୁର ଆତ୍ମା ନର୍କଗାମୀ ହୁଏ, କିଏ ଏ ବିଷୟରେ କହି ପାରିବ?”
22
ସେଥିପାଇଁ ମୁଁ ଦେଖିଲି ଯେ, କେବଳ ନିଜ ସ୍ୱକର୍ମରେ ଆନନ୍ଦ କରିବା ବ୍ୟତୀତ ମନୁଷ୍ୟ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହା ହିଁ ତା’ର ଅଧିକାର। ଆଉ ଏହା ପରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫେରାଇ ଆଣିପାରିବ?
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 4 →
All chapters:
1
2
3
4
5
6
7
8
9
10
11
12